ଜଓ୍ବାଦ ଅପ୍‌ଡେଟ୍‌ : ପ୍ରବଳ ବର୍ଷା ଆଶଙ୍କାରେ ଆସନ୍ତାକାଲି ଗଞ୍ଜାମରେ ସ୍କୁଲ ଛୁଟି ଘୋଷଣା

Published By : Prameya-News7 Bureau | December 03, 2021 IST

ଭୁବନେଶ୍ବର ୦୩/୧୨ : ମାଡିଆସୁଛି ସାମୁଦ୍ରିକ ଝଡ ଜଓ୍ବାଦ । ଦ୍ରୁତ ବେଗରେ ସ୍ଥଳଭାଗ ଆଡକୁ ମାଡିଆସୁଥିବା ଜଓ୍ବାଦ ବାତ୍ୟାକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଜୋରଦାର କରାଯାଇଛି । ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ଏବଂ ପ୍ରବଳ ବର୍ଷା ସତର୍କତା କାରଣରୁ ଆସନ୍ତାକାଲି ଗଞ୍ଜାମ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା କରାଯାଇଛି । ଏ ନେଇ ଗଞ୍ଜାମ ଜିଲ୍ଲାପାଳ ସୂଚନା ଦେଇଛନ୍ତି । ବାତ୍ୟାକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ସମସ୍ତ ପ୍ରସ୍ତୁତି କରାଯାଇଛି । ଏନ୍‌ଡିଆର୍‌ଏଫ୍‌, ଓଡ୍ରାଫ୍‌ ଟିମ ସଜାଗ ରହିଛନ୍ତି ।

ଆସନ୍ତାକାଲି କିଛି ଜିଲ୍ଲାରେ ପ୍ରବଳ ବର୍ଷା ନେଇ ଆଲର୍ଟ ଜାରି କରାଯାଇଛି । ଗଞ୍ଜାମରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା ଥିବାରୁ ଆସନ୍ତାକାଲି ସ୍କୁଲ ଛୁଟି ଘୋଷଣା କରାଯାଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.