ରାଜ୍ୟରେ ଆଉ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ, ଆଜି ସୁଦ୍ଧା ଜୀବନ ହାରିଲେଣି ୬୮୨

Published By : Prameya-News7 Bureau | September 18, 2020 IST

ଭୁବନେଶ୍ବର ୧୮।୦୯: ରାଜ୍ୟରେ ଦିନକୁ ଦିନ ବିଗିଡିବାରେ ଲାଗିଛି କରୋନା ସ୍ଥିତି । ୨୪ ଘଣ୍ଟା ମଧ୍ୟରେ୧୩ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୮୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

wp:html /wp:html

୧୩ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୩ ଜଣ ଲେଖାଏଁ ଆକ୍ରାନ୍ତ ରହିଥିବା ବେଳେ । ପୁରୀ ଓ କେନ୍ଦ୍ରପଡ଼ାରୁ ୨ ଜଣ ଲେଖାଏଁ ରହିଛନ୍ତି । ବରଗଡ଼, ବଲାଙ୍ଗୀର,କଟକ ଓ ଗଜପତି,କନ୍ଧମାଳ ଓ ମୟୂରଭଞ୍ଜ ଜିଲ୍ଲାରୁ ଜଣେ ଲେଖାଏଁ ସଂକ୍ରମିତ ରହିଛନ୍ତି ।

wp:html /wp:html wp:html /wp:html

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୭୧୩୪୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୭୧୪୦ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୩୩୪୬୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୬୮୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୨୬୬୭୭୪୭ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.