Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଟିକା ବଣ୍ଟନ ପାଇଁ ୨୧ ଜଣିଆ ପରିଚାଳନା କମିଟି ଗଠନ, ସ୍ଵାସ୍ଥ୍ୟ ବିଭାଗର ନିର୍ଦ୍ଦେଶକ ହେଲେ ଅଧ୍ୟକ୍ଷ
  • ||
  • ୯୦ ପ୍ରତିଶତ ନଷ୍ଟ ହୋଇ ସାରିଥିଲା କରୋନା ସଂକ୍ରମିତ ବ୍ୟକ୍ତିଙ୍କ ଫୁସ୍‌ଫୁସ୍, ଇକମୋ ପଦ୍ଧତିରେ ସୁସ୍ଥ କଲେ ସମ୍ ଡାକ୍ତର
  • ||
  • ଦ୍ଵିତୀୟ ଲହର ସଂକ୍ରମଣର ଆଶଙ୍କା ନାହିଁ, ସୁସ୍ଥ ହୋଇ ଘରକୁ ଫେରିଲେ ୬୦୫ ଆକ୍ରାନ୍ତ
  • ||
  • ଡିସେମ୍ବର ୮ରେ କୃଷକଙ୍କ ଭାରତ ବନ୍ଦ ଡାକରା, ରାଜ୍ୟ କଂଗ୍ରେସର ସମର୍ଥନ ଘୋଷଣା
  • ||
  • ପଞ୍ଚମ ପର୍ଯ୍ୟାୟ କୃଷକ-ସରକାରଙ୍କ ଆଲୋଚନା ବିଫଳ, ଡିସେମ୍ବର ୯’ରେ ପୁଣି ବୈଠକ
  • ||
  • ସାଲେପୁର : ଷଣ୍ଢକୁ ଧକ୍କା ଦେବା ପରେ ହୁତୁ ହୁତୁ ହୋଇ ଜଳିଲା କାର୍, ଅଳ୍ପକେ ବର୍ତ୍ତିଲେ ୪ ଜଣ
  • ||
  • ଭୁବନେଶ୍ବର : ‘ପରୀ’ ହତ୍ୟାକାରୀକୁ ଧରାଇଦେଲେ ମିଳିବ ଲକ୍ଷେ ଟଙ୍କା
  • ||
  • ନୟାଗଡ : ଘର ବାଡିପଟୁ ମିଳିଲା ବୃଦ୍ଧଙ୍କ ମୃତଦେହ, ମୁଣ୍ଡ ଏବଂ ମୁହଁରେ ରହିଛି କ୍ଷତଚିହ୍ନ, ହତ୍ୟା ସନ୍ଦେହ
  • ||
  • ଯାଜପୁର : ଭୟାବହ ଅଗ୍ନିକାଣ୍ଡ, ୧୨ ବଖରା ଘର ସହ ଜଳିଗଲା ଲକ୍ଷାଧିକ ଟଙ୍କାର ସୁନା ଗହଣା
  • ||
  • ଢେଙ୍କାନାଳ : ବାଇକ୍‌କୁ ଧକ୍କା ଦେଲା କାର୍, ଆରୋହୀ ପିଟିହେଲେ ଟ୍ରକ୍‌ରେ, ଚାଲିଗଲା ଜୀବନ
  • ||

‘ଫନି’ ଏବେ ପୁରୀ-ଜଗତ୍‌ସିଂହପୁର ଉପକୂଳ ମୁହାଁ, ୨ ତାରିଖରେ ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ରାୟଗଡ଼ା ଓ କନ୍ଧମାଳ ଜିଲ୍ଲା ପାଇଁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି

1/05/2019 at 5:18 PM

ଭୁବନେଶ୍ବର ୧|୫: ଓଡ଼ିଶା ଆଡକୁ ମାଡ଼ି ଆସୁଛି ସାମୁଦ୍ରିକ ଝଡ ‘ଫନି’ । ଏହା ଏକ୍ସଟ୍ରିମଲି ସିଭିୟର ସାଇକ୍ଲୋନ ଷ୍ଟର୍ମରେ ପରିଣତ ହୋଇ ଏବେ ପୁରୀ-ଜଗତ୍‌ସିଂହପୁର ଉପକୂଳ ମୁହାଁ ହୋଇଛି । ‘ଫନି’ ପୁରୀ ଉପକୂଳଠାରୁ ୬୫୦ କିଲୋମିଟର ଦୂରରେ ଥିବା ବେଳେ ବିଶାଖାପଟନମ୍ ଠାରୁ ୪୦୦ କିଲୋମିଟର ଦୂରରେ ରହିଛି । ଘଣ୍ଟା ପ୍ରତି ୬ କିଲୋମିଟର ବେଗରେ ସମୁଦ୍ର ପଥରେ ଉପକୂଳ ଆଡକୁ ଆସୁଛି  ‘ଫନି’ । ୩ ତାରିଖ ଅପରାହ୍ନରେ ବାତ୍ୟା ‘ଫନି’ ପୁରୀ ନିକଟରେ ଲ୍ୟାଣ୍ଡଫଲ କରିବ ବୋଲି ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ । ଏଥିପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ସମସ୍ତ ସତର୍କତା ଅବଲମ୍ବନ କରାଯାଉଛି ।

ବଙ୍ଗୋପସାଗରରେ ଏକ୍ସଟ୍ରିମ୍‌ଲି ସିଭିୟର ସାଇକ୍ଲୋନିକ୍‌ ଷ୍ଟର୍ମ ‘ଫନି’ ।  ଓଡିଶା ଆଡ଼କୁ ମାଡ଼ି ଆସୁଛି ‘ଫନି’ ।  ଭାରତୀୟ ପାଣିପାଗ ବିଭାଗ ସୂଚନା ମୁତାବକ, ‘ଫନି’ ଆଜି ସକାଳେ ଉତ୍ତର-ପୂର୍ବ ଦିଗରେ ଗତିକରି ପୁରୀ ପାଖରୁ ଦକ୍ଷିଣ ପଶ୍ଚିମ ଦିଗରେ ୬୫୦ କିଲୋମିଟର ଦୂରରେ କେନ୍ଦ୍ରୀଭୂତ ହୋଇଛି । ୩ ତାରିଖ ଅପରାହ୍ନ ସୁଦ୍ଧା ଏହା ଗୋପାଳପୁରରୁ ଚାନ୍ଦବାଲି ମଧ୍ୟରେ ପୁରୀ ଉପକୂଳ ଦେଇ ଅତିକ୍ରମ କରିପାରେ ।

ସେହିଭଳି ଆନ୍ତର୍ଜାତିକ ପାଣିପାଗ ସଂସ୍ଥା ଜେଟିଡବ୍ଲୁସିର ପୂର୍ବାନୁମାନ ଅନୁସାରେ ‘ଫନି’ ର ଗତି କିଛି ଏମିତି ରହିବ। ଯଦିଏ ଏହିଭଳି ଏହା ଗତି କରେ ତେବେ ତେବେ ଠିକ୍‌ ପୁରୀ ଏବଂ ଜଗତ୍‌ସିଂହପୁର ସୀମାବର୍ତ୍ତୀ ଅଞ୍ଚଳରେ ଏହା ଲ୍ୟାଣ୍ଡଫଲ କରିପାରେ।  ପୂର୍ବରୁ ଏହା ପୁରୀ ଜିଲ୍ଲା କୃଷ୍ଣପ୍ରସାଦ ବ୍ଲକ ଉଦୟଗିରିରେ କିମ୍ବା ପୁରୀ ବାଲୁଘାଟ ଅଂଚଳରେ ଲ୍ୟାଣ୍ଡଫଲ କରିବ ବୋଲି ମଧ୍ୟ ପୂର୍ବାନୁମାନ କରାଯାଇଥିଲା ।  ‘ଫନି’ ଲ୍ୟାଣ୍ଡଫଲ୍‌ ବେଳେ ପବନର ବେଗ ଘଣ୍ଟା ପ୍ରତି ୧୮୦ରୁ ୧୯୦ କିଲୋମିଟର ମଧ୍ୟରେ ରହିବ ।

‘ଫନି’ ପ୍ରଭାବରେ ଉପକୂଳଠାରୁ ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ଜିଲ୍ଳାରେ ପ୍ରବଳ ବର୍ଷା ହେବ । ତେବେ ବର୍ଷାର ପରିମାଣକୁ ଆକଳନ କରାଯାଇ ବିଭିନ୍ନ ଜିଲ୍ଲାରେ ଅରେଞ୍ଜ, ରେଡ୍‌ ଓ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । ୨ ତାରିଖରେ ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ରାୟଗଡ଼ା ଓ କନ୍ଧମାଳ ଜିଲ୍ଲା ପାଇଁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । ଏହି ସବୁ ଜିଲ୍ଲାରେ କୁଆପଥର ବର୍ଷାର ଆଶଙ୍କା ରହିଛି ।

୩ ତାରିଖରେ ଗଜପତି ଗଞ୍ଜାମ, ଖୋର୍ଦ୍ଧା, ନୟାଗଡ଼, କଟକ, ଜଗତସିଂହପୁର, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା, ବାଲେଶ୍ବର, କନ୍ଧମାଳ, ରାୟଗଡ଼ା, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୁରୁଭଞ୍ଜରେ ରେଡ୍‌ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । ଏସବୁ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ସେହି ୩ ତାରିଖରେ ବୌଦ୍ଧ, କଳାହାଣ୍ଡି, ସମ୍ବଲପୁର, ଦେବଗଡ଼ ଓ ସୁନ୍ଦରଗଡ଼ ଜିଲ୍ଲା ପାଇଁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । ଏଠାରେ ପାଗ ମେଘୁଆ ରହିବା ସହ କାଁ ଭାଁ ବର୍ଷା ହୋଇପାରେ ।

୪ ତାରିଖରେ ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା, ବାଲେଶ୍ବର, କେନ୍ଦୁଝର ଓ ମୟୁରଭଞ୍ଜରେ ରେଡ୍‌ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । ଅର୍ଥାତ୍‌ ଏଠାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ୪ ତାରିଖରେ କଟକ, ଢ଼େଙ୍କାନାଳ ଓ ଅନୁଗୁଳରେ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । ଏଠାରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି ।

‘ଫନି’ ତାର ଗତିପଥ ପରିବର୍ତ୍ତନ କରୁଥିବାରୁ କେଉଁ ସ୍ଥାନରେ ସଠିକ୍ ଭାବେ ଲ୍ୟାଣ୍ଡ ଫଲ୍ କରିବ ସେନେଇ କାଲି ଅପରାହ୍ନ ସୁଦ୍ଧା ଜଣାପଡିବ ବୋଲି ପାଣିପାଗ ବିଭାଗ କହିଛି ।

   Related Posts