ଆଉ କିଛି ସମୟ ପରେ ମୁଖ୍ୟ ଶାସନ ସଚିବ କରିବେ ବଡ଼ ଘୋଷଣା, କୋଭିଡ଼ ମୁକାବିଲା ନେଇ ରଖିପାରନ୍ତି ବଡ଼ ନିଷ୍ପତ୍ତି

Published By : Prameya-News7 Bureau | May 18, 2021 IST

ଭୁବନେଶ୍ୱର ୧୮।୦୫ : ଆଜି ବଡ଼ ଘୋଷଣା କରିପାରନ୍ତି ମୁଖ୍ୟ ଶାସନ ସଚିବ । ଅପରାହ୍ନ ୧.୪୫ ମିନିଟରେ ପ୍ରେସ୍‌ ବିବୃତି ଜରିଆରେ କିଛି ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିପାରନ୍ତି ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର ।

ରାଜ୍ୟରେ କରୋନା ସ୍ଥିତି ସଙ୍ଗୀନ ରହିଛି । ଗତ ୨୪ ଘଣ୍ଟାରେ ୧୦ହଜାରରୁ ଅଧିକ ପଜିଟିଭ୍ କେସ୍ ବାହାରିଥିବା ବେଳେ ୨୨ ଜଣଙ୍କ ଜୀବନ ଯାଇଛି । ରାଜ୍ୟରେ ସଂକ୍ରମଣ ପ୍ଲାଟୋ ଷ୍ଟେଜରେ ଥିଲେ ମଧ୍ୟ କେତେବେଳେ କମବେଶୀ ମଧ୍ୟ ହେଉଛି ।ରାଜ୍ୟରେ କରୋନା ସ୍ଥିତିକୁ ଦେଖି ଲକ୍‌ଡାଉନ୍‌ ଜାରି କରାଯାଇଛି । କରୋନା ଜନିତ  ବିପଦ ରହିଥିବା ସତ୍ତ୍ୱେ ଅନେକ ବ୍ୟକ୍ତି ନିୟମ ମାନୁ ନାହାଁନ୍ତି । ଗାଇଡଲାଇନ୍ ପାଳନ କରୁନାହାଁନ୍ତି । ଫଳରେ ସଂକ୍ରମଣ ବ୍ୟାପୁଥିବା ଦେଖିବାକୁ ମିଳିଛି ।

wp:html /wp:html

ଗତ କିଛି ଦିନ ହେବ ଖୋର୍ଦ୍ଧା ଜିଲ୍ଲାରେ ସଂକ୍ରମଣ ସବୁଠାରୁ ଅଧିକ ରହିଛି । ଅଧିକ ପଜିଟିଭ୍ ଚିହ୍ନଟ ହେଉଛନ୍ତି । ଗତ ୨୪ ଘଣ୍ଟାରେ ଏଠାରେ ୧୪୦୦ରୁ ଅଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଯାହା ଚିନ୍ତା ବଢାଇଦେଇଛି । ଏସବୁକୁ ନଜରରେ ରଖି ମୁଖ୍ୟ ଶାସନ ସଚିବ କିଛି ବଡ ନିଷ୍ପତ୍ତି ନେଇପାରନ୍ତି ବୋଲି ସୂଚନା ମିଳିଛି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ କରୋନା ସ୍ଥିତିକୁ ଦେଖି ୧୪ ଦିନିଆ ଲକ୍‌ଡାଉନ୍‌ ଜାରି କରାଯାଇଛି । ଯାହାର ଅବଧି ଆସନ୍ତାକାଲି ସରୁଛି । ତେଣୁ ଆଜି ୧.୪୫ରେ ହେବାକୁ ଥିବା ମୁଖ୍ୟ ଶାସନ ସଚିବଙ୍କ ପ୍ରେସ୍‌ବାର୍ତ୍ତାରେ କିଛି ଗୁରୁତ୍ୱପୂର୍ଣ୍ଣ ଘୋଷଣା କରାଯିବାର ଆଶଙ୍କା କରାଯାଉଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.