ନୂଆଦିଲ୍ଲୀ ୧୫|୨: ଜମ୍ମୁକାଶ୍ମୀର ପୁଲଓ୍ବାମାରେ ଆତଙ୍କବାଦୀ ଆକ୍ରମଣ ଘଟଣାରେ ୩୭ ସିଆରପିଏଫ୍ ଯବାନ ସହିଦ ହୋଇଛନ୍ତି । ୪୫ଜଣ ଯବାନ ଗୁରୁତର ହୋଇ ଚିକିତ୍ସିତ ହେଉଛନ୍ତି । ଏହି ଆକ୍ରମଣ ଘଟଣାକୁ ନେଇ ସିଆରପପିଏଫ୍ ପକ୍ଷରୁ ଟ୍ବିଟ୍ କରାଯାଇଛି । ଏଭଳି ଆକ୍ରମଣ ଘଟଣାକୁ ଭୁଲିପାରିବନାହିଁ ବୋଲି ସିଆରପିଏଫ୍ ପକ୍ଷରୁ କୁହାଯାଇଛି । ଆକ୍ରମଣକାରୀଙ୍କୁ କ୍ଷମା କରାଯିବନାହିଁ । ଏହି ଜଘନ୍ୟକାଣ୍ଡର ପ୍ରତିଶୋଧ ନିଆଯିବ ବୋଲି ସିଆରପିଏଫ୍ ପକ୍ଷରୁ କୁହାଯାଇଛି ।
wp:core-embed/twitter {"url":"https://twitter.com/crpfindia/status/1096305848886923264","type":"rich","providerNameSlug":"twitter","className":""} /wp:core-embed/twitterସୂଚନାଯୋଗ୍ୟ ଯେ, ଗତକାଲି ଶ୍ରୀନଗର-ଜମ୍ମୁ ହାଇୱେରେ ସିଆରପିଏଫ୍ ଯବାନମାନଙ୍କୁ ନେଇ ୭୦ଟି ବସ୍ ଯାଉଥିବା ବେଳେ ଅୱନ୍ତିପୁରାଠାରେ ହଠାତ୍ ଆତଙ୍କବାଦୀମାନେ ଅତର୍କିତ ଆକ୍ରମଣ କରିଥିଲେ । ଏକ ଆଇଇଡି ବିସ୍ଫୋରକ ଭର୍ତ୍ତି ଗାଡ଼ି ସିଧା ଆସି ଦୁଇଟି ସିଆରପିଏଫ୍ ବସକୁ ଧକ୍କା ଦେଇଥିଲା । ଫଳରେ ବଡ ଧରଣର ବିସ୍ଫୋରଣ ହୋଇଥିଲା । ବିସ୍ଫୋରଣ ଫଳରେ ୩୭ଜଣ ସିଆରପିଏଫ୍ ଯବାନ ସହିଦ ହୋଇଛନ୍ତି । ସିଆରପିଏଫର ୨୫ ଶହ ୪୭ଜଣ ଯବାନ ଏକ ଟ୍ରାଂଜିଟ କ୍ୟାମ୍ପରୁ ଜମ୍ମୁରୁ ଶ୍ରୀନଗର ଯାଉଥିବାବେଳେ ଆତଙ୍କୀ ହମଲା କରିଥିଲେ । ଜୈଶ-ଏ-ମହମ୍ମଦ ଆତଙ୍କୀ ସଂଗଠନ ଏହି ଆକ୍ରମଣ ପାଇଁ ନିଜକୁ ଦାୟୀ କରିଛି। ଅଓ୍ବନ୍ତିପୁରାରେ ସିଆରପିଏଫ୍ ଯବାନଙ୍କ ବସ୍ ଉଡ଼ାଇବା ପାଇଁ ଆତ୍ମଘାତୀ ଆତଙ୍କବାଦୀ ୩୫୦ କିଲୋ ବିସ୍ଫୋରକ ବ୍ୟବହାର କରିଥିଲା ବୋଲି ଜଣାପଡ଼ିଛି।