କମିଲା କୋଭିଡ୍ ମୃତ୍ୟୁ ସଂଖ୍ୟା : ଗତ ୨୪ ଘଣ୍ଟାରେ ଯାଇଛି ୪ ମୁଣ୍ଡ, ୧୭୩୪ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା

Published By : Prameya-News7 Bureau | November 29, 2020 IST

ଭୁବନେଶ୍ବର ୨୯।୧୧: ରାଜ୍ୟରେ ବଢିବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୫୧୮ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୪ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୭୩୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

wp:html /wp:html wp:html /wp:html

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୧୮୩୦୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୫୯୧୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୧୦୫୪୯ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୫୮୬୩୧୯୯ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.