Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଓଡିଶା ଉପକୂଳରେ ମାଡ ହେବ ବାତ୍ୟା ! ଡିସେମ୍ବର ୩ରୁ ୬ ଯାଏଁ ପ୍ରବଳ ବର୍ଷା
  • ||
  • ଟାଙ୍ଗୀ : ତାରିଣୀ ଦର୍ଶନ ସାରି ଫେରୁଥିଲେ, ଅଧାରାସ୍ତାରେ ଧକ୍କା ଦେଲା ଟ୍ରକ, ଚାଲିଗଲା ୩ ଜୀବନ
  • ||
  • ବିଏସକେଓ୍ୱାଇରେ ଯୋଡିହେବ କୋରାପୁଟ, ଭର୍ଚୁଆଲ ମାଧ୍ୟମରେ ସ୍ମାର୍ଟ କାର୍ଡ ବଣ୍ଟନ କରିବେ ମୁଖ୍ୟମନ୍ତ୍ରୀ
  • ||
  • ବିଏସକେଓ୍ୱାଇରେ ଯୋଡିହେବ କୋରାପୁଟ, ଭର୍ଚୁଆଲ ମାଧ୍ୟମରେ କାର୍ଡ ବଣ୍ଟନ କରିବେ ମୁଖ୍ୟମନ୍ତ୍ରୀ
  • ||

ରାଜ୍ୟରେ ୧୬କରୋନା ସଂକ୍ରମିତଙ୍କ ମୃତ୍ୟୁ, ୯୭୪ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା

8/10/2020 at 11:23 AM

ଭୁବନେଶ୍ବର ୮।୧୦: ରାଜ୍ୟରେ ଦିନକୁ ଦିନ ବିଗିଡିବାରେ ଲାଗିଛି କରୋନା ସ୍ଥିତି । ୨୪ ଘଣ୍ଟା ମଧ୍ୟରେ ୧୬ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୯୭୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

୧୬ ମୃତକଙ୍କ ମଧ୍ୟରୁ ବାଲେଶ୍ୱର, ଖୋର୍ଦ୍ଧା ଜିଲ୍ଲାରୁ ୪ ଜଣ, କଳାହାଣ୍ଡି, ମୟୁରଭଞ୍ଜ, ନୟାଗଡ ଜିଲ୍ଲାରୁ ୨ ଜଣ ଲେଖାଏଁ, ଝାରସୁଗୁଡା, ସୁନ୍ଦରଗଡରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୪୪୧୪୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୯୪୪୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୧୩୬୭୨ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୯୭୪ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୩୬୧୯୫୦୯ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts