Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୯୩୧ କରୋନା ସଂକ୍ରମିତ ଚିହ୍ନଟ
  • ||
  • ୧୨କୋଟି ଟଙ୍କାର ଜିଏସ୍‌ଟି ଠକେଇ ଅଭିଯୋଗ, ବିଭାଗ ପକ୍ଷରୁ ଛାନ୍‌ଭିନ୍‌ ଆରମ୍ଭ
  • ||
  • ବିଜାପୁରରେ ଏନ୍‌କାଉଣ୍ଟର : ଜଣେ ନକ୍ସଲ ନିହତ, ୨ ଯବାନ ଆହତ
  • ||
  • ମାଓବାଦୀଙ୍କ ବର୍ବର କାଣ୍ଡ , ପୋଲିସ ଇନଫର୍ମର ସନ୍ଦେହରେ ଘରୁ ଡାକି ନେଇ ହତ୍ୟା
  • ||

ରାଜ୍ୟରେ ଆଉ ୯ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୭୧୦ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା

21/09/2020 at 11:29 AM

ଭୁବନେଶ୍ବର ୨୧।୯: ରାଜ୍ୟରେ ଦିନକୁ ଦିନ ବିଗିଡିବାରେ ଲାଗିଛି କରୋନା ସ୍ଥିତି । ୨୪ ଘଣ୍ଟା ମଧ୍ୟରେ ୯ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୧୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

୯ ମୃତକଙ୍କ ମଧ୍ୟରୁ କେନ୍ଦୁଝର ଜିଲ୍ଲାରୁ ୨ ଜଣ, ବାଲେଶ୍ବର, ଜଗତସିଂହପୁର, କନ୍ଧମାଳ, ଖୋର୍ଦ୍ଧା, ନବରଙ୍ଗପୁର ଏବଂ ନୟାଗଡ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୮୪୧୨୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୭୬୮୪ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୪୫୬୭୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୭୦୧ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୨୮୧୪୭୩୪ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts