Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଉରକେଲା : ନିଆଁ ପୁଇଁବା ହେଲା କାଳ, ଦଳିଦେଲା ଦନ୍ତା, ଚାଲିଗଲା ଜୀବନ
  • ||
  • ଝଲସିବ ଅର୍କ କ୍ଷେତ୍ର : ନୂଆ ରୂପ ପାଇବ କୋଣାର୍କ ସୂର୍ଯ୍ୟ ମନ୍ଦିର, ପର୍ଯ୍ୟଟକଙ୍କୁ ମିଳିବ ବିଶ୍ୱସ୍ତରୀୟ ସୁବିଧା
  • ||
  • ଆଜି ବସୁଛି କଂଗ୍ରେସର ସିଡବ୍ଲ୍ୟୁସି ବୈଠକ, ଅଧ୍ୟକ୍ଷ ନିର୍ବାଚନ ନେଇ ହେବ ଆଲୋଚନା !
  • ||
  • ଏଥର ନିଜ ସ୍କୁଲରେ ଛାତ୍ରଛାତ୍ରୀ ଦେବେ ମାଟ୍ରିକ ପରୀକ୍ଷା, ୨ ଘଣ୍ଟାରେ ଲେଖିବାକୁ ପଡିବ ଉତ୍ତର
  • ||
  • ଶୀତ ଖେଳୁଛି ଲୁଚକାଳି : ଆଜି ବଢିବ ଥଣ୍ଡା, କିନ୍ତୁ କାଲି କମିଯିବ
  • ||
  • ମହାପ୍ରଭୁ ଜଗନ୍ନାଥଙ୍କୁ ଦର୍ଶନ କଲେ ମୁଖ୍ୟ ଶାସନ ସଚିବ
  • ||
  • ଜି.ଉଦୟଗିରି: ମିନିବସରେ ଲାଗିଲା ନିଆଁ
  • ||
  • ଟାଙ୍ଗୀ: ବାଲିନାଶିରେ ୨ ଭାଇଙ୍କୁ ଗୋଡ଼େଇ ଗୋଡ଼େଇ ହାଣିଲେ ଦୁର୍ବୃତ୍ତ, ଗୁରୁତର ଅବସ୍ଥାରେ ଏମ୍ସରେ ଭର୍ତ୍ତି
  • ||
  • ବଲାଙ୍ଗୀର: ବେଆଇନ୍ ବାଲି ବୋଝେଇ ଟ୍ରାକ୍ଟର ଜବତ, ମାଲିକଙ୍କ ଉପରେ ୨୦ ହଜାର ଟଙ୍କାର ଫାଇନ୍ ଲଗାଇଲେ ତହସିଲଦାର
  • ||
  • ରାଇରଙ୍ଗପୁର: କଲୋନୀରେ ଅଗ୍ନିକାଣ୍ଡ, ଜଳି ପାଉଁଶ ହୋଇଗଲା ୨ ବଖରା ଘର
  • ||

ପୁଡୁଚେରୀ ଉପକୂଳରେ ଲ୍ୟାଣ୍ଡଫଲ୍ କଲା ବାତ୍ୟା ନିଭାର : ଦୁଇ ରାଜ୍ୟରେ ପ୍ରବଳ ବର୍ଷା, ଉପୁଡି ପଡିଲା ଗଛ ଓ ବିଦ୍ୟୁତ ଖୁଣ୍ଟ

26/11/2020 at 8:33 AM

ନୂଆଦିଲ୍ଲୀ,୨୬|୧୧:  ପୁଡୁଚେରୀ ନିକଟରେ ସ୍ଥଳଭାଗ ଛୁଇଁଛି ବାତ୍ୟା ନିଭାର।  ସ୍ଥଳଭାଗ ଛୁଇଁବା ପୂର୍ବରୁ ଦୁର୍ବଳ ହୋଇଯାଇଥିଲା ନିଭାର୍ । ଗତକାଲି ରାତି ସାଢେ ୧୧ଟାରୁ ରାତି ୨ଟା ୩୦ ମଧ୍ୟରେ ପୁଡୁଚେରୀ ନିକଟରେ ସ୍ଥଳଭାଗ ଛୁଇଁଛି ନିଭାର। ସ୍ଥଳଭାଗ ଛୁଇଁବା ସମୟରେ ପବନର ବେଗ ୧୦୦ରୁ ୧୧୦ କିଲୋମିଟର ଥିଲା। ସର୍ବାଧିକ ୧୨୦ କିଲୋମିଟର ପର୍ଯ୍ୟନ୍ତ ଯାଇଥିଲା ପବନର ବେଗ। ଏହା ଦୁର୍ବଳ ହୋଇ ସିଭିୟର ସାଇକ୍ଲୋନିକ୍ ଷ୍ଟର୍ମରେ ପରିଣତ ହୋଇଛି।

ଗୁରୁବାର  ଭୋର ସୁଦ୍ଧା ପୁଡୁଚେରୀରେ ପବନର ବେଗ ୬୫ରୁ ୭୫ କିଲୋମିଟର ବେଗକୁ ଖସିଆସିଥିଲା। ଏହାର ପ୍ରଭାବରେ ତାମିଲନାଡୁ ଓ ପୁଡୁଚେରୀର ଉପକୂଳ ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ବିଲମ୍ବିତ ରାତି ଯୋଗୁଁ ପ୍ରଭାବିତ ଅଞ୍ଚଳର ସଂପୂର୍ଣ୍ଣ ଚିତ୍ର ଆସିପାରିନାହିଁ। କିନ୍ତୁ ପ୍ରବଳ ବର୍ଷା ଓ ପବନ ଯୋଗୁଁ ଜୀବନଯାତ୍ରା ଠପ୍ ହୋଇଯାଇଛି। ପୁଡୁଚେରୀ ଉପରାଜ୍ୟପାଳ କିରଣ ବେଦୀ ବାତ୍ୟା ସଂପର୍କରେ ଟ୍ବିଟ୍ କରି ସୂଚନା ଦେଇଛନ୍ତି। ପରିସ୍ଥିତି ନିୟନ୍ତ୍ରଣରେ ଅଛି ବୋଲି ସେ ବୁଧବାର ରାତିରେ ଟ୍ବିଟ୍ କରିଥିଲେ।

ଭାରତୀୟ ପାଣିପାଗ ବିଭାଗର ସୂଚନାନୁସାରେ, ବାତ୍ୟା ନିଭାର ଉତ୍ତର ପଶ୍ଚିମ ଦିଗକୁ ଗତି କରିବ । ଏହାପରେ ଧିରେଧିରେ ଦୁର୍ବଳ ହେବ ନିଭାର । ଏହାପୂର୍ବରୁ ତାମିଲାନାଡୁ ଓ ପୁଡୁଚେରୀର ବିଭିନ୍ନ ସ୍ଥାନର ପ୍ରବଳ ବର୍ଷା ହୋଇଛି । ବଡ ବଡ ଗଛ ମଧ୍ୟ ଉପୁଡି ପଡିଛି । ପରିସ୍ଥିତିକୁ ନଜରରେ ରଖି ଉଭୟ ରାଜ୍ୟର ହଜାର ହଜାର ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯାଇଛି ।

   Related Posts