କଟକରେ ଦଶହରା ଯେଭଳି ହେଲା ସେପରି ପାଳିତ ହେବ କାଳୀ ପୂଜା, ଖୋଲିବ ବାଣ ଦୋକାନ

Published By : Prameya-News7 Bureau | November 02, 2020 IST

କଟକ ୨।୧୧: କଟକରେ ଦୂର୍ଗା ପୂଜା ଭଳି ପାଳିତ ହେବ କାଳୀ ପୂଜା । ଚଳିତ ବର୍ଷ କାଳୀ ପୂଜାକୁ ନେଇ ଏଭଳି ପ୍ରତିକ୍ରିୟା ରଖିଛନ୍ତି କଟକ ଡିସିପି ପ୍ରତୀକ୍ ସିଂ । କୋଭିଡ୍ କଟକଣା ମଧ୍ୟରେ ସହରରେ ଯେଉଁଭଳି ଦଶହରା ପାଳିତ ହୋଇଥିଲା ସେଭଳି ଭାବେ କାଳୀପୂଜା ମଧ୍ୟ କରାଯିବ । ସହରର ବିଭିନ୍ନ ସ୍ଥାନରେ ଅସ୍ଥାୟୀ ପୋଖରୀ କରାଯାଇ ବିସର୍ଜନ କରାଯିବ ।

ସୁରକ୍ଷା ଦୃଷ୍ଟିରୁ ସହରରେ କାଳୀ ପୂଜା ସମୟରେ ୧୫ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହେବେ । ଏହାସହ ୫୦ ଜଣ ଅଫିସର ମଧ୍ୟ ନିୟୋଜିତ ହେବେ ।

ଅନ୍ୟପଟେ ବାଣ ଦୋକାନ ଖୋଲିବାକୁ ମଧ୍ୟ ଅନୁମତି ମିଳିବ ବୋଲି ଡିସିପି ସୂଚନା ଦେଇଛନ୍ତି । ଏଥିପାଇଁ ପୂର୍ବରୁ ଡିସିପିଙ୍କ କାର୍ଯ୍ୟାଳୟରୁ ଲାଇସେନ୍ସ ନେବାକୁ ହେବ । ଲାଇସେନ୍ସ ନେବା ପରେ ବ୍ୟବସାୟୀମାନେ ବାଣ ଦୋକାନ ଖୋଲିପାରିବେ ଡିସିପି କହିଛନ୍ତି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.