Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଯୁବ ମୋର୍ଚ୍ଚା ନେତାଙ୍କୁ ମାଡ଼ ଘଟଣାରେ ପ୍ରତିବାଦ, ମୁଖ୍ୟମନ୍ତ୍ରୀଙ୍କ କୁଶ ପୁତ୍ତଳିକା ଦାହ କଲା ବିଜେପି
  • ||
  • କାର୍ତ୍ତିକ ମାସର ପ୍ରଥମ ସୋମବାରରେ ଧବଳେଶ୍ଵର ପୀଠରେ ୧୪୪ ଧାରା ଜାରି
  • ||
  • ଭୁବନେଶ୍ବର : ମନୀଷ ଅନୁରାଗ ମୃତ୍ୟୁ ମାମଲା : ବଦଳିଲେ ତମାଣ୍ଡୋ ଥାନା IIC, ଚନ୍ଦକା ଥାନାର ସବ୍ ଇନ୍ସପେକ୍ଟର ତୁଲାଇବେ ଦାୟିତ୍ବ
  • ||
  • ଭୁବନେଶ୍ବର : ମନୀଷ ଅନୁରାଗ ମୃତ୍ୟୁ ମାମଲା, କନେଷ୍ଟବଳ ପ୍ରସନ୍ନ ବେହେରା ନିଲମ୍ବିତ
  • ||
  • ଜଗତସିଂହପୁର : ଦେବୀ ନଦୀରେ ବୁଡି ୫ମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ, ଅନ୍ୟ ୩ଜଣ ଉଦ୍ଧାର
  • ||
  • ବ୍ରହ୍ମପୁର : ବ୍ରହ୍ମପୁରରେ ସ୍ବର୍ଣ୍ଣିମ ବିଜୟ ବର୍ଷ ପାଳିତ, ପୋଲିସ ରିଜର୍ଭ ଗ୍ରାଉଣ୍ଡରେ ପହଞ୍ଚିଲା ମଶାଲ
  • ||
  • ଭୁବନେଶ୍ବର : ତେଲ ଟ୍ୟାଙ୍କରରେ ଗଞ୍ଜେଇ ଚାଲାଣ, ଅଢେଇ କ୍ବିଣ୍ଟାଲ ଗଞ୍ଜେଇ ସହ ୨ ଜଣଙ୍କୁ ଗିରଫ କଲା ଏନ୍‌ସିବି
  • ||
  • ବାଲିପାଟଣା : ବୃଦ୍ଧଙ୍କୁ ଚାପିଦେଲା ହାଇଓ୍ବା, ଘଟଣାସ୍ଥଳରେ ଚାଲିଗଲା ଜୀବନ
  • ||
  • ସୁନ୍ଦରଗଡ : ଗଛରୁ ଉଦ୍ଧାର ହେଲା ଯୁବକଙ୍କ ଝୁଲନ୍ତା ମୃତଦେହ, ଆତ୍ମହତ୍ୟା ସନ୍ଦେହ
  • ||
  • ବାରିପଦା : ମୟୁରଭଞ୍ଜରେ ସ୍ବାସ୍ଥ୍ୟ ସ୍ମାର୍ଟ କାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ
  • ||

ଭ୍ୟାକସିନ୍‌ ଏବଂ ଅକ୍ସି​‌ଜେନ୍‌ରୁ ଉଠିଲା କଷ୍ଟମ୍‌ ଡ୍ୟୁଟି, କମିବ ଦାମ : ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ନିଷ୍ପତ୍ତି

24/04/2021 at 4:10 PM

ନୂଆଦିଲ୍ଲୀ ୨୪/୦୪ : ଦେଶରେ ଅକ୍ସିଜେନ୍‌ ଏବଂ ଅକ୍ସିଜେନ୍ ଉପକରଣ ଉପରୁ ହଟିଲା କଷ୍ଟମ୍‌ ଡ୍ୟୁଟି ।  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି । ଏହା ସହିତ କୋଭିଡ୍‌ ଭ୍ୟାକସିନ୍‌ ଉପରୁ ମଧ୍ୟ କଷ୍ଟମ ଡ୍ୟୁଟି ହଟାଇଛନ୍ତି କେନ୍ଦ୍ର ସରକାର । ଆସନ୍ତା ୩ ମା ଯାଏଁ ଭ୍ୟାକସିନ ଉପରେ କଷ୍ଟମ ଡ୍ୟୁଟି ଲଗାଯିବ ନାହିଁ । ଫଳରେ ଅକ୍ସିଜେନ ଏବଂ କୋଭିଡ୍‌ ଭ୍ୟାକସିନ୍‌ ଦର କମିବ ବୋଲି ଆଶା କରାଯାଉଛି ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଚ୍ଚସ୍ତରୀୟ ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି । ବୈଠକ ପରେ ମୋଦି ଟ୍ବିଟ୍‌ କରି କହିଛନ୍ତି, ‘ଅକ୍ସିଜେନ୍‌ ଏବଂ ଅକ୍ସିଜେନ ଉପକରଣ ଉପରୁ କଷ୍ଟମ ଡ୍ୟୁଟି ହଟାଯିବାକୁ ନିଷ୍ପତ୍ତି ନିଆଯାଇଛି । ଏହା ସହିତ କୋଭିଡ୍‌ ଭ୍ୟାକସିନ୍‌ ଉପରୁ ମଧ୍ୟ କଷ୍ଟମ୍ ଡ୍ୟୁଟି ଛାଡ କରାଯାଇଛି ।’

ଦେଶରେ କରୋନା ସଂକ୍ରମଣ ବ୍ୟାପକ ରୁପ ଧାରଣ କରିଛି । ଆକ୍ରାନ୍ତଙ୍କ ସଂଖ୍ୟା ପ୍ରତିଦିନ ୩ ଲକ୍ଷ ପାର କରୁଛି । ଏହାକୁ ଦୃଷ୍ଟିରେ ରଖି କଠୋର ହେଉଛନ୍ତି କେନ୍ଦ୍ର ସରକାର ଏବଂ ବିଭିନ୍ନ ରାଜ୍ୟ ସରକାର । ରାଜଧାନୀ ଦିଲ୍ଲୀ ସମେତ, ମହାରାଷ୍ଟ୍ର, ମଧ୍ୟ ପ୍ରଦେଶ ଭଳି ରାଜ୍ୟରେ ଅକ୍ସିଜେନ ଅଭାବରୁ ରୋଗୀଙ୍କ ମୃତ୍ୟୁ ଘଟିସାରିଲଣି । ଏହାକୁ ଦୃଷ୍ଟିରେ ରଖି କମ ମୂଲ୍ୟାରେ ଭ୍ୟାକସିନ୍‌ ଏବଂ ଅକ୍ସିଜେନ ଯୋଗାଇଦେବାକୁ ପ୍ରୟାସ ଆରମ୍ଭ କରିଛନ୍ତି କେନ୍ଦ୍ର ସରକାର ।

   Related Posts