ରାଜ୍ୟରେ ଆଉ ୧୭ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୯୨୪ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା

Published By : Prameya-News7 Bureau | October 05, 2020 IST

ଭୁବନେଶ୍ବର ୫।୧୦: ରାଜ୍ୟରେ ଦିନକୁ ଦିନ ବିଗିଡିବାରେ ଲାଗିଛି କରୋନା ସ୍ଥିତି । ୨୪ ଘଣ୍ଟା ମଧ୍ୟରେ ୧୭ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୯୨୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

୧୭ ମୃତକଙ୍କ ମଧ୍ୟରୁ କଟକ ଓ ପୁରୀ ଜିଲ୍ଲାରୁ ୩ ଜଣ ଲେଖାଏଁ, ବାଲେଶ୍ବର, ବୌଦ୍ଧ ଏବଂ ଖୋର୍ଦ୍ଧା ଜିଲ୍ଲାରୁ ୨ଜଣ ଲେଖାଏଁ, ଅନୁଗୋଳ, କେନ୍ଦୁଝର, ନବରଙ୍ଗପୁର, ରାୟଗଡା ଏବଂ ସୁନ୍ଦରଗଡ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

wp:html /wp:html wp:html /wp:html wp:html /wp:html wp:html /wp:html wp:html /wp:html wp:html /wp:html

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୩୫୩୩୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୨୦୫୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୦୨୩୦୨ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୯୨୪ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୩୪୮୨୪୦୨ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.