Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୯ ହଜାରରୁ ଅଧିକ କରୋନା ପଜିଟିଭ୍, ୩୯୧ ମୃତ
  • ||
  • ଓ୍ୱାଙ୍ଖଡେ ଟେଷ୍ଟରେ ମୁହାଁମୁହିଁ ହେବେ ଭାରତ ଓ ନ୍ୟୁଜିଲାଣ୍ଡ : ଫେରିଲେ ବିରାଟ, ଦେଖିବାକୁ ମିଳିବ ରୋମାଞ୍ଚକର ଫାଇଟ୍
  • ||
  • ପାଟଣା ରେଞ୍ଜରେ ହାତୀ ଆତଙ୍କ, ନଷ୍ଟ କରୁଛନ୍ତି ପାଚିଲା ଧାନ
  • ||
  • ଓଡିଶାରେ ବିରଳ ଘଟଣା : ଯୁବକଙ୍କ ପେଟରୁ ବାହାରିଲା ଭ୍ରୂଣ, ୫ ଘଣ୍ଟାର ଅପରେସନ ପରେ ବାହାର କଲେ ଡାକ୍ତର
  • ||
  • ଚିନ୍ତା ବଢାଇଲା ଓମିକ୍ରନ, ଦକ୍ଷିଣ ଆଫ୍ରିକାରେ ଲକଡାଉନ୍: ଭାରତରେ ମଧ୍ୟ ସ୍ଥିତି ସାଂଘାତିକ
  • ||
  • ଓଡିଶାରେ ଘସି ହୋଇଯିବ ଜଓ୍ୱାଦ ! ଉପକୂଳରେ ପ୍ରବଳ ବର୍ଷା, ୯୦ କିମି ବେଗରେ ବହିବ ପବନ
  • ||
  • ଚୋରା କାରବାରରେ ନାବାଳକ : ନବମ ଶ୍ରେଣୀ ଛାତ୍ରଙ୍କ ବ୍ୟାଗରୁ ମିଳିଲା ୨ କେଜି ଅଫିମ
  • ||

ରାଜ୍ୟରେ ଆଉ ୧୫ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୮୨୮ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା

29/09/2020 at 11:23 AM

ଭୁବନେଶ୍ବର ୨୯।୯: ରାଜ୍ୟରେ ଦିନକୁ ଦିନ ବିଗିଡିବାରେ ଲାଗିଛି କରୋନା ସ୍ଥିତି । ୨୪ ଘଣ୍ଟା ମଧ୍ୟରେ ୧୫ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୨୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

୧୫ ମୃତକଙ୍କ ମଧ୍ୟରୁ ବାଲେଶ୍ବର, ଖୋର୍ଦ୍ଧା, କଟକ ଜିଲ୍ଲାରୁ ୩ ଜଣ ଲେଖାଏଁ, ପୁରୀ ଜିଲ୍ଲାରୁ ୨ ଜଣ, ବଲାଙ୍ଗୀର, ଝାରସୁଗୁଡା, ସୁନ୍ଦରଗଡ ଏବଂ ନବରଙ୍ଗପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୧୫୬୭୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୭୨୧୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ  ୧୭୭୫୮୫ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୮୨୮ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୩୨୦୦୮୫୨ ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts