ରାଜ୍ୟରେ ସର୍ବାଧିକ ୧୮କରୋନା ସଂକ୍ରମିତଙ୍କ ମୃତ୍ୟୁ, ୯୫୮ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା

Published By : Prameya-News7 Bureau | October 07, 2020 IST

ଭୁବନେଶ୍ବର ୭।୧୦: ରାଜ୍ୟରେ ଦିନକୁ ଦିନ ବିଗିଡିବାରେ ଲାଗିଛି କରୋନା ସ୍ଥିତି । ୨୪ ଘଣ୍ଟା ମଧ୍ୟରେ ସର୍ବାଧିକ ୧୮ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୯୫୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

{"id":339940,"sizeSlug":"large"}

୧୮ ମୃତକଙ୍କ ମଧ୍ୟରୁ ବାଲେଶ୍ୱର ଜିଲ୍ଲାରୁ ୪ ଜଣ, ନୟାଗଡ, ପୁରୀ ଏବଂ ସୁନ୍ଦରଗଡ ଜିଲ୍ଲାରୁ ୨ ଜଣ ଲେଖାଏଁ, ବୌଦ୍ଧ, ଦେବଗଡ, ଯାଜପୁର, କନ୍ଧମାଳ, ଖୋର୍ଦ୍ଧା, କୋରାପୁଟ, ମୟୁରଭଞ୍ଜ ଓ ସମ୍ବଲପୁରରୁ ଜଣେ ଲେଖାଏଁ ରହିଛନ୍ତି ।

wp:html /wp:html wp:html /wp:html wp:html /wp:html wp:html /wp:html wp:html /wp:html wp:html /wp:html

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୪୦୯୯୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୯୭୭୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୧୦୨୧୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୯୫୮ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୩୫୬୯୬୦୦ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.