Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୧୨ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୫୪୦ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଡିସେମ୍ବର ୩୧ପୂର୍ବରୁ ବସିବ ବିଧାନସଭାର ଶୀତ ଅଧିବେଶନ
  • ||
  • କରୋନାର ଦୈନିକ ସଂକ୍ରମଣରେ ବୃଦ୍ଧି, ୨୪ଘଣ୍ଟାରେ ୪୩୮୯୩ ନୂଆ ଆକ୍ରାନ୍ତ ଚିହ୍ନଟ
  • ||
  • ଅପରେସନ ଅଲ୍ଆଉଟ୍ : ସେନା ଗୁଳିରେ ୨ ଆତଙ୍କୀ ନିହତ, ବନ୍ଧୁକ ଓ ଗୁଳି ଜବତ
  • ||
  • ବିହାର ନିର୍ବାଚନ : ପ୍ରଥମ ପର୍ଯ୍ୟାୟ ପାଇଁ ମତଦାନ ଆରମ୍ଭ, ୭୧ଟି ଆସନରେ ଚାଲିଛି ଭୋଟିଂ
  • ||

ରେଳ ଧାରଣାରେ ଫାଟ ; ଟ୍ରେନ୍ ଚଳାଚଳ ପ୍ରଭାବିତ

10/01/2019 at 8:40 AM

ରାୟଗଡା ୧୦|୧:  ରାୟଗଡାରେ ପୁଣି ରେଳ ଧାରଣାରେ ଫାଟ ଦେଖିବାକୁ ମିଳିଛି । ସିଙ୍ଗାପୁର ରୋଡ୍ ରେଳ ଷ୍ଟେସନରେ ରେଳ ଧାରଣାରେ ଫାଟ ସୃଷ୍ଟି ହୋଇଛି । ସୁରକ୍ଷା ଦୃଷ୍ଟରୁ କୋରାପୁଟ-ସମ୍ବଲପୁର ପାସେଞ୍ଜର ଟ୍ରେନ୍ କୁ ଅଟକ ରଖାଯାଇଛି । ସେହି ରୁଟରେ ସମସ୍ତ ଟ୍ରେନ୍ ଚଳାଚଳ ପ୍ରଭାବିତ ହୋଇଛି । ଫାଟ ଥିବା ଜାଣିପାରି ସେହି ରୁଟ୍ ରେ ସମସ୍ତ ଟ୍ରେନ୍ ଚଳାଚଳ ବନ୍ଦ ରଖାଯାଇଛି । ରେଲୱେ କର୍ମଚାରୀଙ୍କ ଦ୍ବାରା ରେଳ ଧାରଣାର ମରାମତି କାର୍ଯ୍ୟ ଆରମ୍ଭ ହୋଇଛି । କିଛି ଦିନ ତଳେ ରେଳ ଧାରଣାରେ ଫାଟ ଯୋଗୁଁ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଥିଲା ହୀରାଖଣ୍ଡ ଏକ୍ସପ୍ରେସ । ତେବେ ଏଭଳି ବାରମ୍ବାର ଘଟୁଥିବାରୁ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି ।

   Related Posts