କଟକ ଡିସିପି ଅଫିସ୍ ୩ଦିନ ସଟ୍‌ଡାଉନ୍, ଏକାଧିକ କରୋନା ପଜିଟିଭ୍ ଚିହ୍ନଟ ପରେ ନିଷ୍ପତ୍ତି

Published By : Prameya-News7 Bureau | September 01, 2020 IST

କଟକ ୧।୯: କଟକ ଡିସିପି ଅଫିସ୍ ୩ ଦିନ ସଟ୍ ଡାଉନ୍ ଘୋଷଣା କରାଯାଇଛି । କାର୍ଯ୍ୟାଳୟକୁ ୩ ଦିନ ସଟ୍ ଡାଉନ୍ ଘୋଷଣା କରିଛନ୍ତି କଟକ ଡିସିପି ପ୍ରତୀପ ସିଂହ । ଡିସିପି ଅଫିସ୍ ରୁ ଏକାଧିକ କର୍ମଚାରୀ କରୋନା ପଜିଟିଭ୍ ଚିହ୍ନଟ ହେବା ପରେ ଏଭଳି ନିଷ୍ପତ୍ତି ନିଆଯାଇଥିବା ଜଣାପଡିଛି । ବର୍ତ୍ତମାନ ସୁଦ୍ଧା ଡିସିପି ଅଫିସ୍ ରୁ ମୋଟ ୧୫ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

ରାଜ୍ୟରେ ହୁ ହୁ ହୋଇ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୩୦୨୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୬୫୬୧ରେ ପହଞ୍ଚିଛି । ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୬୫୬୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୮୭୧୯ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୭୭୨୮୮୬ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୫୦୩ ଜଣଙ୍କର କରୋନାଜନିତ ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି ।

ଅନ୍ୟପଟେ କଟକରେ ମୋଟ୍ ୮୫୯୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୨୪୮ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୫୩୧୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୩୨ ଜଣଙ୍କର କରୋନାଜନିତ ମୃତ୍ୟୁ ହୋଇଥିବା ବେଳେ ୪ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.