Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକଣା କଡାକଡି କଲା ହଙ୍ଗକଙ୍ଗ, ବାହାର ଦେଶର ନାଗରିକଙ୍କ ପ୍ରବେଶ ଉପରେ ରୋକ୍
  • ||
  • ଟଳିଗଲା ମୃତ୍ୟୁ, ଅଳ୍ପକେ ମରଣ ମୁହଁରୁ ବର୍ତ୍ତିଲେ କଲେଜ ଛାତ୍ରୀ ଓ ସ୍କୁଟି ଚାଳକ : ସିସିଟିଭିରେ ଛାତିଥରା ଦୃଶ୍ୟ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୧୧କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୨୮ କରୋନା ସଂକ୍ରମିତ, ୧୦୪୯୧୦୮ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୬ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୦ ମୃତ
  • ||
  • ହଠାତ ହେଲା ବରଫ ଝଡ, ପବ୍‌ରେ ଫସିଗଲେ ୬୧ ଗ୍ରାହକ : ୩ ଦିନ ପରେ ଉଦ୍ଧାର
  • ||
  • ମା’ ସୁରେଶ୍ୱରୀ ମନ୍ଦିରରୁ ଚୋରି, ନେଇଗଲେ ଦେବୀଙ୍କ ରୁପା ମୁକୁଟ
  • ||
  • ବୁଧବାରଠୁ କମ୍ପିବ ବିଧାନସଭା, ଅଧିବେଶନ ପୂର୍ବରୁ ରଣନୀତି ପ୍ରସ୍ତୁତ କରିବେ ଶାସକ ଓ ବିରୋଧି
  • ||
  • ଆସୁଛି ବାତ୍ୟା ‘ଜଓ୍ୱାଦ’, ୪ ତାରିଖରେ କରିବ ଲ୍ୟାଣ୍ଡଫଲ
  • ||
  • ଜଗତସିଂହପୁରରେ ‘ସାଗର କବଚ ଓଡି-୨୧’, ସମରାଭ୍ୟାସରେ ସାମିଲ ଭାରତୀୟ ତଟରକ୍ଷୀ ବାହିନୀ ଓ ମେରାଇନ୍ ପୋଲିସ
  • ||

ରାଜ୍ୟରେ ୧୭କରୋନା ସଂକ୍ରମିତଙ୍କ ମୃତ୍ୟୁ, ୯୯୧ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା

9/10/2020 at 12:05 PM

ଭୁବନେଶ୍ବର ୯।୧୦: ରାଜ୍ୟରେ ଦିନକୁ ଦିନ ବିଗିଡିବାରେ ଲାଗିଛି କରୋନା ସ୍ଥିତି । ୨୪ ଘଣ୍ଟା ମଧ୍ୟରେ ୧୭ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୯୯୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

୧୬ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୪ ଜଣ, ବାଲେଶ୍ବର ଜିଲ୍ଲାରୁ ୩ ଜଣ, ପୁରୀ ଏବଂ ମୟୂରଭଞ୍ଜ ଜିଲ୍ଲାରୁ ୨ ଜଣ ଲେଖାଏଁ, ମାଲକାନଗିରି, ବରଗଡ, କଳାହାଣ୍ଡି, କନ୍ଧମାଳ, ନୟାଗଡ ଏବଂ ସୁବର୍ଣ୍ଣପୁର ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୪୬୮୩୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୮୮୧୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୧୬୯୮୪ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୯୯୧ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୩୬୬୪୬୭୮ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts