Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୮୯୯ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଆରମ୍ଭ ହେଲା କୋଭିଡ୍ ଟିକାକରଣ, ୧୬୧ କେନ୍ଦ୍ରରେ ଚାଲିଛି ଟିକାଦାନ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୭୮ କୋଭିଡ୍ ସଂକ୍ରମିତ, ୩୩୩୧୨୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଦେଶରେ ଖସୁଛି କରୋନା ଗ୍ରାଫ୍, ଗତ ୨୪ଘଣ୍ଟାରେ ୧୫୧୫୮ କୋଭିଡ଼ ସଂକ୍ରମିତ ଚିହ୍ନଟ
  • ||
  • ଘାଟିରେ ଦୁର୍ଘଟଣା : ଟ୍ରକକୁ ସାମ୍ନା ପଟୁ ପିଟିଲା ବାଇକ୍‌, ଚାଲିଗଲା ଶଳା-ଭିଣୋଇଙ୍କ ଜୀବନ
  • ||
  • ବୈଠକ ପରେ ବୈଠକ କିନ୍ତୁ ଫଳ ଶୂନ ! ୧୯’ରେ ପୁଣି ଚାଷୀ-ସରକାର ଆଲୋଚନା
  • ||
  • ବରଗଡ଼: ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା-ଗହଣା ଲୁଟ, ୩ ଲୁଟେରା ଗିରଫ
  • ||

କଟକ ବାଲିଯାତ୍ରାକୁ ମିଳିଲା ରାଜ୍ୟସ୍ତରୀୟ ଉତ୍ସବ ମାନ୍ୟତା

1/11/2019 at 2:47 PM

ଭୁବନେଶ୍ବର ୧|୧୧: କଟକ ବାଲିଯାତ୍ରାକୁ ମିଳିଲା ରାଜ୍ୟସ୍ତରୀୟ ଉତ୍ସବ ମାନ୍ୟତା । ଏନେଇ ସରକାରଙ୍କ ପକ୍ଷରୁ ଆର୍ଥିକ ସହାୟତା ଯୋଗାଇ ଦିଆଯିବ । ଲୋକସେବା ଭବନରେ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନାଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି । ବୈଠକରେ ନଗର ଉନ୍ନୟନ ବିଭାଗ ସମେତ, ସଂସ୍କୃତି ଓ ପର୍ଯ୍ୟଟନ ବିଭାଗର ମନ୍ତ୍ରୀ ଓ ସଚିବ ଉପସ୍ଥିତ ଥିଲେ । 

କଟକ ବାଲିଯାତ୍ରାକୁ ଅବହେଳା କରାଯାଉଥିବା ନେଇ ଅନେକ ଦିନ ଧରି ଅଭିଯୋଗ ହୋଇ ଆସୁଥିଲା । ଏଥିପାଇଁ କଟକର ବିଭିନ୍ନ ସଙ୍ଗଠନ ବାଲିଯାତ୍ରା ପ୍ରତି ସରକାରୀ ଉଦାସୀନତାକୁ  ଦାୟୀ କରିଥିଲେ ।  ଏହାକୁ ରାଷ୍ଟ୍ରୀୟ ଉତ୍ସବର ମାନ୍ୟତା ଦାବି କରି ବିଭିନ୍ନ ସଂଗଠନ ଦାବି କରି ଆସୁଥିଲେ। 

ଚଳିତବର୍ଷ ବାଲିଯାତ୍ରା ଆସନ୍ତା ୧୨ ତାରିଖରୁ ଆରମ୍ଭ ହେବ । ତେବେ ବାଲିଯାତ୍ରା ଆରମ୍ଭ ହେବା ପୂର୍ବରୁ ରାଜ୍ୟ ସରକାର ଏହାକୁ ରାଜ୍ୟସ୍ତରୀୟ ମାନ୍ୟତା ଦେଇ ଏହି ଉତ୍ସବକୁ ଗୁରୁତ୍ବ ଦେଉଥିବା ସନ୍ଦେଶ ଦେଇଛନ୍ତି ।

   Related Posts