Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୧୨ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୫୪୦ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଡିସେମ୍ବର ୩୧ପୂର୍ବରୁ ବସିବ ବିଧାନସଭାର ଶୀତ ଅଧିବେଶନ
  • ||
  • କରୋନାର ଦୈନିକ ସଂକ୍ରମଣରେ ବୃଦ୍ଧି, ୨୪ଘଣ୍ଟାରେ ୪୩୮୯୩ ନୂଆ ଆକ୍ରାନ୍ତ ଚିହ୍ନଟ
  • ||
  • ଅପରେସନ ଅଲ୍ଆଉଟ୍ : ସେନା ଗୁଳିରେ ୨ ଆତଙ୍କୀ ନିହତ, ବନ୍ଧୁକ ଓ ଗୁଳି ଜବତ
  • ||
  • ବିହାର ନିର୍ବାଚନ : ପ୍ରଥମ ପର୍ଯ୍ୟାୟ ପାଇଁ ମତଦାନ ଆରମ୍ଭ, ୭୧ଟି ଆସନରେ ଚାଲିଛି ଭୋଟିଂ
  • ||

କୋଭିଡ୍ ହସ୍ପିଟାଲରେ ଭୟାବହ ଅଗ୍ନିକାଣ୍ଡ, କରୋନା ସଂକ୍ରମିତଙ୍କୁ ଅନ୍ୟ ହସ୍ପିଟାଲକୁ ସ୍ଥାନାନ୍ତର

21/09/2020 at 2:39 PM

କଟକ ୨୧।୯: କୋଭିଡ୍ ହସ୍ପିଟାଲରେ ଅଗ୍ନିକାଣ୍ଡ । ଜଗତପୁର ସ୍ଥିତ ଏକ ୧୦୦ ଶଯ୍ୟା ବିଶିଷ୍ଟ କୋଭିଡ୍ ହସ୍ସିଟାଲରେ ଭୟାବହ ଅଗ୍ନିକାଣ୍ଡ ହୋଇଛି । ସର୍ଟ ସର୍କିଟ୍ ଯୋଗୁଁ ନିଆଁ ଲାଗି ଥାଇ ପାରେ ବୋଲି ଅନୁମାନ କରାଯାଉଛି । ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ କର୍ମଚାରୀ ପହଞ୍ଚି ନିଆଁ ଲିଭାଇବା କାର୍ଯ୍ୟ​‌ରେ ନିୟୋଜିତ ଅଛନ୍ତି । ହସ୍ପିଟାଲରେ ଥିବା କରୋନା ସଂକ୍ରମିତଙ୍କୁ ଅନ୍ୟ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଉଛି ।

ହସ୍ପିଟାଲରେ ଥିବା କରୋନା ସଂକ୍ରମିତଙ୍କର କୌଣସି କ୍ଷୟକ୍ଷତି ହୋଇନାହିଁ । ମାତ୍ର ହସ୍ପିଟାଲର ୪/୫ ଜଣ କର୍ମଚାରୀ ସାମାନ୍ୟ ଆହତ ହୋଇଥିବା ସୂଚନା ମିଳିଛି । ଘଟଣାସ୍ଥଳରେ ବିଭାଗୀୟ ଅଧିକାରୀ ପହଁଞ୍ଚି ଘଟଣା ସଂପର୍କରେ ତନାଘନା କରୁଛନ୍ତି । ରୋଗୀମାନଙ୍କୁ ସ୍ଥାନାନ୍ତର କରିବା ଲାଗି ଆମ୍ବୁଲାନ୍ସ ମୁତୟନ ହୋଇଛି ।

ଆଇସିୟୁରେ ନିଆଁ ଲାଗିଥିବା ହେତୁ ପରିସ୍ଥିତି ସଙ୍ଗୀନ ହୋଇଥିବା କୁହାଯାଉଛି । ତେବେ ନିଆଁ ନିୟନ୍ତ୍ରଣାଧୀନ ରହିଥିବା କୁହାଯାଉଛି । କେଉଁ କାରଣରୁ କୋଭିଡ୍ ହସ୍ପିଟାଲରେ ନିଆଁ ଲାଗିଲା ତାହା ଜଣାପଡ଼ିନାହିଁ । ଘଟଣାସ୍ଥଳରେ କଟକ ଜିଲ୍ଲାପାଳ, ସିଏମସି କମିସନର ଏବଂ ଡିସିପି ପ୍ରମୁଖ ପହଞ୍ଚି ରୋଗୀମାନଙ୍କୁ ଅନ୍ୟତ୍ର ସ୍ଥାନାନ୍ତରିତ କରୁଥିବା ଜଣାଯାଇଛି। ଏଥିଲାଗି କଟକରୁ ୧୨ଟି ଆମ୍ବୁଲାନ୍ସ ଅଣାଯାଉଥିବାର ସୂଚନା ମିଳିଛି । ଗୁରୁତର ରୋଗୀମାନଙ୍କୁ କଟକର ବିଭିନ୍ନ ହସ୍ପିଟାଲକୁ ସ୍ଥାନାନ୍ତରି କରାଯାଉଥିବାର ସୂଚନା ମିଳିଛି ।

   Related Posts