Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଇସ୍ତଫା ଦେଲେ ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ୟାପଟେନ୍ ଅମରିନ୍ଦର ସିଂହ, ରାଜ୍ୟପାଳଙ୍କୁ ଭେଟି ଦେଲେ ରିଜାଇନ୍
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୩୫ ହଜାରରୁ ଅଧିକ କରୋନା ପଜିଟିଭ୍, ୨୮୧ ମୃତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୬ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୬୯୫ କୋଭିଡ୍ ପଜିଟିଭ୍
  • ||
  • ଉପରୁ ମୁଣ୍ଡରେ କମୁଛି ବନ୍ୟାଜଳ ପ୍ରବାହ, ବନ୍ଦ ହେଲା ହୀରାକୁଦର ୪ ଗେଟ୍
  • ||
  • ବିଲକୁ ଯାଇଥିଲେ ଚାଷୀ, ଦଳି ମାରିଦେଲା ଦନ୍ତା
  • ||
  • ଗୋଟିଏ ଟ୍ରକ୍ ଧକ୍କା ଦେଲା, ଆଉ ଏକ ଟ୍ରକ୍ ଚାପିଦେଲା : ରାସ୍ତା ପାର୍ ବେଳେ ଜୀବନ ହାରିଲେ ସୁବାଷ
  • ||
  • ରାତିରେ ହଠାତ ଘରେ ପଶିଗଲା ଦନ୍ତା, ନାବାଳକକୁ ଆକ୍ରମଣ କରି ମାରିଦେଲା…
  • ||
  • ଦେବୀଗଡା ଘାଟ ନିକଟରୁ ବିଶାଳ ଅଜଗର ଉଦ୍ଧାର, ବନ୍ୟା ଜଳରେ ଭାସି ଆସିଥିବା ସନ୍ଦେହ
  • ||

କୋଭିଡ୍ ସ୍ଥିତି ନିୟନ୍ତ୍ରଣରେ, ତଥାପି ଆସିନି ସମ୍ପୂର୍ଣ୍ଣ ଆଶ୍ୱସ୍ତିର ସମୟ, ସତର୍କତାର ମନ୍ତ୍ର ସହ ମୁଖ୍ୟମନ୍ତ୍ରୀ କହିଲେ- ସ୍ୱାସ୍ଥ୍ୟସେବାକୁ ସରକାରଙ୍କ ସର୍ବୋଚ୍ଚ ପ୍ରାଥମିକତା

23/07/2021 at 3:00 PM

ଭୁବନେଶ୍ୱର,୨୩/୦୭:   ଗତ କିଛି ସପ୍ତାହ ହେଲା ରାଜ୍ୟରେ ପଜିଟିଭିଟି ହାର କମୁଛି । କିନ୍ତୁ କେତେକ ଜିଲ୍ଲାରେ ସଂକ୍ରମଣ ସ୍ଥିତିରେ ଆହୁରି ଉନ୍ନତି ଆସିବାକୁ ବାକି ଅଛି । ଯଦିଓ ପରିସ୍ଥିତି ନିୟନ୍ତ୍ରଣାଧୀନ ରହିଛି ତଥାପି ଆତ୍ମସନ୍ତୋଷ ନୁହେଁ। ଅଧିକ ସତର୍କତା ହିଁ ଆମକୁ ସୁରକ୍ଷିତ ରଖିବ। ତେଣୁ ଲୋକମାନେ ଯେପରି ଅଯଥାରେ ଗହଳି ନ କରିବେ, ତାକୁ ଦୃଷ୍ଟିରେ ରଖି କୋଭିଡ ନିୟମାବଳୀକୁ କଡାକଡି ଭାବରେ ପାଳନ କରିବା ଉଚିତ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ରାଜ୍ୟରେ କୋଭିଡ୍‌ ସ୍ଥିତି, ତୃତୀୟ ଲହର ମୁକାବିଲା ପାଇଁ ପ୍ରସ୍ତୁତି ଏବଂ କୋଭିଡ ସହାୟତା ସଂପର୍କରେ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମୀକ୍ଷା ବୈଠକ କରିଥିଲେ। ୫ ଟି ସଚିବ ଭି.କେ ପାଣ୍ଡିଆନ ଏହି କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ। ଏହି ବୈଠକରେ ପୋଲିସ ମହାନିର୍ଦ୍ଦେଶକ, ବିଭିନ୍ନ ବିଭାଗର ପ୍ରମୁଖ ଶାସନ ସଚିବ, ଶାସନ ସଚିବ, ଜିଲ୍ଲାପାଳ, ଏସ୍‌.ପି ପ୍ରମୁଖ ଉପସ୍ଥିତ ଥିଲେ ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ବିଶେଷଜ୍ଞମାନଙ୍କର ମତକୁ ଆଧାର କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଯଦି ଅଗଷ୍ଟ ଶେଷ ବେଳକୁ ତୃତୀୟ ଲହରୀ ଆସେ, ସେଥିପାଇଁ ଆମକୁ ଏହାର ପୂର୍ଣ୍ଣ ପ୍ରସ୍ତୁତିର ସହ ମୁକାବିଲା କରିବାକୁ ହେବ । ସ୍ଵାସ୍ଥ୍ୟସେବା ରାଜ୍ୟ ସରକାରଙ୍କର ସର୍ବୋଚ୍ଚ ପ୍ରାଥମିକତା। ସ୍ଵାସ୍ଥ୍ୟସେବା ଭିତ୍ତିଭୂମିର ସୁଦୃଢୀକରଣ ସହିତ ମାନବସମ୍ବଳ ବିନିଯୋଗ ଉପରେ ରାଜ୍ୟ ସରକାର ଗୁରୁତ୍ଵ ଦେଉଛନ୍ତି । ଲୋକମାନେ ଯେପରି ବିନା କୌଣସି ଅସୁବିଧାରେ ସ୍ଵାସ୍ଥ୍ୟ ସେବା ପାଇପାରିବେ, ସେ ଦିଗରେ ଜିଲ୍ଲା ପ୍ରଶାସନର ଗୁରୁ ଦାୟିତ୍ଵ ରହିଛି । ପ୍ରତି ଜୀବନ ମୂଲ୍ୟବାନ। ଏହା ହେଉଛି ରାଜ୍ୟ ସରକାରଙ୍କର ସ୍ଵାସ୍ଥ୍ୟ ନୀତିର ଆଧାର ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ତେଣୁ ଜିଲ୍ଲା ହସ୍‌ପିଟାଲ ଠାରୁ ଆରମ୍ଭ କରି ସିଏଚସି ସ୍ତର ପର୍ଯ୍ୟନ୍ତ ଯେଭଳି ସ୍ଵାସ୍ଥ୍ୟସେବାରେ କୌଣସି ଅସୁବିଧା ନ ହୁଏ, ସେଥିପାଇଁ ଥାନା ଅଧିକାରୀଙ୍କ ଠାରୁ ଆରମ୍ଭ କରି ବିଡିଓ, ଏସ୍‌.ଡି.ପି.ଓ, ସବ୍‌କଲେକ୍ଟର, ଏସ୍‌.ପି ଓ ଜିଲ୍ଲାପାଳ ସମସ୍ତେ ଏହାକୁ ସେମାନଙ୍କର ମୂଳ ଦାୟିତ୍ଵର ଅଂଶଭାବରେ ଜ୍ଞାନ କରି ଯତ୍ନବାନ ହୁଅନ୍ତୁ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ବୈଠକରେ ଅଂଶଗ୍ରହଣ କରି ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଶିକ୍ଷକ ତଥା ସ୍କୁଲର କର୍ମଚାରୀମାନଙ୍କ ଟିକାକରଣ ଉପରେ ଗୁରୁତ୍ଵାରୋପ କରିଥିଲେ। ଏତତ୍ ବ୍ୟତୀତ ସ୍ଵାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର ତୃତୀୟ ଲହରର ମୁକାବିଲା ପାଇଁ ପ୍ରସ୍ତୁତି ସମ୍ପର୍କରେ ବୈଠକରେ ଅବଗତ କରିଥିଲେ । ଉନ୍ନୟନ କମିଶନର ତଥା ସ୍ଵତନ୍ତ୍ର ରିଲିଫ କମିଶନର ପି.କେ. ଜେନା ମୁଖ୍ୟମନ୍ତ୍ରୀଙ୍କ କୋଭିଡ ସହାୟତା କାର୍ଯ୍ୟକାରୀତା ସଂପର୍କରେ ଉପସ୍ଥାପନା ରଖିଥିଲେ । ବୈଠକରେ ବିଜୁ ସ୍ଵାସ୍ଥ୍ୟ କଲ୍ୟାଣ ଯୋଜନାର କାର୍ଯ୍ୟକାରିତା ସଂପର୍କରେ ମଧ୍ୟ ସମୀକ୍ଷା କରାଯାଇଥିଲା ।

   Related Posts