Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଚାଲିପାରିଲାନି ବିଧାନସଭା, ସୋମାବାର ପର୍ଯ୍ୟନ୍ତ ମୁଲତବୀ ଘୋଷଣା କଲେ ବାଚସ୍ପତି
  • ||
  • ଭୁବନେଶ୍ବର : ଚଉଷଠୀ ଯୋଗିନୀ ମା’ ନାରାୟଣୀଙ୍କ ମନ୍ଦିରରୁ ଚୋରି, ମା’ଙ୍କ ମୂର୍ତ୍ତିରୁ ସୁନା ଅଳଙ୍କାର ତାଡି ନେଲେ ଦୁର୍ବୃତ୍ତ
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହୋଇଛନ୍ତି ୬୯୭୦ଜଣ ଭିକାରୀ, ୪୧୨୮ ପୁରୁଷ ଓ ୨୮୪୨ ମହିଳା
  • ||
  • ଭୁବନେଶ୍ବର : ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ଓମିକ୍ରନ୍ ଚିହ୍ନଟ ହୋଇନାହିଁ : DMET
  • ||
  • ଭୁବନେଶ୍ବର : ଗୃହରେ ବିରୋଧୀଙ୍କ ପ୍ରତିବାଦ ପ୍ରସଙ୍ଗ, ବିଧାୟିକା ସ୍ନେହାଙ୍ଗୀନି ଛୁରିଆ କହିଲେ- ‘ଏହା ଗଣତନ୍ତ୍ର ପ୍ରତି ସୁସ୍ଥ ବାତାବରଣ ନୁହଁ’
  • ||
  • ଭୁବନେଶ୍ବର : ଦୁର୍ବଳ ହେବାରେ ଲାଗିଛି ବାତ୍ୟା : ରାଜସ୍ବ ମନ୍ତ୍ରୀ
  • ||
  • ଭୁବନେଶ୍ବର : ମମିତା ଝଡ ଧୀରେ ଧୀରେ ମହାବାତ୍ୟା ଆଡକୁ ମୁହାଁଇବ : ବିଷ୍ଣୁ ସେଠୀ
  • ||
  • ପୁରୀ : ପୁରୀ ବେଳାଭୂମିରେ ଲାଗିଲା ରେଡ୍ ଫ୍ଲାଗ୍, ଜନସାଧାରଣଙ୍କୁ ଯିବା ଲାଗି ବାରଣ
  • ||
  • ପଦାର୍ଥ ବିଜ୍ଞାନୀ ପଦ୍ମଭୂଷଣ ତ୍ରିଲୋଚନ ପ୍ରଧାନଙ୍କ ପରଲୋକ
  • ||
  • କୋରାପୁଟ : ମାଲବାହୀ ଟ୍ରେନ୍‌ ଇଞ୍ଜିନ୍ ଲାଇନ୍‌ଚ୍ୟୁତ, ନୂଆ ଟ୍ରାକ୍‌ରୁ ପୁରୁଣା ଟ୍ରାକ୍‌କୁ ପାସ୍ ବେଳେ ଦୁର୍ଘଟଣା
  • ||

ରାଜ୍ୟରେ ଆଉ ୧୫ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୯୦୭ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା

4/10/2020 at 11:13 AM

ଭୁବନେଶ୍ବର ୦୪।୧୦: ରାଜ୍ୟରେ ଦିନକୁ ଦିନ ବିଗିଡିବାରେ ଲାଗିଛି କରୋନା ସ୍ଥିତି । ୨୪ ଘଣ୍ଟା ମଧ୍ୟରେ ୧୫ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୯୦୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

୧୫ ମୃତକଙ୍କ ମଧ୍ୟରୁ କଟକ ଓ ଖୋର୍ଦ୍ଧା ଜିଲ୍ଲାରୁ ୩ଜଣ ଲେଖାଏଁ ରହିଛନ୍ତି । ସେହିପରି କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ଜଣ ରହିଥିବା ବେଳେ ବୌଦ୍ଧ, ଢେଙ୍କାନାଳ , ଜଗତସିଂହପୁର, କେନ୍ଦୁଝର, କୋରାପୁଟ, ସମ୍ବଲପୁର, ମାଲକାନଗିରିରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୩୨୭୧୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୩୫୫୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୯୮୧୯୪ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।ସେହିପରି ୯୦୭ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି ଏବେ ସୁଦ୍ଧା ରାଜ୍ୟରେ ୩୪୪୦୮୩୫ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts