Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୨କୁ ବୃଦ୍ଧି
  • ||
  • ମାଆର ସାହସ ଆଗରେ ହାରିଲା ବାଘ, ନିଜ ପୁଅକୁ ମୃତ୍ୟୁ ମୁଖରୁ ଛଡାଇ ଆଣିଲେ ମହିଳା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୭୯୬ ମୃତ
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୮୯ କରୋନା ସଂକ୍ରମିତ, ୧୦୫୦୨୪୯ରେ ପହଞ୍ଚିଲା ସଂଖ୍ୟା
  • ||
  • ୟୁକ୍ରେନ ଉପରେ ଆକ୍ରମଣ କରିବ ଋଷ ! ପୁଟିନଙ୍କ ଦେଢ ଲକ୍ଷରୁ ଅଧିକ ସୈନ୍ୟ ଅଛନ୍ତି ପ୍ରସ୍ତୁତ
  • ||
  • ଜାନୁଆରୀ-ଫେବୃଆରୀ ମଧ୍ୟରେ ଭାରତରେ ଆସିବ ତୃତୀୟ ଲହର, ଓମିକ୍ରନ୍ ସାଜିବ ବାହକ : ଦାବି କଲେ ବିଶେଷଜ୍ଞ
  • ||
  • ଚାଲିଥିଲା ଧାନ ଚୋରା ଚାଲାଣ, ୨୨୦ ବସ୍ତା ଜବତ କଲା ଯୋଗାଣ ବିଭାଗ
  • ||
  • ଜଓ୍ୱାଦ ଦୁର୍ବଳ, ଟଳିଲା ବଡ ବିପଦ : ପୁରୀଠୁ ୨୭୦ କିମି ଦୂରରେ କେନ୍ଦ୍ରୀଭୂତ
  • ||
  • ଜଗତସିଂହପୁରରେ ଲଗାଣ ବର୍ଷା, ଧାନ ଫସଲ କ୍ଷତିଗ୍ରସ୍ତ
  • ||

ରାଜ୍ୟରେ ସର୍ବାଧିକ ୧୬ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୭୫୨ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା

24/09/2020 at 11:25 AM

ଭୁବନେଶ୍ବର ୨୪।୯: ରାଜ୍ୟରେ ଦିନକୁ ଦିନ ବିଗିଡିବାରେ ଲାଗିଛି କରୋନା ସ୍ଥିତି । ୨୪ ଘଣ୍ଟା ମଧ୍ୟରେ ୧୬ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୫୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

୧୬ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୫ଜଣ, ପୁରୀ ଜିଲ୍ଲାରୁ ୪ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୨ ଜଣ, ବଲାଙ୍ଗୀର, ମୟୁରଭଞ୍ଜ, ନୟାଗଡ, ରାୟଗଡା ଏବଂ ସୁବର୍ଣ୍ଣପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୯୬୮୮୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୮୮୧୮ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୫୭୨୬୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୭୫୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୨୯୫୬୩୦୧ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts