Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଚାଲାଣ ବେଳେ ୩୯ ଶ୍ରମିକ ଉଦ୍ଧାର, ଦାଦନ ଖଟିବାକୁ ଯାଉଥିଲେ ବିଜୟନଗରମ୍
  • ||
  • ବଙ୍ଗୋପସାଗରରେ ଟ୍ରପ୍ ଲାଇନ, ୪ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା
  • ||
  • ଏଯାଏଁ ମିଳୁନି ବାପା-ପୁଅଙ୍କ ପତ୍ତା, ରବିବାର ନାଗାବଳୀରେ ଭାସି ଯାଇଥିଲେ ଉଭୟ
  • ||
  • ଆଜି ୧୨ ଘଣ୍ଟିଆ ନୂଆପଡ଼ା ଜିଲ୍ଲା ବନ୍ଦ, ଗାଡ଼ି ଚଳାଚଳ ପ୍ରଭାବିତ
  • ||

ବୋଲେରୋ ଧକ୍କାରେ ସାଇକେଲ୍ ଆରୋହୀ ମୃତ, କ୍ଷତିପୂରଣ ଦାବିରେ ମୃତଦେହ ରଖି ରାସ୍ତାରୋକ

23/01/2021 at 12:42 PM

ବଲାଙ୍ଗୀର ୨୩।୧: ବଲାଙ୍ଗୀର ଟିଟିଲାଗଡ ରୋଡ୍ ଜଳିଆ ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ସାଇକେଲ ଆରୋହୀଙ୍କୁ ଧକ୍କା ଦେଲା ବୋଲେରୋ । ଘଟଣାସ୍ଥଳରେ ସାଇକେଲ ଆରୋହୀଙ୍କ ମୃତ୍ୟୁ ହୋଇଛି ।

ସୂଚନାଯୋଗ୍ୟ ଯେ, ବଲାଙ୍ଗୀର ସଇଁତଳା ଥାନା ଜାତୀୟ ରାଜପଥ ଜଳିଆ ଛକଠାରେ ସାଇକେଲ ଆରୋହୀ କୃଷ୍ଣଚଦ୍ର ସାହୁ ଯାଉଥିବା ବେଳେ ଏକ ବୋଲେରୋ ତାଙ୍କୁ ଧକ୍କା ଦେଇଥିଲା । ଫଳରେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଛି ।

କ୍ଷତି ପୂରଣ ଦାବିରେ ପରିବାର ଲୋକ ମୃତଦେହକୁ ରାସ୍ତାରେ ରଖି ଜାତୀୟ ରାଜପଥ ଅବରୋଧ କରିଛନ୍ତି । ଘଟଣାସ୍ଥଳରେ ସଇଁତଳା ପୋଲିସ ପହଞ୍ଚି ଲୋକଙ୍କୁ ବୁଝାସୁଝା କରୁଛି ।

   Related Posts