Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମହଙ୍ଗା ହେଲା ପ୍ଲାଟଫର୍ମ ଟିକେଟ୍, ପୂର୍ବାପେକ୍ଷା ୩ ଗୁଣା ବଢିଲା ଦାମ୍
  • ||
  • ଭିଜିଲାନ୍ସ ପଞ୍ଝାରେ କିରାଣୀ, ମୃତ୍ୟୁ ପ୍ରମାଣପତ୍ର ପାଇଁ ନେଉଥିଲେ ୬୦୦ ଟଙ୍କା ଲାଞ୍ଚ
  • ||
  • ଆଜି ‘ଓମେନ୍ ଆଚିଭର୍ସ ଅଫ୍ ଓଡ଼ିଶା’ ପୁରସ୍କାର ସମାରୋହ, ପୁରସ୍କୃତ ହେବେ ଶ୍ରେଷ୍ଠ-୧୪ ପ୍ରତିଭାଦୀପ୍ତ ମହିଳା
  • ||
  • ଆଜି ସନ୍ଧ୍ୟାରେ ନ୍ୟୁଜ୍ ସେଭେନ୍ ସର୍ଟଫିଲ୍ମ କଣ୍ଟେଷ୍ଟ୍ ‘ସୋ-କେଶ୍ ୨୦୨୦’ର ପୁରସ୍କାର ବିତରଣୀ, ୧୨ଟି ବର୍ଗରେ ରହିଛି ପୁରସ୍କାର
  • ||
  • ଇଂଲଣ୍ଡ ବ୍ୟାଟିଂରେ ଭନ୍ ନିରାଶ, କହିଲେ- ‘ପିଚ୍ ଭଲ ଥିଲା କିନ୍ତୁ ଖେଳି ପାରିଲେ ନାହିଁ’
  • ||
  • ସୁନ୍ଦରଗଡ଼ : ନଦୀ ପଠାରେ ପଡିଛି ଶରୀରର ବିଭିନ୍ନ କଟା ଅଂଶ, ହତ୍ୟା ପରେ ଫିଙ୍ଗାଯାଇଛି !
  • ||
  • ମାର୍ଚ୍ଚ ୫ରେ ‘ଓମେନ୍ ଆଚିଭର୍ସ ଅଫ୍ ଓଡ଼ିଶା’ ପୁରସ୍କାର ସମାରୋହ
  • ||

ରାଜ୍ୟରେ ଆଉ ୧୦ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୭ଶହ ଟପିଲା ମୃତକଙ୍କ ସଂଖ୍ୟା

20/09/2020 at 11:19 AM

ଭୁବନେଶ୍ବର ୨୦।୯: ରାଜ୍ୟରେ ଦିନକୁ ଦିନ ବିଗିଡିବାରେ ଲାଗିଛି କରୋନା ସ୍ଥିତି । ୨୪ ଘଣ୍ଟା ମଧ୍ୟରେ ୧୦ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୦୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

୧୦ ମୃତକଙ୍କ ମଧ୍ୟରୁ କଟକ, ପୁରୀ ଜିଲ୍ଲାରୁ ୨ ଜଣ ଲେଖାଏଁ, ବଲାଙ୍ଗୀର, ଗଞ୍ଜାମ, କଳାହାଣ୍ଡି, ଖୋର୍ଦ୍ଧା, ମୟୁରଭଞ୍ଜ ଏବଂ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୭୯୮୮୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୭୪୬୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୪୧୬୫୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୭୦୧ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୨୭୬୬୯୭୬ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts