Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପାଠକ ବାପ-ପୁଅ ଗିରଫ, କୁବେର ଜଙ୍ଗଲ ଅଫିସରଙ୍କ ଅମାପ ସଂପତ୍ତି ଠାବ କରିଛି ଭିଜିଲାନ୍ସ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୧୮ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହେଲେ ୫୯୪ କରୋନା ସଂକ୍ରମିତ, ୩୧୭୨୩୯ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭାରତ-ଅଷ୍ଟ୍ରେଲିଆ ଦିନିକିଆ ସିରିଜ୍, ଦଳରେ ସାମିଲ ହେଲେ ଦ୍ରୁତ ବୋଲର ଟି. ନଟରାଜନ
  • ||
  • ଭୁବନେଶ୍ବର : ଦଶମ ଶ୍ରେଣୀ ଛାତ୍ରୀ କଲେ ଆତ୍ମହତ୍ୟା ! ବେକରେ ରଶି ଲଗାଇ ପଙ୍ଖାରେ ଝୁଲି ପଡିଲେ, କାରଣ ଅସ୍ପଷ୍ଟ
  • ||
  • ରାଜକୋଟ : କୋଭିଡ୍ ହସ୍ପିଟାଲରେ ଲାଗିଲା ନିଆଁ, ୬ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ପୁରୀ : ମହାପ୍ରଭୁଙ୍କ ଦୁର୍ଲଭ ନାଗାର୍ଜୁନ ବେଶ, ସୁରକ୍ଷା ବଳୟରେ ଶ୍ରୀମନ୍ଦିର, ଦର୍ଶନ ପାଇଁ ଭକ୍ତ ବ୍ୟାକୁଳ
  • ||
  • ମହାପ୍ରଭୁଙ୍କ ଦୁର୍ଲଭ ନାଗାର୍ଜୁନ ବେଶ: ସୁରକ୍ଷା ବଳୟରେ ଶ୍ରୀମନ୍ଦିର, ଦର୍ଶନ ପାଇଁ ଭକ୍ତ ବ୍ୟାକୁଳ
  • ||
  • ଭାରତ-ଅଷ୍ଟ୍ରେଲିଆ ପ୍ରଥମ ଦିନିକିଆ : ଟସ୍ ଜିତିଲା ଅଷ୍ଟ୍ରେଲିଆ, ପ୍ରଥମେ କରିବ ବ୍ୟାଟିଂ
  • ||
  • ଚଳିତ ବର୍ଷ ବିନ୍ଦୁସାଗରରେ ଡଙ୍ଗା ଭସା ଉପରେ ରୋକ୍, ନିଷ୍ପତ୍ତି ନେଲା ବିଏମସି
  • ||

ସାମୁଦ୍ରିକ ବାତ୍ୟା ‘ବୁଲ୍‌ବୁଲ୍’୨୪ଘଣ୍ଟାରେ ଭୟଙ୍କର ରୂପ ନେବା ଆଶଙ୍କା, ଜାଣନ୍ତୁ କ’ଣ ରହିଛି ସ୍ଥିତି

7/11/2019 at 9:34 AM

ଭୁବନେଶ୍ବର ୭।୧୧: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ବାତ୍ୟା ବୁଲବୁଲ୍ ଏବେ ଘଣ୍ଟାପ୍ରତି ୬କିଲୋମିଟର ବେଗରେ ଉତ୍ତର ଦିଗରେ ଗତି କରୁଛି । ପାରାଦୀପଠାରୁ ୭୩୦ କିଲୋମିଟରେ ଦୂରରେ କେନ୍ଦ୍ରୀଭୂତ ହୋଇଛି ‘ବୁଲବୁଲ’  । ୨୪ ଘଣ୍ଟାରେ ଭୟଙ୍କର ଓ ୩୬ ଘଣ୍ଟାରେ ଅତି ଭୟଙ୍କର ବାତ୍ୟାର ରୂପ ନେବାର ଆକଳନ କରିଛି ଭାରତୀୟ ପାଣିପାଗ ବିଭାଗ ।

ତେବେ ଏହାର ପ୍ରଭାବ ଓଡିଶାରେ ପଡିବ ନାହିଁ । ସାମୁଦ୍ରିକ ବାତ୍ୟା ‘ବୁଲବୁଲ’ ଉତ୍ତର-ଉତ୍ତରପଶ୍ଚିମ ଦିଗରେ ପଶ୍ଚିମବଙ୍ଗ ଓ ବାଂଲାଦେଶକୁ ଆଡକୁ ମୁହାଁଉଛି । ଆସନ୍ତା ୯ ଓ ୧୦ ତାରିଖରେ ଓଡିଶାରେ ବର୍ଷା ସମ୍ଭାବନା ରହିଛି । ଉତ୍ତର ଓଡିଶା ଉପକୂଳରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହେବ ।

ଆସନ୍ତାକାଲିଠୁ ଉତ୍ତର ଉପକୂଳରେ ବର୍ଷା ହେବ । ପବନର ବେଗ ରହିବ ଘଣ୍ଟାପ୍ରତି ୪୦ରୁ ୫୦କିଲୋମିଟର । ୯ ଏବଂ ୧୦ତାରିଖରେ ପବନର ବେଗ ସାମାନ୍ୟ ବଢିବ । ଏହାସହ ସମୁଦ୍ର ଅଶାନ୍ତ ରହିବ । ତେଣୁ ସମୁଦ୍ର ଭିତରକୁ ନଯିବା ଲାଗି ମତ୍ସ୍ୟଜୀବୀମାନଙ୍କୁ ପରାମର୍ଶ ଦିଆଯାଇଛି ।

   Related Posts