Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କୃଷକଙ୍କ ପରି ଆମକୁ ମଧ୍ୟ ଦେବାକୁ ପଡିବ ବଳିଦାନ, ତେବେ ଯାଇ ଜାମ୍ମୁ-କାଶ୍ମୀରରେ ଲାଗୁ ହେବ ୩୭୦: ଫାରୁକ ଅବଦୁଲ୍ଲା
  • ||
  • ମଙ୍ଗଳବାର କଥା ହେବେ ପୁଟିନ୍ ଓ ବାଇଡେନ୍, ୟୁକ୍ରେନ ହେବ ମୁଖ୍ୟ ପ୍ରସଙ୍ଗ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୨କୁ ବୃଦ୍ଧି
  • ||
  • ମାଆର ସାହସ ଆଗରେ ହାରିଲା ବାଘ, ନିଜ ପୁଅକୁ ମୃତ୍ୟୁ ମୁଖରୁ ଛଡାଇ ଆଣିଲେ ମହିଳା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୭୯୬ ମୃତ
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୮୯ କରୋନା ସଂକ୍ରମିତ, ୧୦୫୦୨୪୯ରେ ପହଞ୍ଚିଲା ସଂଖ୍ୟା
  • ||
  • ୟୁକ୍ରେନ ଉପରେ ଆକ୍ରମଣ କରିବ ଋଷ ! ପୁଟିନଙ୍କ ଦେଢ ଲକ୍ଷରୁ ଅଧିକ ସୈନ୍ୟ ଅଛନ୍ତି ପ୍ରସ୍ତୁତ
  • ||
  • ଜାନୁଆରୀ-ଫେବୃଆରୀ ମଧ୍ୟରେ ଭାରତରେ ଆସିବ ତୃତୀୟ ଲହର, ଓମିକ୍ରନ୍ ସାଜିବ ବାହକ : ଦାବି କଲେ ବିଶେଷଜ୍ଞ
  • ||
  • ଚାଲିଥିଲା ଧାନ ଚୋରା ଚାଲାଣ, ୨୨୦ ବସ୍ତା ଜବତ କଲା ଯୋଗାଣ ବିଭାଗ
  • ||
  • ଜଓ୍ୱାଦ ଦୁର୍ବଳ, ଟଳିଲା ବଡ ବିପଦ : ପୁରୀଠୁ ୨୭୦ କିମି ଦୂରରେ କେନ୍ଦ୍ରୀଭୂତ
  • ||

ଖରସ୍ରୋତା ନଦୀରେ ଦେଖାଗଲା କୁମ୍ଭୀର, ସ୍ଥାନୀୟଲୋକେ ଭୟଭୀତ

20/10/2020 at 10:16 AM

ଯାଜପୁରରୋଡ୍ ୨୦।୧୦: ଖରସ୍ରୋତା ନଦୀରେ କୁମ୍ଭୀର ଆତଙ୍କ । ଯାଜପୁର ଜିଲ୍ଲା ରସୁଲପୁର ବ୍ଲକ ଜୋକଡିଆ ବ୍ୟାରେଜ ନିକଟରେ ସୋମବାର ଅପରାହ୍ନରେ ଏକ କୁମ୍ଭୀର ଦେଖାଯିବା ପରେ ସ୍ଥାନୀୟ ଅଞ୍ଚଳରେ ଆତଙ୍କ ଖେଳିଯାଇଛି ।

ସୂଚନାଯୋଗ୍ୟ ଯେ, ସୋମବାର ଖରସ୍ରୋତା ନଦୀ ପଠାରେ ଖେଳୁଥିବା ସମୟରେ କିଛି ପିଲା ପ୍ରଥମେ ଏହି କୁମ୍ଭୀରଟିକୁ ଦେଖିଥିଲେ । ପରେ ସ୍ଥାନୀୟ ଅଞ୍ଚଳରେ ଏହି ଖବର ପ୍ରଚାର ହୋଇଯାଇଥିଲା । କୁମ୍ଭୀରକୁ ଦେଖିବାକୁ ସ୍ଥାନୀୟ ଲୋକେ ଭିଡ ଜମାଇଥିଲେ । ପାଖାପାଖି ୫ ଫୁଟ ଲମ୍ବର ଏହି କୁମ୍ଭୀରଟି ବହୁ ସମୟ ଧରି ନଦୀ କୂଳରେ ରହିଥିଲା ।

ଖବର ପାଇ ବନବିଭାଗ କର୍ମଚାରୀ ସେଠାରେ ପହଞ୍ଚିବା ବେଳକୁ କୁମ୍ଭୀରଟି ନଦୀ ଭିତରକୁ ଚାଲିଯାଇଥିଲା । ତେବେ କୁମ୍ଭୀରକୁ କାବୁ କରାନଯିବା ପର୍ଯ୍ୟନ୍ତ ସ୍ଥାନୀୟ ଲୋକଙ୍କୁ ନଦୀ କୂଳକୁ ନ ଯିବା ପାଇଁ ବନବିଭାଗ ପକ୍ଷରୁ ଡାକବାଜି ଯନ୍ତ୍ର ସାହାଯ୍ୟରେ ଲୋକଙ୍କୁ ସଚେତନ କରାଯାଇଛି । ସେପଟେ କୁମ୍ଭୀରକୁ କାବୁ କରିବାକୁ ବନବିଭାଗ ପକ୍ଷରୁ ଉଦ୍ୟମ ଜାରି ରହିଥିବା ଯାଜପୁର ରୋଡ଼ ରେଞ୍ଜର ସୂଚନା ଦେଇଛନ୍ତି।

   Related Posts