Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବ୍ରୋଞ୍ଚ ପଦକ ସହ ସ୍ଵଦେଶ ଫେରିଲେ ପିଭି ସିନ୍ଧୁ, ଦିଲ୍ଲୀ ଏୟାରପୋର୍ଟରେ ହେଲା ଭବ୍ୟ ସ୍ଵାଗତ
  • ||
  • ପାକିସ୍ତାନ ଉପରେ ଲାଗିଲା ଲଗାମ ! ମାର୍ଚ୍ଚରେ ଘଟିନାହିଁ ଗୋଟିଏ ବି ଅସ୍ତ୍ରବିରତି ଉଲ୍ଲଂଘନ ଘଟଣା, ଜୁନରେ କେବଳ ଦୁଇ
  • ||
  • ବୁଧବାରଠୁ ଭାରତ-ଇଂଲଣ୍ଡ ଟେଷ୍ଟ୍ ସିରିଜ୍ : ଟିମ୍ ଇଣ୍ଡିଆର ଜୋରଦାର ଅଭ୍ୟାସ, ଓପନିଂ ଯୋଡିକୁ ନେଇ ଚିନ୍ତାରେ ବିରାଟ
  • ||
  • କଟକ : କାଲିଠୁ ଖୋଲିବ କଟକ ଜିଲ୍ଲାରେ ସମସ୍ତ ଧର୍ମାନୁଷ୍ଠାନ, ଜିଲ୍ଲାପାଳ ଦେଲେ ସୂଚନା
  • ||
  • ପାଟଣା : ପାଟଣାରେ କଳା ପଲସର୍ ଆତଙ୍କ, ବାଇକ୍ ଡିକି ଭାଙ୍ଗି ଲୁଟିନେଲେ ୪ଲକ୍ଷ ଟଙ୍କା
  • ||
  • ଭୁବନେଶ୍ବର : ନିଜ ବନ୍ଧୁକରୁ ନିଜକୁ ଗୁଳିକଲେ ସିକ୍ୟୁରିଟି ଗାର୍ଡ, ପାରିବାରିକ କଳହ ଯୋଗୁଁ ଆତ୍ମହତ୍ୟା ସନ୍ଦେହ
  • ||
  • ବାଇକକୁ ଧକ୍କା ଦେଲା ଟ୍ରକ୍, ରାସ୍ତାରେ ଛଟଛଟ ହୋଇ ଚାଲିଗଲା ଭଣଜା, ହସ୍ପିଟାଲରେ ଆଖିବୁଜିଲା ମାମୁଁ…
  • ||
  • କଟକ : ତପ୍ତପାଣି ଘାଟିରେ ଦୁର୍ଘଟଣା, ଭାରସାମ୍ୟ ହରାଇ ଓଲଟିଲା ମକା ଓ କପା ବୋଝେଇ ଦୁଇ ଟ୍ରକ୍
  • ||
  • ଭୁବନେଶ୍ବର : ସିବିଏସ୍‌ଇ ଦ୍ବାଦଶ ପରୀକ୍ଷାରେ ଟପ୍ପର ହେଲେ ଓଡିଆ ଝିଅ ଅମ୍ରିତା
  • ||
  • ଆଠଗଡ : ଟିକା ନପାଇ ଫେରିଲେ ଲୋକେ, ୨ ଦିନ ଧରି ଆଠଗଡ ବ୍ଲକ୍ ଅଞ୍ଚଳରେ ଟିକଦାନ ବନ୍ଦ
  • ||

ଲୋଡିଂ ବେଳେ ଖସିପଡିଥିଲା କ୍ରେନ୍, ୧୧ ଶ୍ରମିକ ମୃତ

1/08/2020 at 3:36 PM

ବିଶାଖାପାଟନମ୍ ୧।୮: ଆନ୍ଧ୍ରପ୍ରଦେଶ ବିଶାଖାପାଟନମ୍ ସ୍ଥିତ ହିନ୍ଦୁସ୍ତାନ ସିପିୟାର୍ଡରେ ଏକ କ୍ରେନ୍ ଦୁର୍ଘଟଣାରେ ୧୧ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଛି । ବିଶାଖାପାଟନମ୍ ଜିଲ୍ଲାପାଳ ବିନୟ ଚାନ୍ଦ ଏହି ଘଟଣା ସଂପର୍କରେ ସୂଚନା ଦେଇଛନ୍ତି । ଦୁର୍ଘଟଣାର ଏକ ଭିଡିଓ ମଧ୍ୟ ସାମ୍ନାକୁ ଆସିଛି । ଭିଡିଓରେ ଦେଖାଯାଉଛି ଯେ ଜାହାଜ ଚଳାଚଳ କରୁଥିବା କ୍ରେନ୍ ହଠାତ୍ ତଳେ ଖସିପଡିଥିଲା । କ୍ରେନ୍ ତଳେ ଚାପି ହୋଇ ଲୋକମାନଙ୍କର ମୃତ୍ୟୁ ହୋଇଛି ।

ଅନ୍ୟପଟେ ମନ୍ତ୍ରୀ ଅବନ୍ତୀ ଶ୍ରୀନିବାସ ଘଟଣା ସମ୍ପର୍କରେ ସୂଚନା ପାଇବା ପରେ ଦୃଢ ପଦକ୍ଷେପ ନେବାକୁ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ମୋଟ୍ ୧୮ ଜଣ ଶ୍ରମିକ କ୍ରେନ୍ ନିକଟରେ କାମ କରୁଥିଲେ ।

ଏହି ସମୟରେ ହଠାତ୍ କ୍ରେନ୍ ଭାଙ୍ଗି ତଳେ ପଡିଯାଇଥିଲା । କ୍ରେନ୍ ଧକ୍କା ଦେବାରୁ ୧୧ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଛି । ଆହତ ଶ୍ରମିକଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଦୁର୍ଘଟଣା ସମୟରେ କ୍ରେନ୍ ଲୋଡିଂ କରାଯାଉଥିଲା । ଅନ୍ୟ ଶ୍ରମିକମାନଙ୍କୁ କ୍ରେନରୁ ବାହାର କରିବା କାମ ଚାଲିଛି ।

   Related Posts