Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ରାଜ୍ୟରେ ୧୨ କରୋନା ସଂକ୍ରମିତଙ୍କ ମୃତ୍ୟୁ, ମୋଟ ମୃତ୍ୟୁ ସଂଖ୍ୟା ୪୮୨କୁ ବୃଦ୍ଧି

30/08/2020 at 10:21 AM

ଭୁବନେଶ୍ବର ୩୦।୮: ରାଜ୍ୟରେ ଦିନକୁ ଦିନ ବିଗିଡିବାରେ ଲାଗିଛି କରୋନା ସ୍ଥିତି । ୨୪ ଘଣ୍ଟା ମଧ୍ୟରେ ୧୨ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା  ୪୮୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

୧୨ ମୃତକଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୪ ଜଣ, ଖୋର୍ଦ୍ଧା, କଟକ, ଯାଜପୁର, ମାଲକାନଗିରି, ନବରଙ୍ଗପୁର, ପୁରୀ, ରାୟଗଡା, ସୁନ୍ଦରଗଡ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୦୯୩୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୯୬୮୫ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୭୦୭୧୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୪୮୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୧୭୩୧୫୫୬ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts