Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସୁଶିଲ ମୋଦି ରାଜ୍ୟସଭା ପ୍ରାର୍ଥୀ, ରାମବିଳାସ ପାଶଓ୍ବାନଙ୍କ ସ୍ଥାନରେ ଟିକେଟ୍‌ ଦେଲା ବିଜେପି
  • ||
  • ଡିସେମ୍ବର ୧ରୁ ଖୋଲିବ ରାଜ୍ୟର ସମସ୍ତ ମେଡିକାଲ୍‌ କଲେଜ୍‌, କରୋନା ଗାଇଡ୍‌ଲାଇନ୍‌ ସହ ଏସ୍‌ଓପି ପାଳନ ବାଧ୍ୟତାମୂଳକ
  • ||
  • ବାଜିରାଉତ ବ୍ରିଜ୍‌ ଉପରେ ବସ୍‌ ଉପରକୁ ଗୁଳିମାଡ଼, ଦୁଇ ଯୁବକ ଏବଂ ଜଣେ ଯୁବତୀ ଫେରାର
  • ||
  • ଘୋଷଣା ହେଲା ଧର୍ମପଦ ସମ୍ମାନ, ୨୦୧୬ ରୁ ୨୦ ବର୍ଷ ପାଇଁ ୫ ଜଣଙ୍କୁ ଧର୍ମପଦ ସମ୍ମାନ, ୨୫ ଜଣ ଶିଳ୍ପୀ ହେବେ ସମ୍ବର୍ଦ୍ଧିତ
  • ||
  • ପାଠକ ବାପ-ପୁଅ ଗିରଫ, କୁବେର ଜଙ୍ଗଲ ଅଫିସରଙ୍କ ଅମାପ ସଂପତ୍ତି ଠାବ କରିଛି ଭିଜିଲାନ୍ସ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୧୮ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହେଲେ ୫୯୪ କରୋନା ସଂକ୍ରମିତ, ୩୧୭୨୩୯ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭାରତ-ଅଷ୍ଟ୍ରେଲିଆ ଦିନିକିଆ ସିରିଜ୍, ଦଳରେ ସାମିଲ ହେଲେ ଦ୍ରୁତ ବୋଲର ଟି. ନଟରାଜନ
  • ||
  • ଭୁବନେଶ୍ବର : ଦଶମ ଶ୍ରେଣୀ ଛାତ୍ରୀ କଲେ ଆତ୍ମହତ୍ୟା ! ବେକରେ ରଶି ଲଗାଇ ପଙ୍ଖାରେ ଝୁଲି ପଡିଲେ, କାରଣ ଅସ୍ପଷ୍ଟ
  • ||
  • ରାଜକୋଟ : କୋଭିଡ୍ ହସ୍ପିଟାଲରେ ଲାଗିଲା ନିଆଁ, ୬ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||

୧୪ରେ ଆଉ ଏକ ଲଘୁଚାପ ସମ୍ଭାବନା: ଉପକୂଳ ଓଡ଼ିଶାରେ ପ୍ରବଳ ଛେଚିବ, ୫ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ

11/10/2020 at 6:53 PM

ଭୁବନେଶ୍ୱର ୧୧/୧୦ :ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଯୋଗୁଁ  ରାଜ୍ୟରେ କାଲିଠାରୁ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଦକ୍ଷିଣରୁ ଉପକୂଳ ଓଡିଶାରେ​‌​‌ ଦେଖିବାକୁ ମିଳିବ ଲଘୁଚାପ ବର୍ଷାର ତାଣ୍ଡବ । ଲଘୁଚାପ ଘନୀଭୂତ ହୋଇ ଉଏଲ-ମାର୍କ ଲୋ ପ୍ରସେରରେ ପରିଣତ ହୋଇଛି । ଆଗାମୀ ୨୪ ଘଣ୍ଟାରେ କେନ୍ଦ୍ରୀୟ ବଙ୍ଗୋପସାଗର ଅଂଚଳରେ ଘନୀଭୂତ ହୋଇ ଡିପ୍ରେସନର ବା ଅବପାତର ରୂପନେବାର ସମ୍ଭାବନା ରହିଛି । ୧୨ ତାରିଖ ସକାଳ ଯାଏ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

କାଲିଠୁ ଦକ୍ଷିଣ ଓଡ଼ିଶା ସହ ଉପକୂଳ ଓଡ଼ିଶାରେ ପ୍ରବଳ ଛେଚିବ । ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଡିପ୍ରେସନ ବା ଅବପାତର ରୂପ ନେଇ ସାରିଛି । ଏହାର ପ୍ରଭାବରେ ଦକ୍ଷିଣ  ଓଡିଶା  ସାଙ୍ଗକୁ ଉପକୁଳ ଓଡିଶାରେ ଅତି ପ୍ରବଳ ବର୍ଷା ହେବା ନେଇ ଆକଳନ କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଲଘୁଚାପ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତିକରି ୧୨ ତାରିଖ ସକାଳ ସମୟରେ ଉତ୍ତର- ଆନ୍ଧ୍ର ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଛି।

ଆସନ୍ତା ୨୪ ଘଣ୍ଟା ଭିତରେ ଏହା ତୀବ୍ର ଅବପାତ ବା ଡିପ୍‌ ଡିପ୍ରେସନ୍‌ରେ ପରିଣତ ହେବାର ସମ୍ଭାବନା ରହିଛି । ତେବେ ଓଡ଼ିଶା ଅପେକ୍ଷା ଆନ୍ଧ୍ରପ୍ରଦେଶ ଉପରେ ଏହାର ଅଧିକ ପ୍ରଭାବ ପଡ଼ିବା ସମ୍ଭାବନା ରହିଛି । ଲଘୁଚାପ ୧୨ ତାରିଖ ରାତିରେ ଉତ୍ତର ଆନ୍ଧ୍ର ଉପକୁଳ ନରସପୁର ଓ ବିଶାଖାପାଟଣା ଦେଇ ଅତିକ୍ରମ କରିବାର ସମ୍ଭାବନା ରହିଛି । ତେଣୁ ୧୨ ତାରିଖ ସକାଳ ପର୍ଯ୍ୟନ୍ତ ଗଞ୍ଜାମ, ଗଜପତି, ମାଲକାନଗିରି, କୋରାପୁଟ, ଓ ରାୟଗଡା ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ଜିଲ୍ଲା ଗୁଡ଼ିକରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ମତ୍ସ୍ୟଜୀବୀଙ୍କୁ ୧୩ ଯାଏଁ ସମୁଦ୍ର  ଯିବାକୁ ବାରଣ କରାଯାଇଛି ।

କାଲିଠାରୁ ୧୩ ତାରିଖ ପର୍ଯ୍ୟନ୍ତ ଦକ୍ଷିଣ ଉପକୂଳ, ଉତ୍ତର ଉପକୂଳ ଓ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ୫ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଓ ୯ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଅରେଞ୍ଜ ୱାର୍ଣିଂ ଜାରି ଜିଲ୍ଲାଗୁଡିକ ହେଲା ଗଜପତି, ଗଞ୍ଜାମ, ରାୟଗଡ଼ା, କୋରାପୁଟ, ମାଲକାନଗିରି । ସେହିପରି ୟେଲୋ ୱାର୍ଣ୍ଣିଂ ଜାରି ଜିଲ୍ଲା ଗୁଡିକ ହେଲା ନବରଙ୍ଗପୁର, କନ୍ଧମାଳ, ପୁରୀ, ନୟାଗଡ, ଖୋର୍ଦ୍ଧା, , ଜଗତସିଂପୁର, କେନ୍ଦ୍ରାପଡା, ଭଦ୍ରକ ଓ କଟକ । ଏଠାରେ ପ୍ରବଳରୁ ଅତି ପ୍ରବଳ ବର୍ଷା  ହେବା ସମ୍ଭାବନା ରହିଛି ।  

ଓଡ଼ିଶା ଉପକୂଳରେ ଘଣ୍ଟା ପ୍ରତି ୪୫ରୁ ୫୫ କିଲୋମିଟର ବେଗରେ ପବନ ବହିବା ସହ ମଝିରେ ମଝିରେ ୬୫ କିଲୋମିଟର ବେଗରେ ପବନ ବୋହିପାରେ । ଗୋପାଳପୁର ବନ୍ଦରରେ ତିନି ନମ୍ବର ସତର୍କ ସଙ୍କେତ ଦିଆଯାଇଥିବା ବେଳେ ରାଜ୍ୟର ଅନ୍ୟ ବନ୍ଦର ପାଇଁ ୧ ନମ୍ବର ସତର୍କ ସଂକେତ ଦିଆଯାଇଛି । ଅକ୍ଟୋବର ୧୪ରେ ଆଉ ଏକ ଲଘୁଚାପ ହୋଇପାରେ ବୋଲି ଆକଳନ କରିଛି ପାଣିପାଗ ବିଭାଗ । ଅକ୍ଟୋବର ମାସରେ ସମୁଦ୍ରର ତାପାମାତ୍ରା ୨୭ ଡିଗ୍ରିରୁ ଅଧିକ ରହୁଥିବାରୁ ଅକ୍ଟୋବରରେ ବାରମ୍ବାର ଲଘୁଚାପ ସୃଷ୍ଟି ହୋଇଥାଏ ବୋଲି କହିଛନ୍ତି ପାଣିପାଗ ବିଶେଷଜ୍ଞ।

ଲଘୁଚାପ ସ୍ଥିତି ମୁକାବିଲା ପାଇଁ ଅରେଞ୍ଜ ଓ ୟେଲୋ ୱାର୍ଣିଂ ଦିଆଯାଇଥିବା ଜିଲ୍ଲାଗୁଡିକର ଜିଲ୍ଲାପାଳମାନଙ୍କୁ ସତର୍କ ଓ ସଜାଗ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ଏସ୍‌ଆରସି । ଗତ ୨୪ ଘଣ୍ଟା ମଧ୍ୟରେ  ମାଲାକାନଗିରିରେ ୪୨.୩ ମିଲିମିଟର ଓ ମାଥିଲିରେ ୬୦ ମିଲିମିଟର ବର୍ଷା ରେକର୍ଡ କରାଯାଇଛି ।

   Related Posts