Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବ୍ୟାଟସମ୍ୟାନଙ୍କ ପରେ ବିଫଳ ହେଲେ ଆରସିବି ବୋଲର, ‘କର ବା ମର’ ମ୍ୟାଚରେ ୫ ଓ୍ୱିକେଟରେ ଜିତିଲା ହାଇଦ୍ରାବାଦ
  • ||
  • ଗହଣା ଦୋକାନରୁ ଚୋରି, ଛାତ କଣା କରି ଲୁଟିନେଲେ ୨ କିଲୋର ସୁନା ଅଳଙ୍କାର
  • ||
  • ସାରୁଅ ଜମି କେଳେଙ୍କାରୀ : ଓଡିଶା ଇନଫ୍ରାଟେକ୍‌ର ଦୁଇ କର୍ମଚାରୀ ଗିରଫ, ଶ୍ରମିକଙ୍କୁ ଧମକ ଅଭିଯୋଗରେ ବାନ୍ଧିଲା ବାଘମାରୀ ପୋଲିସ
  • ||
  • IPL 2020: ବୁମରା ଓ ବୋଲ୍ଟଙ୍କ ଶାଣିତ ବୋଲିଂ ପରେ ଇଶାନଙ୍କ ଅର୍ଦ୍ଧଶତକ, ୯ ଓ୍ଵିକେଟ୍‌ରେ ଜିତିଲା ମୁମ୍ବାଇ ଇଣ୍ଡିଆନ୍ସ, ଦିଲ୍ଲୀର କ୍ରମାଗତ ଚତୁର୍ଥ ପରାଜୟ
  • ||
  • ଭୁବନେଶ୍ୱର : ଆସିଲା ଅନଲକ୍ ୬.୦ ଗାଇଡ଼ଲାଇନ୍‌
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୧୨ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ଭୁବନେଶ୍ୱର : ରାଜ୍ୟରେ ୧୪୭୦ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଭୁବନେଶ୍ୱର : ୧୬ତାରିଖରେ ଖୋଲିବ ସ୍କୁଲ, ନବମରୁ ଦ୍ୱାଦଶ ଶ୍ରେଣୀ ଯାଏଁ ପିଲା ପଢିବାକୁ ଆସିବେ
  • ||
  • ଝରକା ତାଡ଼ି ବ୍ୟାଙ୍କରୁ ଲୁଟ୍ ! ପୋଲିସର ତଦନ୍ତ ଜାରି
  • ||
  • ଭୟଙ୍କର ଭୂକମ୍ପରେ ଥରିଲା ତୁର୍କୀ ଓ ଗ୍ରୀସ : ମୃତ୍ୟୁ ସଂଖ୍ୟା ୧୭କୁ ବୃଦ୍ଧି, ୭ ଶହରୁ ଅଧିକ ଆହତ
  • ||

ରାଜ୍ୟରେ ଆଉ ୧୬ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୮୭୫ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା

2/10/2020 at 11:26 AM

ଭୁବନେଶ୍ବର ୨।୧୦: ରାଜ୍ୟରେ ଦିନକୁ ଦିନ ବିଗିଡିବାରେ ଲାଗିଛି କରୋନା ସ୍ଥିତି । ୨୪ ଘଣ୍ଟା ମଧ୍ୟରେ ୧୬ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୭୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

୧୬ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୬ ଜଣ, ନୟାଗଡ ଜିଲ୍ଲାରୁ ୩ ଜଣ, ବାଲେଶ୍ବର, କଟକ ଜିଲ୍ଲାରୁ ୨ ଜଣ, ବରଗଡ, ଜଗତସିଂହପୁର ଏବଂ କଳାହାଣ୍ଡି ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୨୬୩୩୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୫୩୨୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୯୦୦୮୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୮୭୫ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୩୩୪୮୮୬୧ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts