ରାଜ୍ୟରେ ଆଉ ୧୧ କରୋନା ସଂକ୍ରମିତଙ୍କ ମୃତ୍ୟୁ, ଆଜି ସୁଦ୍ଧା ଜୀବନ ହାରିଲେଣି ୬୫୬

Published By : Prameya-News7 Bureau | September 16, 2020 IST

ଭୁବନେଶ୍ବର ୧୬।୦୯: ରାଜ୍ୟରେ ଦିନକୁ ଦିନ ବିଗିଡିବାରେ ଲାଗିଛି କରୋନା ସ୍ଥିତି । ୨୪ ଘଣ୍ଟା ମଧ୍ୟରେ ୧୧ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୫୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

wp:html /wp:html

୧୧ ମୃତକଙ୍କ ମଧ୍ୟରୁ ପୁରୀ ଓ ସମ୍ବଲପୁର ଜିଲ୍ଲାରୁ ୩ ଜଣ ଲେଖାଏଁ ଆକ୍ରାନ୍ତ ରହିଥିବା ବେଳେ ଖୋର୍ଦ୍ଧା ଜିଲ୍ଲାରୁ ୨ ଜଣ । ସେହିପରି କଳାହାଣ୍ଡି, ମୟୂରଭଞ୍ଜ ଓ ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

wp:html /wp:html

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୬୨୯୨୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୬୪୭୩ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୫୭୩୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୬୫୬ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୨୫୬୭୭୭୭ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

wp:html /wp:html

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.