ଘଣ୍ଟାପ୍ରତି ୧୫ କି.ମି. ବେଗରେ ଓଡିଶା ମୁହାଁ ‘ଫନି’, କାଲି ୧୨ଟା ସୁଦ୍ଧା କରିବ ଲ୍ୟାଣ୍ଡଫଲ୍

Published By : Prameya-News7 Bureau | May 02, 2019 IST

ଭୁବନେଶ୍ବର ୨|୫: ଅତି ଭୀଷଣ ଚକ୍ରବାତର ରୂପ ନେଇଛି ‘ଫନି’ । ଏହା ପୁରୀଠାରୁ ୩୬୦ କିଲୋମିଟର ଦୂରରେ ରହିଛି । ବିଶାଖାପାଟଣାରୁ ୨୧୦କିଲୋମିଟର ଦୂରରେ ରହିଛି । ଘଣ୍ଟାକୁ ୧୫ କିଲୋମିଟର ବେଗରେ ‘ଫନି’ ଓଡିଶା ମୁହାଁ ରହିଛି।

ତେବେ ‘ଫନି’ ଆସନ୍ତାକାଲି ଅପରାହ୍ନ ୧୨ଟା ସୁଦ୍ଧା ଲ୍ୟାଣ୍ଡଫଲ୍ କରିବ । ପୁରୀ ନିକଟରେ ସ୍ଥଳଭାଗ ଛୁଇଁବ। ଏ ନେଇ ଏସଆରସିଙ୍କ କାର୍ଯ୍ୟାଳୟ ସୂତ୍ରରୁ ସୂଚନା ମିଳିଛି । ଲ୍ୟାଣ୍ଡଫଲ୍ ବେଳେ ପବନର ବେଗ ଘଣ୍ଟାପ୍ରତି ୧୮୦ କିଲୋମିଟର ରହିବ । ପବନର ବେଗ ଘଣ୍ଟାପ୍ରତି ୨୦୦ କିଲୋମିଟର ବଢିପାରେ । ଲ୍ୟାଣ୍ଡଫଲ୍ ବେଳେ ୧.୫ ମିଟର ଉଚ୍ଚ ସମୁଦ୍ର ଜୁଆର ଉଠିବା ଆଶଙ୍କା ରହିଛି । ରାଜ୍ୟର ସମସ୍ତ ବନ୍ଦରରେ ସତର୍କ ସୂଚନା ଜାରି କରାଯାଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.