Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଗଞ୍ଜାମ ଦିଗପହଣ୍ଡିରେ ଅପରାଧୀର ଛୁରା ମାଡରେ ଅପରାଧୀ ମୃତ
  • ||
  • ବାଙ୍କୀରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବୋମାମାଡରେ ଜଣଙ୍କର ମୃତ୍ୟୁ
  • ||
  • କେନ୍ଦୁଝର ନୟାକୋଟରେ ସ୍ତ୍ରୀକୁ ଟାଙ୍ଗିଆରେ ହାଣିଲା ସ୍ବାମୀ
  • ||
  • ଗୁଜୁରାଟରେ ସ୍ତ୍ରୀକୁ ହତ୍ୟା ପରେ ଦୁଇ ସନ୍ତାନ ସହ ନିଜ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଦେଲେ ଯୁବକ
  • ||
  • ରାଜ୍ୟରେ ଆଉ ୧୫ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୬୯୫ କରୋନା ସଂକ୍ରମିତ
  • ||
  • ଆସୁଛି ଆଉ ଏକ ଲଘୁଚାପ ! ନଭେମ୍ବର ପହିଲାରୁ ପୁଣି ବର୍ଷାର ସମ୍ଭାବନା
  • ||
  • ଆମେରିକୀୟ ନୌସେନା ବିମାନ ଦୁର୍ଘଟଣାଗ୍ରସ୍ତ, ଦୁଇ ପାଇଲଟଙ୍କ ମୃତ୍ୟୁ
  • ||
  • ଭୁଆସୁଣୀ ଛକରେ ସିରିଜ୍ ଦୁର୍ଘଟଣା, ୨ ଗୁରୁତର
  • ||

ରାଜ୍ୟରେ ଆଉ ୧୧ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୭୨୧ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା

22/09/2020 at 11:31 AM

ଭୁବନେଶ୍ବର ୨୨।୯: ରାଜ୍ୟରେ ଦିନକୁ ଦିନ ବିଗିଡିବାରେ ଲାଗିଛି କରୋନା ସ୍ଥିତି । ୨୪ ଘଣ୍ଟା ମଧ୍ୟରେ ୧୧ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୨୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

୧୧ ମୃତକଙ୍କ ମଧ୍ୟରୁ ବାଲେଶ୍ବର, ବଲାଙ୍ଗୀର, ଗଞ୍ଜାମ, ମାଲକାନଗିରି ଜିଲ୍ଲାରୁ ୨ ଜଣ ଲେଖାଏଁ, ଭଦ୍ରକ, ଖୋର୍ଦ୍ଧା ଏବଂ ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୮୮୩୧୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୮୧୫୮ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୪୯୩୭୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୭୨୧ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି ।  ଏବେ ସୁଦ୍ଧା ରାଜ୍ୟରେ ୨୮୬୦୪୧୦ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts