Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବିରାଟ ବାହିନୀର ସ୍ଵପ୍ନ ଧୂଳିସାତ: ଟେଷ୍ଟ କ୍ରିକେଟ୍‌କୁ ମିଳିଲା ନୂଆ ବାଦଶାହା, ଭାରତକୁ ୮ ଓ୍ଵିକେଟ୍‌ରେ ହରାଇ ବିଶ୍ଵ ଟେଷ୍ଟ ଚମ୍ପିଆନସିପ୍‌ ଜିତିଲା ନ୍ୟୁଜିଲାଣ୍ଡ
  • ||
  • ଭୁବନେଶ୍ୱରରେ ଆଜି ୩୭୫ ପଜିଟିଭ୍‌ ଚିହ୍ନଟ
  • ||
  • ବନ୍ଦିତା ପରିଡ଼ା ହେଲେ ମହିଳା କଂଗ୍ରେସ ସଭାନେତ୍ରୀ
  • ||
  • ୟୁକେ ହାଇକୋର୍ଟରୁ ନିରବ ମୋଦୀଙ୍କୁ ଝଟକା, ପ୍ରତ୍ୟର୍ପଣ ବିରୋଧରେ ଦାଖଲ ଆବେଦନ ଖାରଜ, ଏବେ ଭାରତ ଆସିବାକୁ ପଡିବ !
  • ||
  • ଭୁବନେଶ୍ବର : ଗୋରୁ ଚୋରା ଚାଲାଣ ବେଳେ ଜବତ ହେଲା ପିକଅପ୍ ଭ୍ୟାନ୍, ୫ ଗୋରୁ ଉଦ୍ଧାର, ଦଲାଲ ଫେରାର
  • ||
  • ଭୁବନେଶ୍ବର : ରାଜଧାନୀରେ ମାତିଲେ ଲୁଟେରା : ତାଲା ଭାଙ୍ଗି ଦୋକାନରେ ବୁଲାଇଲେ କଳାକନା, ସିସିଟିଭିରେ କଏଦ ହେଲା ଦୃଶ୍ୟ
  • ||
  • ଭୁବନେଶ୍ବର : ଅନଲକ୍ ପ୍ରକ୍ରିୟା ଆରମ୍ଭ ପରେ ଲୋକେ ମାନୁନାହାନ୍ତି କୋଭିଡ୍ ନିୟମ, ସୃଷ୍ଟି ହୋଇପାରେ ବିପଦ – ଡିଏମଇଟି
  • ||
  • ଭୁବନେଶ୍ବର : ଚଳିତ ବର୍ଷ ୩୦% ହ୍ରାସ ହେବ ନବମ ଓ ଦଶମ ଶ୍ରେଣୀର ସିଲାବସ୍ – ଗଣଶିକ୍ଷା ମନ୍ତ୍ରୀ
  • ||
  • କାମାକ୍ଷାନଗର : ଜଙ୍ଗଲକୁ ଯାଇଥିବା ବେଳେ ପଡିଗଲେ ଭାଲୁ ହାବୁଡରେ, ଆକ୍ରମଣରେ ୨ ଗୁରୁତର
  • ||
  • ଦେଶରେ ତଳମୁହାଁ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୫୦ ହଜାରରୁ ଅଧିକ ପଜିଟିଭ୍,୧୩୫୮ ମୃତ
  • ||

ସମାଜସେବୀ ଆଦିତ୍ୟ ଦାସଙ୍କ ହତ୍ୟା ନେଇ ମିଳୁନି କୌଣସି ପ୍ରମାଣ, ହାଇକୋର୍ଟରେ ଷ୍ଟାଟସ୍ ରିପୋର୍ଟ ଦାଖଲ କଲା କ୍ରାଇମବ୍ରାଞ୍ଚ

11/11/2020 at 3:17 PM

କଟକ ୧୧।୧୧: ସମାଜସେବୀ ଆଦିତ୍ୟ ଦାସଙ୍କୁ ହତ୍ୟା କରାଯାଇଥିବା ନେଇ ବର୍ତ୍ତମାନ ସୁଦ୍ଧା କୌଣସି ପ୍ରମାଣ ମିଳିନାହିଁ । ବୁଧବାର ହାଇକୋର୍ଟରେ ଏଭଳି ତଥ୍ୟ ରଖିଛି ତଦନ୍ତକାରୀ ସଂସ୍ଥା କ୍ରାଇମବ୍ରାଞ୍ଚ । ହେଲେ କ୍ରାଇବ୍ରାଞ୍ଚର ଏଭଳି ରିପୋର୍ଟକୁ ନେଇ ଅସନ୍ତୋଷ ପ୍ରକାଶ କରିଛନ୍ତି ପ୍ରତିପକ୍ଷ । ତଦନ୍ତର ପୂର୍ଣ୍ଣାଙ୍ଗ ରିପୋର୍ଟ ସେମାନଙ୍କୁ ପ୍ରଦାନ କରିବା ଲାଗି ପ୍ରତିପକ୍ଷ କୋର୍ଟଙ୍କୁ ଆବେଦନ କରିଛନ୍ତି । ଯାହାକୁ ଆଧାର କରି ଆସନ୍ତା ୨୬ ତାରିଖ ସୁଦ୍ଧା ସତ୍ୟପାଠ ଜରିଆରେ ତଦନ୍ତର ପୂର୍ଣ୍ଣାଙ୍ଗ ରିପୋର୍ଟ ଦାଖଲ କରିବା ଲାଗି କ୍ରାଇବ୍ରାଞ୍ଚକୁ ନିର୍ଦ୍ଦେଶ ଦିଆଯାଇଛି ।

ଗତ ୪ ତାରିଖରେ ଷ୍ଟାଟସ ରିପୋର୍ଟ ଦାଖଲ କରିବା ଲାଗି କ୍ରାଇମବ୍ରାଞ୍ଚକୁ ସାନି ନିର୍ଦ୍ଦେଶ ଦେଇଥିଲେ ହାଇକୋର୍ଟ । ତେବେ ତଦନ୍ତକାରୀ ଅଧିକାରୀ କରୋନାରେ ଆକ୍ରାନ୍ତ ହୋଇଥିବା କାରଣରୁ ଅପ ଟୁ ଡେଟ୍‌ ଷ୍ଟାଟସ୍ ରିପୋର୍ଟ ଆଜି ଦାଖଲ ହୋଇପାରିନାହିଁ ।

ସମାଜସେବୀ ଆଦିତ୍ୟ ଦାସଙ୍କ ମୃତ୍ୟୁ ଏବେବି ରହସ୍ୟାବୃତ୍ତ ହୋଇରହିଛି । ଘଟଣାର ୪ ମାସ ପରେ ବି ମୃତ୍ୟୁର ସଠିକ୍‌ କାରଣ ଜଣାପଡିନାହିଁ । ଯେତେବେଳେ କି ଘଟଣାର ତଦନ୍ତ ଭାର କ୍ରାଇମବ୍ରାଞ୍ଚ ସମ୍ଭାଳିଛି । ତେଣେ ଏହି ରହସ୍ୟଜନକ ଘଟଣାର ସିବିଆଇ ତଦନ୍ତ କରାଯାଉ ବୋଲି ଦାବି କରି ଆଦିତ୍ୟଙ୍କ ପରିବାର ଲୋକ ହାଇକୋର୍ଟରେ ମାମଲା ଦାଏର କରିଛନ୍ତି । ଆସନ୍ତା ୨୬ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି କରିବାକୁ ଦିନ ଧାର୍ଯ୍ୟ କରିଛନ୍ତି ହାଇକୋର୍ଟ ।

   Related Posts