Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦକ୍ଷିଣ ଆଫ୍ରିକା ଗସ୍ତ ପାଇଁ ୧୮ ଜଣିଆ ଭାରତୀୟ ଦଳ ଘୋଷିତ, ଜାଣନ୍ତୁ କେଉଁ କେଉଁ ଖେଳାଳିଙ୍କୁ ମିଳିଲା ସ୍ଥାନ
  • ||
  • ରୋହିତ ଶର୍ମା ହେଲେ ଟିମ ଇଣ୍ଡିଆର ନୂତନ ଦିନିକିଆ ଅଧିନାୟକ, ବିରାଟଙ୍କୁ କେବଳ ଟେଷ୍ଟ ଦାୟିତ୍ଵ
  • ||
  • ଭୁବନେଶ୍ବର : ଗତ ଦୁଇ ବର୍ଷରେ ମାପ ଓ ଓଜନ ନିୟମ ଉଲଂଘନକାରୀଙ୍କଠୁ ଆଦାୟ ହୋଇଛି ୨ କୋଟି ୮୩ ଲକ୍ଷ ଟଙ୍କା : ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ
  • ||
  • ଭୁବନେଶ୍ବର : ଡିସେମ୍ବର ୯ରେ ବିଧାନସଭା ଘେରାଉ କରିବ ବିଜେପି ଯୁବମୋର୍ଚ୍ଚା : ଇରାଶିଷ୍ ଆଚାର୍ଯ୍ୟ
  • ||
  • ଭୁବନେଶ୍ବର : ଡ୍ରଗ୍ସ ମାଫିଆ ଶେଖ୍ ଆଜବାହାର ବାଲେଶ୍ଵର କୋର୍ଟରେ ହାଜର, ରାଜ୍ୟ ବାହାରେ ସମ୍ପତ୍ତି ଥିବା ନେଇ ମିଳିଛି ପ୍ରମାଣ
  • ||
  • ଅନୁଗୋଳ : ଆଖୁ ଖାଇବାକୁ ଆସି କୂଅରେ ଖସିପଡିଲା ଭାଲୁ, ବନ ବିଭାଗ କଲା ଉଦ୍ଧାର
  • ||
  • ଭୁବନେଶ୍ବର : କ୍ରାଇମବ୍ରାଞ୍ଚ ଏସଟିଏଫ୍‌ ଟାର୍ଗେଟ୍‌ରେ ବନ୍ୟପ୍ରାଣୀ ମାଫିଆ, ପ୍ରସ୍ତୁତ ହେଲା ମୋଷ୍ଟ ୱାଣ୍ଟେଡ ତାଲିକା
  • ||
  • ଚେନ୍ନାଇ : ତାମିଲନାଡୁ କୁନ୍ନୁରରେ ସିଡିଏସ୍ ବିପିନ ରାଓ୍ବତଙ୍କ ହେଲିକପ୍ଟର କ୍ରାସ୍
  • ||
  • ଭୁବନେଶ୍ବର : କୃଷି ଋଣ ଛାଡ ସହ ଫସଲ କ୍ଷୟକ୍ଷତି ଲାଗି ସ୍ବତନ୍ତ୍ର ପ୍ୟାକେଜ ଦାବି କଲା କଂଗ୍ରେସ
  • ||
  • ଭାରତୀୟ ବାୟୁସେନାର ବଢିବ ଶକ୍ତି, ଚାନ୍ଦୀପୁର ଘାଟିରୁ ‘ବ୍ରହ୍ମୋସ’ର ସଫଳ ପରୀକ୍ଷଣ
  • ||

ଅପରାହ୍ନ ୨ଟା ୩୦ରେ କହିବେ ମୁଖ୍ୟ ଶାସନ ସଚିବ, ଅନଲକ୍ ବାବଦରେ କରିପାରନ୍ତି ବଡ ଘୋଷଣା !

15/07/2021 at 10:45 AM

ଭୁବନେଶ୍ୱର, ୧୫/୦୭:  ଆଜି ବଡ଼ ଘୋଷଣା କରିବେ ମୁଖ୍ୟ ଶାସନ ସଚିବ । ଗୁରୁବାର ଦିନ ଅପରାହ୍ନ ୨.୩୦ରେ କରୋନା ସ୍ଥିତି ନେଇ କିଛି ବଡ଼ ଘୋଷଣା କରିପାରିବେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର । ରାଜ୍ୟରେ ଲାଗୁ ହୋଇଥିବା ଆଂଶିକ ଲକଡାଉନ୍‌ ଶୁକ୍ରବାର ଶେଷ ହେଉଛି । ତେଣୁ ଆଗକୁ ଲକ୍‌ଡାଉନ୍‌ ରହିବ କି ଅନ୍‌ଲକ୍‌ ହେବ  ସେନେଇ କିଛି ବଡ଼ ଘୋଷଣା କରିପାରନ୍ତି ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ।

ଖବର ଅନୁଯାୟୀ, ଓଡ଼ିଶାରେ ଜୁନ୍‌ ମାସରେ କରୋନା ସଂକ୍ରମଣ ଖସିବାରେ ଲାଗିଛି । ହେଲେ ଏଥିରେ ଉତ୍ସାହିତ ହୋଇ ଢିଲା ହେବାର ସମୟ ଆସିନାହିଁ । ସାମାନ୍ୟ ଅବହେଳା ହିଁ ସାରା ରାଜ୍ୟକୁ ମହଙ୍ଗା ପଡ଼ିବ ବୋଲି ବିଶେଶଜ୍ଞ ମାନେ କହୁଛନ୍ତି । ରାଜ୍ୟରେ ଏବେ ସଂକ୍ରମଣ ହାର କମିବାରେ ଲାଗିଛି । ୨୦ ଜିଲ୍ଲାରୁ ଅନେକ କଟକଣା ହଟିଛି । ୧୦ ଜିଲ୍ଲାରେ ଏବେ ବି କଟକଣା ବଳବତ୍ତର ରହିଛି । ତେଣୁ ଏହି ସବୁ ଜିଲ୍ଲାର କଟକଣାକୁ ପୁରା କୋହଳ କରିବା ଉଚିତ୍‌ ହେବ ନାହିଁ ବୋଲି ବିଶେଷଜ୍ଞମାନେ କହୁଛନ୍ତି ।

ଏବେ ‘ଏ’ ଶ୍ରେଣୀରେ ୨୦ ଜିଲ୍ଲାରେ ନାଇଟ୍‌ କର୍ଫ୍ୟୁ ବଳବତ୍ତର ରହିଛି । ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ସବୁ ଦୋକାନ ଖୋଲିବାକୁ ଅନୁମତି ଦିଆଯାଇଛି । ‘ବି’ ଶ୍ରେଣୀରେ ଥିବା ୧୦ ଜିଲ୍ଲାରେ ଦୋକାନ ଦିନ ୨ଟା ପର୍ଯ୍ୟନ୍ତ ଖୋଲିବାକୁ ଅନୁମତି ମିଳିଛି । ରାତି କର୍ଫ୍ୟୁ ସହ ସପ୍ତାହନ୍ତ ସଟ୍‌ଡାଉନ୍‌ ମଧ୍ୟ ଲାଗୁ ରହିଛି। ଏଥିରେ ପରିବର୍ତ୍ତନ ହେବ। ‘ବି’ ଶ୍ରେଣୀରେ ଜିଲ୍ଲା ସଂଖ୍ୟା ୧୦ରୁ କମି ୫ ମଧ୍ୟରେ ରଖାଯାଇପାରେ। ଦୋକାନ ଖୋଲିବା କଟକଣା ସନ୍ଧ୍ୟା ୬ ଯାଏ ବଢାଯାଇପାରେ। ଆଗକୁ ପାର୍ବଣ ଋତୁ ଆସୁଛି। ସମସ୍ତେ କଟକଣା କୋହଳକୁ ଅନାଇ ବସିଛନ୍ତି। ଏଥିପାଇଁ ଅନେକ ବ୍ୟବସାୟୀ ନିଜର ପୁରୁଣା ସାମଗ୍ରୀ ସାରିବାକୁ ଡିସ୍‌କାଉଣ୍ଟ ଦେବାକୁ ଯୋଜନା କରି ସାରିଲେଣି।   

‘ଏ’ ଶ୍ରେଣୀରେ ଥିବା ୨୦ ଜିଲ୍ଲା ଆଉ ‘ବି’ର ୫ ଜିଲ୍ଲାରେ କେବଳ ନାଇଟ୍‌ କର୍ଫ୍ୟୁ ରଖି ଆଉ ସବୁ କଟକଣାକୁ ହଟାଇବାକୁ ମଧ୍ୟ ବିଚାର କରୁଛନ୍ତି ସରକାର। ତେବେ ବିବାହ ଓ ଅନ୍ତ୍ୟେଷ୍ଟି କ୍ରିୟାରେ ଲୋକଙ୍କ ସଂଖ୍ୟା ବଢିପାରେ । ତେଣୁ ଗାଇଡ଼ଲାଇନ୍‌କୁ କଡ଼ାକଡ଼ି ଭାବେ ପାଳନ କରାଯିବ। କେନ୍ଦ୍ର ଗୃହ ସଚିବ ଅଜୟ ଭାଲ୍ଲା ରାଜ୍ୟଗୁଡ଼ିକୁ ନିୟମ କଡ଼ାକଡ଼ି ପାଳନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ମାର୍କେଟ, ହାଟ, ମଲ୍‌, ମଣ୍ଡି, ବସ୍‌ଷ୍ଟାଣ୍ଡ, ରେଳ ଷ୍ଟେସନ୍‌ ଉପରେ ନଜର ରଖୁ ପ୍ରଶାସନ। ବିବାହ ମଣ୍ଡପ, ସମାଜିକ କାର୍ଯ୍ୟକ୍ରମରେ ଯେମିତି ବି ହେଉ ଗାଇଡ଼ଲାଇନ୍‌ ପାଳନ ହେବା ଦରକାର ।ସେହିପରି ଦେଖିବାକୁ ଗଲେ ରାଜ୍ୟରେ ଏବେ ମୃତ୍ୟୁ ସଂଖ୍ୟା ଥମିବାରେ ଲାଗୁନି । ଲଗାତର କିଛିଦିନ ହେବ ମୃତ୍ୟୁ ସଂଖ୍ୟା ୫୦ ଉପରେ ରହୁଛି ।

   Related Posts