Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଲୋକସଭାରେ ପାରିତ ହେଲା କୃଷି ଆଇନ ଉଚ୍ଛେଦ ବିଲ୍‌
  • ||
  • କୃଷକଙ୍କୁ ଦଳି ମାରିଲେ ୭ ଦନ୍ତା, ଖଣ୍ଡ ଖଣ୍ଡ କରିଦେଲେ ଶରୀର
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ, ୨୩୬ ମୃତ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୯କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୯୭ କରୋନା ସଂକ୍ରମିତ, ୧୦୪୮୮୮୦ରେ ପହଞ୍ଚିଲା ସଂଖ୍ୟା
  • ||
  • ୧୨ ଘଣ୍ଟିଆ ମୟୂରଭଞ୍ଜ ବନ୍ଦ : ବିଭିନ୍ନ ଭାଷାକୁ ଦ୍ୱିତୀୟ ରାଜ୍ୟଭାଷା ମାନ୍ୟତା ପ୍ରଦାନ ଦାବି
  • ||
  • ୧୨ ଘଣ୍ଟିଆ ମୟୂରଭଞ୍ଜ ବନ୍ଦ : ବିଭିନ୍ନ ଭାଷାକୁ ଦ୍ୱିତୀୟ ରାଜ୍ୟଭାଷା ମାନ୍ୟତା ପ୍ରଦାନ ଦାବି
  • ||
  • ଭିଜିଲାନ୍ସ ଜାଲରେ କନଷ୍ଟେବଳ, ଜବତ ହେଲାଣି ଲକ୍ଷ ଲକ୍ଷ ଟଙ୍କା
  • ||
  • ଭିଜିଲାନ୍ସ ଜାଲରେ କନଷ୍ଟେବଳ, ଜବତ ହେଲାଣି ଲକ୍ଷ ଲକ୍ଷ ଟଙ୍କା
  • ||
  • ଓମିକ୍ରନ୍ ନେଇ AIIMS ମୁଖ୍ୟ ଗୁଲେରିଆ ଦେଲେ ଚେତାବନୀ, କହିଲେ ନୂଆ ଭାରିଆଣ୍ଟ ଭାକସିନକୁ ଦେଇପାରେ ଚକମା
  • ||

ସ୍ଥଳଭାଗ ମୁହାଁ ସାମୁଦ୍ରିକ ବାତ୍ୟା ବୁଲବୁଲ୍ :ଆଜି ରାତିରେ ସୁନ୍ଦରବନରେ କରିବ ଲ୍ୟାଣ୍ଡଫଲ

9/11/2019 at 7:17 AM

ଭୁବନେଶ୍ବର ୯।୧୧: ଆଜି ସ୍ଥଳଭାଗରେ ମାଡ଼ ହେବ ସାମୁଦ୍ରିକ ବାତ୍ୟା ବୁଲବୁଲ । ପଶ୍ଚିମବଙ୍ଗ- ବାଂଲାଦେଶ ଉପକୂଳର ମଝିଦେଇ ସ୍ଥଳ ଭାଗକୁ ପ୍ରବେଶ କରିବ । ସୁନ୍ଦରବନର ଡେଲ୍ଟା ଅଞ୍ଚଳରେ ଏହା ସ୍ଥଳ ଭାଗରେ ପ୍ରବେଶ କରିବ ବୋଲି କୁହାଯାଉଛି । ଏହି ସମୟରେ ପବନର ବେଗ ୧୧୦-୧୨୦ ରହିବ ଏବଂ ଗଷ୍ଟିଂ ୱିଣ୍ଡ ସ୍ପିଡ୍  ପ୍ରାୟ ୧୩୫ କିଲୋମିଟର ରହିବ ବୋଲି ପୂର୍ବାନୁମାନ କରାଯାଉଛି । ଏହାର ପ୍ରଭାବରେ ଓଡିଶା,  ପଶ୍ଚିମବଙ୍ଗ, ମିଜୋରାମ, ତ୍ରିପୁରା ଆସାମ ଓ ମେଘାଳୟରେ ଦୁଇଦିନ ଧରି ବର୍ଷା ଲାଗି ରହିବ ।

ବାତ୍ୟା ବୁଲବୁଲ  ପାରାଦୀପ ଠାରୁ ୧୩୦ କିଲୋମିଟର ଦୂରରେ ରହିଛି । ଆଜି ଦିନ ୧୦ଟାରୁ ୧୧ଟା ମଧ୍ୟରେ ଏହା ପାରାଦୀପ ଅତିକ୍ରମ କରିବ ବୋଲି ପୂର୍ବାନୁମାନ କରାଯାଉଛି ।  ବାତ୍ୟା ବୁଲବୁଲ୍ ପ୍ରଭାବରେ ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁରରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଏବଂ ମୟୁରଭଞ୍ଜ, କଟକ ଓ ଯାଜପୁର ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ବିଶେଷ କରି ୪ଟି ଜିଲ୍ଲା ଜଗତସିଂହପୁର, ବାଲେଶ୍ବର, ଭଦ୍ରକ ଓ କେନ୍ଦ୍ରାପଡ଼ାରେ ବର୍ଷାର ପରିମାଣ ଅଧିକ ରହିବ।  ଘଣ୍ଟା ପ୍ରତି ୭୦ ରୁ ୯୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି ।

 ତେବେ ଫନି ଠାରୁ ବାତ୍ୟା ବୁଲବୁଲର ପ୍ରଭାବ କମ୍ ରହିବ ବୋଲି କହିଛି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ସୁନ୍ଦରବନ ଡେଲଟାରେ ସ୍ଥଳଭାଗ ଛୁଇଁବ ବାତ୍ୟା ବୁଲବୁଲ୍ । ସମସ୍ତ ବନ୍ଦରକୁ ୩ ନମ୍ବର ବିପଦ ସଙ୍କେତ ଜାରି କରିଛି ପାଣିପାଗ ବିଭାଗ । ଆଜି  ପୁରୀ, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ବର ଆଦି ୯ଟି ଜିଲ୍ଲାରେ ସ୍କୁଲ୍ ଛୁଟି ଘୋଷଣା ହୋଇଛି ।

   Related Posts