ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୭୯୭ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା

Published By : Prameya-News7 Bureau | September 27, 2020 IST

ଭୁବନେଶ୍ବର ୨୭।୯: ରାଜ୍ୟରେ ଦିନକୁ ଦିନ ବିଗିଡିବାରେ ଲାଗିଛି କରୋନା ସ୍ଥିତି । ୨୪ ଘଣ୍ଟା ମଧ୍ୟରେ ୧୪ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୯୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

୧୪ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା, କଟକ ଜିଲ୍ଲାରୁ ୩ ଜଣ ଲେଖାଏଁ, ଯାଜପୁର, କେନ୍ଦ୍ରାପଡା ଜିଲ୍ଲାରୁ ୨ ଜଣ ଲେଖାଏଁ, ବଲାଙ୍ଗୀର, ଢେଙ୍କାନାଳ, ଗଜପତି ଏବଂ ସୁବର୍ଣ୍ଣପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

wp:html /wp:html wp:html /wp:html wp:html /wp:html wp:html /wp:html

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୦୯୩୭୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୮୩୩୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ  ୧୭୦୧୯୩ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୭୯୭ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୩୧୧୧୭୬୬ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.