ରାଜ୍ୟରେ ଆଉ ୫ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୪୪ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା

Published By : Prameya-News7 Bureau | December 01, 2020 IST

ଭୁବନେଶ୍ବର ୧।୧୨: ରାଜ୍ୟରେ ବଢିବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୩୭୮ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୫ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୭୪୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

୫ ମୃତକଙ୍କ ମଧ୍ୟରୁ ପୁରୀ ଜିଲ୍ଲାରୁ ୩ ଜଣ, ଜଗତସିଂହପୁର, ଖୋର୍ଦ୍ଧା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

wp:html /wp:html wp:html /wp:html

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୧୯୧୦୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୫୨୪୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୧୨୦୬୫ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି କରୋନାରେ ୧୭୪୪ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୫୯୪୦୯୦୧ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.