Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଶେଷରେ ରଦ୍ଦ ହେଲା ତିନି କୃଷି ଆଇନ, ବିଧେୟକ ଉପରେ ମୋହର ମାରିଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ
  • ||
  • ପଞ୍ଜାବ ନିର୍ବାଚନ ପୂର୍ବରୁ ବିଜେପିକୁ ବଡ଼ ସଫଳତା, ପଦ୍ମ ଧରିଲେ ଶିରୋମଣି ଅକାଳି ଦଳର ମନଜିନ୍ଦର ସିଂହ
  • ||
  • ନୂଆ କୋଭିଡ୍‌ ଭାରିଆଣ୍ଟକୁ ନେଇ ସଚେତନ ରହିବାକୁ ଅପିଲ୍‌ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
  • ||
  • ଜୁନିୟର ହକି ବିିଶ୍ୱକପ୍‌: ସେମିରେ ପ୍ରବେଶ କଲା ଫ୍ରାନ୍ସ
  • ||
  • ବଙ୍ଗୋମୁଣ୍ଡା ଆଇଆଇସିଙ୍କୁ କୋର୍ଟ ଚାଲାଣ କଲା ଭିଜିଲାନ୍ସ
  • ||
  • ଖଣ୍ଡପଡା : କଲେଜ ସମ୍ମୁଖରୁ ୨ ଛାତ୍ରୀଙ୍କୁ ଉଠାଇନେଲେ ଦୁର୍ବୃତ୍ତ, ପ୍ରତିବାଦରେ ଛାତ୍ରଛାତ୍ରୀଙ୍କ ରାସ୍ତାରୋକ
  • ||
  • ଭୁବନେଶ୍ବର : ୪ କୋଚ୍‌ଙ୍କୁ ବାଧ୍ୟତାମୂଳକ ଅବସର, ଅପାରଗତା ଓ ଦାୟିତ୍ବରେ ଅବହେଳା ପାଇଁ କାର୍ଯ୍ୟାନୁଷ୍ଠାନ
  • ||
  • ଗ୍ରାହକଙ୍କୁ ପୁଣି ମହଙ୍ଗା ମାଡ, ସିଲିଣ୍ଡର ପିଛା ୧୦୦ ଟଙ୍କା ବଢିଲା
  • ||
  • ସାନଖେମୁଣ୍ଡି : ବିଲରେ ପଡିଛି ନରକଙ୍କାଳ, ଧାନ କାଟିବା ବେଳେ ଦେଖିଲେ ଲୋକେ
  • ||
  • ସୁବର୍ଣ୍ଣପୁର : ମା’ ସୁରେଶ୍ଵରୀ ମନ୍ଦିରରୁ ଚୋରି ଘଟଣା : କାର୍ଯ୍ୟରେ ଅବହେଳା ପାଇଁ ୩ ପୋଲିସ କର୍ମଚାରୀ ସସ୍‌ପେଣ୍ଡ
  • ||

ସାଇକେଲକୁ ଧକ୍କା ଦେଲା ପିକଅପ୍ ଭ୍ୟାନ, ଜୀବନ ହାରିଲେ ଯୁବକ

1/11/2021 at 11:06 AM

ବୌଦ୍ଧ ୦୧/୧୧: ବୌଦ୍ଧ ଜିଲ୍ଲା ବାଉଁଶୁଣୀ ଥାନା ୫୭ ନମ୍ବର ଜାତୀୟ ରାଜପଥରେ ମର୍ମନ୍ଦୁଦ ସଡକ ଦୁର୍ଘଟଣା । ଜଣେ ମୃତ । ଜାତୀୟ ରାଜପଥର ବହିରା ଗ୍ରାମ ନିକଟରେ ଏହି ଦୁର୍ଘଟଣା ଘଟିଛି ।

ସୂଚନା ଅନୁସାରେ,  ବହିରା ଗ୍ରାମର ପରୀକ୍ଷିତ ରଣା (୩୦) ଏକ ସାଇକେଲ ଯୋଗେ ମାଟିହାଣ୍ଡି ବୋଝେଇ କରି ଘରୁ ସାହାଜପାଲ୍ ଆଡକୁ ଆସୁଥିଲେ । ତେବେ ବହିରା ନିକଟ ସଦେଇପୁର୍ ଛକ ନିକଟରେ ସମାନ ଦିଗରୁ ଆସୁଥିବା ଏକ ପିକଅପ୍ ଗାଡି ତାଙ୍କୁ ପଛରୁ ଧକ୍କା ଦେଇଥିଲା । ଫଳରେ ଗୁରୁତର ଅବସ୍ଥାରେ ତାଙ୍କୁ ୧୦୮ ଆମ୍ବୁଲାନସ୍ ଯୋଗେ ବାଉଁଶୁଣୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା ।

ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ । ଅନ୍ୟପଟେ ଧକ୍କା ଦେବା ପରେ ପିକଅପଟି ଘଟଣା ସ୍ଥଳରୁ ଫେରାର ହୋଇଯାଇଥିଲା । ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି ।  

   Related Posts