ବାତ୍ୟାରୁ ଗଭୀର ଅବପାତର ରୂପ ନେଲା ‘ଗୁଲାବ’, ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ଲାଗି ରହିଛି ବର୍ଷା

Published By : Prameya-News7 Bureau | September 27, 2021 IST

ଭୁବନେଶ୍ବର ୨୭।୯: ବାତ୍ୟାରୁ ଗଭୀର ଅବପାତର ରୂପ ନେଲା ‘ଗୁଲାବ’ । ଏହା ଗଭୀର ଅବପାତରୁ ଅବପାତରେ ହୋଇ ସମ୍ପୂର୍ଣ୍ଣ ଦୁର୍ବଳ ହୋଇଯିବ । ଏବେ ଘଣ୍ଟାପ୍ରତି ୧୪ କିଲୋମିଟର ବେଗରେ ଗତି କରୁଛି । ଏହାର ପ୍ରଭାବରେ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ବର୍ଷା ଲାଗି ରହିଛି । ଆଭ୍ୟନ୍ତରୀଣ ଓଡ଼ିଶାରେ ମଧ୍ୟ ବର୍ଷା ହୋଇଛି । ଆନ୍ଧ୍ର ଉପକୂଳ, ଉତ୍ତର ଛତିଶଗଡ଼ ଅଞ୍ଚଳରେ ମଧ୍ୟ ପ୍ରବଳ ବର୍ଷିବ ।

wp:html /wp:html

ସେପଟେ ବାତ୍ୟା ‘ଗୁଲାବ’ ପଛେ ପଛେ ଆଉ ଏକ ଲଘୁଚାପ ଆସୁଛି । ସମ୍ଭାବ୍ୟ ଲଘୁଚାପ ଓଡ଼ିଶା ଆସିବ ବୋଲି ସ୍କାଏମେଟ୍ ଆକଳନ କରିଛି । ବର୍ତ୍ତମାନର ବାତ୍ୟା ଯିବା ପରେ ବି ସେପ୍ଟେମ୍ବର ଶେଷବେଳକୁ ରାଜ୍ୟରେ ଆହୁରି ବର୍ଷା ସମ୍ଭାବନା ଅଛି ।

ଦକ୍ଷିଣ ଚୀନ୍ ସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ‘ଡିଆଁମୁ’ର ଏହା ଅଂଶ ବିଶେଷ ହେବ । ଡିଆଁମୁ କ୍ରମଶଃ ଦୁର୍ବଳ ହେବା ସହ ଭିଏତନାମ, ଥାଇଲାଣ୍ଡ ଅତିକ୍ରମ କରିବା ପରେ ଏବେ ମିଆଁମାର ଉପରେ ଲଘୁଚାପ ଅବସ୍ଥାରେ ରହିଛି ।

ଏହା ଆହୁରି ଦୁର୍ବଳ ହୋଇ ଘୂର୍ଣ୍ଣିବଳୟ ରୂପ ନେଇ ବଙ୍ଗୋପସାଗରକୁ ପଶିଛି । ପରେ ଘନୀଭୂତ ହୋଇ ଲଘୁଚାପ ରୂପ ନେବ । ଆଉ ମୁହାଁଇବ ଓଡ଼ିଶା ଉପକୂଳ ଆଡ଼କୁ । ଏହା ପ୍ରଭାବରେ ସେପ୍ଟେମ୍ବର ଶେଷରେ ଓଡ଼ିଶାରେ ବର୍ଷା ଲାଗି ରହିବ । ସେପ୍ଟେମ୍ବର ମାସରେ ଏହା ରାଜ୍ୟର ପଞ୍ଚମ ଲଘୁଚାପ ହେବ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.