Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୧୨ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୫୪୦ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଡିସେମ୍ବର ୩୧ପୂର୍ବରୁ ବସିବ ବିଧାନସଭାର ଶୀତ ଅଧିବେଶନ
  • ||
  • କରୋନାର ଦୈନିକ ସଂକ୍ରମଣରେ ବୃଦ୍ଧି, ୨୪ଘଣ୍ଟାରେ ୪୩୮୯୩ ନୂଆ ଆକ୍ରାନ୍ତ ଚିହ୍ନଟ
  • ||
  • ଅପରେସନ ଅଲ୍ଆଉଟ୍ : ସେନା ଗୁଳିରେ ୨ ଆତଙ୍କୀ ନିହତ, ବନ୍ଧୁକ ଓ ଗୁଳି ଜବତ
  • ||
  • ବିହାର ନିର୍ବାଚନ : ପ୍ରଥମ ପର୍ଯ୍ୟାୟ ପାଇଁ ମତଦାନ ଆରମ୍ଭ, ୭୧ଟି ଆସନରେ ଚାଲିଛି ଭୋଟିଂ
  • ||

ରାଜ୍ୟରେ ସର୍ବାଧିକ ୧୭ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୮୫୯ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା

1/10/2020 at 11:59 AM

ଭୁବନେଶ୍ବର ୧।୧୦: ରାଜ୍ୟରେ ଦିନକୁ ଦିନ ବିଗିଡିବାରେ ଲାଗିଛି କରୋନା ସ୍ଥିତି । ୨୪ ଘଣ୍ଟା ମଧ୍ୟରେ ସର୍ବାଧିକ ୧୭ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୫୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

୧୭ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୪ ଜଣ, କଟକ, ନୟାଗଡ ଜିଲ୍ଲାରୁ ୨ ଜଣ, ଅନୁଗୋଳ, ଭଦ୍ରକ, ବଲାଙ୍ଗୀର, ଢେଙ୍କାନାଳ, ଜଗତସିଂହପୁର, କଳାହାଣ୍ଡି, କେନ୍ଦ୍ରାପଡା, ପୁରୀ ଏବଂ ରାୟଗଡା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୨୨୭୩୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୬୧୨୨ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୮୫୭୦୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୮୫୯ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୩୩୦୦୬୪୪ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts