Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଗୁରୁବାର ସୁସ୍ଥହେଲେ ରେକର୍ଡ ୮୪୭୧ଜଣ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୨୨୪୯ ଡିସଚାର୍ଜ
  • ||
  • ଚାଲିଗଲେ ଆଉ ଜଣେ କଳାକାର, ଅଭିନେତା ପ୍ରିୟ ସୁନ୍ଦର ମିଶ୍ରଙ୍କ ପରଲୋକ
  • ||
  • କୁକୁଡାକୁ ଖାଇଗଲେ ବୁଲା କୁକୁର, ରାଗି ଯାଇ ଗୁଳି କରିଦେଲା ମାଲିକ : ଥାନାରେ ମାମଲା
  • ||
  • ଗୋଆରେ ଏନସିପି-ଶିବସେନାର ହାତ ଛାଡିଦେଲା କଂଗ୍ରେସ, କହିଲା-‘ଆମର ଏକାକି ଜିତିବା କ୍ଷମତା ଅଛି’
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୩ ଲକ୍ଷ ୧୭ ହଜାରରୁ ଅଧିକ କରୋନା ପଜିଟିଭ୍, ୪୯୧ ମୃତ
  • ||
  • ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୦୧କୁ ବୃଦ୍ଧି
  • ||
  • ରାଜ୍ୟରେ ପୁଣି ୧୦ ହଜାର ଉପରେ ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦୩୬୮ କୋଭିଡ୍ ପଜିଟିଭ୍, ୧୧୭୭୪୬୨ରେ ପହଞ୍ଚିଲା ସଂଖ୍ୟା
  • ||
  • କ୍ୟାପ୍ଟେନ୍ ନୁହେଁ କିନ୍ତୁ ଜୋଶ୍ ଏବେବି ଅଛି : ଦକ୍ଷିଣ ଆଫ୍ରିକା ଅଧିନାୟକଙ୍କ ସହ ମୁହାଁମୁହିଁ ହେଲେ କୋହଲି
  • ||
  • ପ୍ରଚାର ବେଳେ ବିଜେପି ପ୍ରାର୍ଥୀ ହଟହଟା, ତଡିଦେଲେ ଗାଁ ଲୋକେ
  • ||
  • ଚୌଦ୍ୱାର ସୁନା ବ୍ୟବସାୟୀଙ୍କୁ ଗୁଳିମାଡ ଓ ଲୁଟ୍ ଘଟଣା : ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଲେ ଡିସିପି
  • ||

ମାଡି ଆସୁଛି ବାତ୍ୟା ଜଓ୍ଵାଦ: ଗୋପାଳପୁରରୁ ୪୭୦ କିମି ଦୂରରେ, ଗଞ୍ଜାମ ଏବଂ ଗଜପତି ଜିଲ୍ଲାରେ ପ୍ରବଳ ବର୍ଷିବ

3/12/2021 at 6:08 PM

ଭୁବନେଶ୍ଵର ୦୩।୧୨: ପୁଣି ଓଡିଶାକୁ ବାତ୍ୟା ଭୟ। ଦକ୍ଷିଣ ଆଣ୍ଡାମାନ ସାଗରରେ ବଳ ଗୋଟାଇ ସ୍ଥଳଭାଗ ଅଭିମୁଖେ ମାଡି ଆସୁଛି ସାମୁଦ୍ରିକ ଘୂର୍ଣ୍ଣିଝଡ ଜଓ୍ଵାଦ। ୫ ତାରିଖ ମଧ୍ୟାହ୍ନରେ ପୁରୀ ଜିଲ୍ଲାରେ ସ୍ଥଳଭାଗ ଛୁଇଁପାରେ ବୋଲି ଶୁକ୍ରବାର ଭାରତୀୟ ପାଣିପାଗ ବିଭାଗର ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି। ଜଓ୍ଵାଦକୁ ନେଇ ଓଡିଶା ପ୍ରତି ଅଧିକ ସତର୍କ ସୂଚନା ଜାରି କରାଯାଇଛି। ବାତ୍ୟାର ମୁକାବିଲା ପାଇଁ ପ୍ରଶାସନ ପକ୍ଷରୁ ଜୋରଦାର ପ୍ରସ୍ତୁତି ଆରମ୍ଭ ହୋଇ ଯାଇଛି।  ବାତ୍ୟା ‘ଜଓ୍ଵାଦ’ର ଅବସ୍ଥିତିକୁ ନେଇ ସ୍ଵତନ୍ତ୍ର ରିଲିଫ କମିଶନର ପକ୍ଷରୁ ଆଜି ସୂଚନା ଦିଆଯାଇଛି।

ଉତ୍ତର କେନ୍ଦ୍ରୀୟ ବଙ୍ଗୋପସାଗରରୁ ଉତ୍ତର-ଉତ୍ତର ପଶ୍ଚିମ ଦିଗରେ ବାତ୍ୟା ଜଓ୍ଵାଦ ଗତି କରୁଛି। ଗତ ୬ ଘଣ୍ଟା ହେବ ଏହା ଘଣ୍ଟାକୁ ୨୫ କିମି ବେଗରେ ଗତି କରୁଛି। ବିଶାଖାପାଟଣାଠୁ ୩୬୦,ଗୋପାଳପୁରରୁ ୪୭୦ କିମି, ପୁରୀଠୁ ୫୩୦ କିମି ଏବଂ ପାରାଦୀପଠାରୁ ୬୦୦ କିମି ଦୂରରେ ରହିଛି ଜଓ୍ଵାଦ। ୫ ତାରିଖ ମଧ୍ୟାହ୍ନରେ ଏହା ପୁରୀ ଉପକୂଳରେ ପହଞ୍ଚିବ । ଓଡ଼ିଶା ପାଇଁ ଏବେ ସବୁଠାରୁ ଅଧିକ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି । ଓଡ଼ିଶାର ସବୁ ଉପକୂଳବର୍ତ୍ତୀ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ଅନୁମାନ କରିଛି ପାଣିପାଗ ବିଭାଗ । ବିଶେଷ କରି ଗଞ୍ଜାମ ଏବଂ ଗଜପତି ଜିଲ୍ଲାରେ ଅତି ପ୍ରବଳ ବର୍ଷା ନେଇ ଆସନ୍ତାକାଲି ସକାଳ ୮ଟା ୩୦ ପର୍ଯ୍ୟନ୍ତ ୟେଲୋ ଓ୍ଵାର୍ଣ୍ଣି ଜାରି କରିଛନ୍ତି ଆଞ୍ଚଳିକ ପାଣିପାଗ  ବିଭାଗ।

୫ ତାରିଖରେ ଓଡ଼ିଶାର ଉତ୍ତର ଉପକୂଳରେ ପ୍ରବଳ ବର୍ଷା ହେବ । ଏହି ସମୟରେ ୮୦ ରୁ ୯୦ କିଲୋମିଟର ବେଗରେ ପବନ ବୋହିପାରେ । ଦରକାର ପଡିଲେ ପବନର ବେଗ ୧୦୦ କିଲୋମିଟର ପର୍ଯ୍ୟନ୍ତ ହୋଇପାରେ ବୋଲି ଆକଳନ କରିଛି ପାଣିପାଗ ବିଭାଗ । ସେହିଭଳି ୩ ରୁ ୫ ତାରିଖ ସମୂଦ୍ର ଉପକୂଳ ସୁରକ୍ଷିତ ରହିବ ନାହିଁ ବୋଲି ସୂଚନା ମଧ୍ୟ ରହିଛି । ୩ ରୁ ୫ ତାରିଖ ପର୍ଯ୍ୟନ୍ତ ସମୁଦ୍ରକୁ ନଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି। ବାତ୍ୟା ପ୍ରଭାବରେ ସମୁଦ୍ର ଅଶାନ୍ତ ରହିଛି ଏବଂ ୫ ମିଟର ଯାଏ ଜୁଆର ଉଠିବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।

   Related Posts