ମହାରାଷ୍ଟ୍ରରେ କରୋନାର କରାଳ ରୂପ : ୨୪ ଘଣ୍ଟାରେ ୫୭ ହଜାରରୁ ଉର୍ଦ୍ଧ୍ବ ଆକ୍ରାନ୍ତ ଚିହ୍ନଟ, ୨୨୨ ମୃତ

Published By : Prameya-News7 Bureau | April 04, 2021 IST

ମୁମ୍ବାଇ ୦୪/୦୪ : ମହାରାଷ୍ଟ୍ରରେ କରୋନା ସଂକ୍ରମଣ ଉଗ୍ର ରୂପ ନେଇଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୭,୦୭୪ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିଭଳି ୨୪ ଘଣ୍ଟା ମଧ୍ୟରେ ୨୨୨ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । କେବଳ ମୁମ୍ବାଇରୁ ୧୧ ହଜାରରୁ ଉର୍ଦ୍ଧ୍ବ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଦେଶରେ କରୋନା ସଂକ୍ରମଣ ସଂଖ୍ୟା ବୃଦ୍ଧି ଜାରି ରହିଛି । ଦୈନିକ ଆକ୍ରାନ୍ତ ସଂଖ୍ୟା ବଢିବାରେ ଲାଗିଛି । ମହାରାଷ୍ଟ୍ର, ଗୁଜରାଟ, ମଧ୍ୟପ୍ରଦେଶ ସମେତ ଅନେକ ରାଜ୍ୟରେ ସଂକ୍ରମଣକୁ ଦୃଷ୍ଟିରେ ରଖି ଅନେକ କଠୋର ପଦକ୍ଷେପ ନିଆଯାଇଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୯୩ହଜାର ୨୪୯ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୫୧୩ଜଣଙ୍କ ମୃତ୍ୟୁ ହୋଇଛି । ପୂର୍ବ ଦିନ ତୁଳନାରେ ରବିବାର ମୃତ୍ୟୁ ସଂଖ୍ୟାରେ ବୃଦ୍ଧି ପାଇଛି ।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୫ ଶହ ଟପିଛି । ଗତ ୨୪ ଘଣ୍ଟା ମଧ୍ୟରେ ରେକର୍ଡ ସଂଖ୍ୟାକ ୫୧୩ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧ କୋଟି ୨୪ ଲକ୍ଷ ୮୫ ହଜାର ୫୦୯ରେ ପହଞ୍ଚିଛି।

ଏତତ୍ ବ୍ୟତୀତ  ମୃତ୍ୟୁସଂଖ୍ୟା ୧ ଲକ୍ଷ ୬୪ ହଜାର ୬୨୩ରେ ପହଞ୍ଚିଛି। ସମୁଦାୟ ଆରୋଗ୍ୟ ସଂଖ୍ୟା ୧ କୋଟି ୧୬ ଲକ୍ଷ ୨୯ ହଜାର ୨୮୯ରେ ପହଁଚିଛି। ଦେଶରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୬୯୧୫୯୭ । ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ ଶନିବାର ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୭୫୯୭୯୬୫୧ ହିତାଧିକାରୀଙ୍କୁ ଟିକା ଦିଆଯାଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.