ରାଜ୍ୟରେ ସର୍ବାଧିକ ୧୫ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୭୩୬ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା

Published By : Prameya-News7 Bureau | September 23, 2020 IST

ଭୁବନେଶ୍ବର ୨୩।୯: ରାଜ୍ୟରେ ଦିନକୁ ଦିନ ବିଗିଡିବାରେ ଲାଗିଛି କରୋନା ସ୍ଥିତି । ୨୪ ଘଣ୍ଟା ମଧ୍ୟରେ ୧୫ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୩୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

{"id":333310,"sizeSlug":"large"}

୧୫ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୪ଜଣ, ମୟୁରଭଞ୍ଜ, ପୁରୀ ଜିଲ୍ଲାରୁ ୨ ଜଣ ଲେଖାଏଁ, ବାଲେଶ୍ବର, କଟକ, ଢେଙ୍କାନାଳ, କନ୍ଧମାଳ, ମାଲକାନଗିରି, ନୟାଗଡ ଏବଂ ନୂଆପଡା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

wp:html /wp:html wp:html /wp:html wp:html /wp:html wp:html /wp:html wp:html /wp:html

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୯୨୫୪୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୮୫୪୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୫୩୨୧୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୭୩୬ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି ।ଏବେ ସୁଦ୍ଧା ରାଜ୍ୟରେ ୨୯୦୫୭୩୧ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.