Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦିଲ୍ଲୀ: କରୋନା ଟିକା ନେବା ପରେ ୫୧ ଜଣଙ୍କ ଠାରେ ଦେଖାଗଲା ପାର୍ଶ୍ବ ପ୍ରତିକ୍ରିୟା
  • ||
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୮୯୯ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଆରମ୍ଭ ହେଲା କୋଭିଡ୍ ଟିକାକରଣ, ୧୬୧ କେନ୍ଦ୍ରରେ ଚାଲିଛି ଟିକାଦାନ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୭୮ କୋଭିଡ୍ ସଂକ୍ରମିତ, ୩୩୩୧୨୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଦେଶରେ ଖସୁଛି କରୋନା ଗ୍ରାଫ୍, ଗତ ୨୪ଘଣ୍ଟାରେ ୧୫୧୫୮ କୋଭିଡ଼ ସଂକ୍ରମିତ ଚିହ୍ନଟ
  • ||
  • ଘାଟିରେ ଦୁର୍ଘଟଣା : ଟ୍ରକକୁ ସାମ୍ନା ପଟୁ ପିଟିଲା ବାଇକ୍‌, ଚାଲିଗଲା ଶଳା-ଭିଣୋଇଙ୍କ ଜୀବନ
  • ||
  • ବୈଠକ ପରେ ବୈଠକ କିନ୍ତୁ ଫଳ ଶୂନ ! ୧୯’ରେ ପୁଣି ଚାଷୀ-ସରକାର ଆଲୋଚନା
  • ||
  • ବରଗଡ଼: ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା-ଗହଣା ଲୁଟ, ୩ ଲୁଟେରା ଗିରଫ
  • ||

୨୪ରେ ବାତ୍ୟାର ରୂପ ନେବ ‘ନିଭାର’, ୨୫ ତାରିଖରେ ଉପକୂଳ ଛୁଇଁବ !

23/11/2020 at 8:19 AM

ଭୁବନେଶ୍ୱର,୨୩/୧୧: ଦକ୍ଷିଣ ବଙ୍ଗୋପସାଗରରେ ସୃଷ୍ଟି  ହୋଇଥିବା ଲଘୁଚାପ ଘନୀଭୂତ ହୋଇଛି । ୨୪ ତାରିଖରେ ‘ନିଭାର’ ବାତ୍ୟା ରୂପ ନେବ ବୋଲି ଅନୁମାନ କରାଯାଉଛି । ଯାହା ୨୫ ତାରିଖ ଅପରାହ୍ନରେ ତାମିଲନାଡ଼ୁ ଉପକୂଳ ଛୁଇଁବାର ସମ୍ଭାବନା ରହିଛି । ଏହାସହ ଆସନ୍ତା ୨୮ ତାରିଖରେ ଦକ୍ଷିଣ ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସଷ୍ଟି ହୋଇ ୩୦ରେ ଲଘୁଚାପର ରୂପ ନେବ ବୋଲି ଅନୁମାନ କରିଛନ୍ତି ପାଣିପାଗବିତ୍ ।

କୃଷି ପାଣିପାଗବିତ୍‌ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକଙ୍କ କହିବାନୁସାରେ, ସମ୍ଭାବ୍ୟ ‘ନିଭାର’ ବାତ୍ୟାର ସିଧା ପ୍ରଭାବ ଓଡ଼ିଶାରେ ପଡ଼ିବ ନାହିଁ। ସେହିପରି ପବନର ଆଶଙ୍କା ନାହିଁ । କିନ୍ତୁ ରାଜ୍ୟର ଅନେକ ସ୍ଥାନରେ ପାଗ ମେଘୁଆ ଓ ବର୍ଷା ସହିତ ଶୀତ ମଧ୍ୟ କମିବ। ଆସନ୍ତା ୨୫ରୁ ୨୭ ତାରିଖ ପର୍ଯ୍ୟନ୍ତ ସୁନ୍ଦରଗଡ଼, କେନ୍ଦ୍ରାପଡ଼ା ଓ ଭଦ୍ରକ ବ୍ୟତୀତ ରାଜ୍ୟରେ ପ୍ରାୟ ସମସ୍ତ ଜିଲ୍ଲାରେ ପ୍ରଭାବ ପଡିପାରେ । ନଭେମ୍ବର ୨୬ ତାରିଖରେ ସବୁଠାରୁ ଅଧିକ ପ୍ରଭାବ ପଡ଼ିବ । ଅବିଭକ୍ତ କୋରାପୁଟ, କଳାହାଣ୍ଡି ଓ ବଲାଙ୍ଗୀରରେ ମଧ୍ୟମ ଧରଣର ବର୍ଷା ହେବ ।  ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଭାରୀ ବର୍ଷାର ସମ୍ଭାବନମା ରହିଛି । ଗଞ୍ଜାମ, ଗଜପତି, କନ୍ଧମାଳ, ବୌଦ୍ଧ, ସୋନପୁର, ସମ୍ବଲପୁର, ଢେଙ୍କାନାଳ, ଅନୁଗୁଳରେ ସ୍ୱଳ୍ପ ବର୍ଷା ଓ ସ୍ଥାନେ ସ୍ଥାନେ ମଧ୍ୟମ ଧରଣର ବର୍ଷାର ହୋଇପାରେ। ମୟୂରଭଞ୍ଜ, ପୁରୀ, ଖୋର୍ଦ୍ଧା, ନୟାଗଡ଼, କଟକ, କେନ୍ଦୁଝର, ଦେବଗଡ଼ ଓ ବାଲେଶ୍ୱରରେ ହାଲୁକା ବର୍ଷା ହୋଇପାରେ ବୋଲି । ତେବେ ୨୬ ଓ ୨୭ ତାରିଖରେ ତାପମାତ୍ରା କମିବା କାରଣରୁ  ଅଧିକାଂଶ ଅଞ୍ଚଳରେ ପାଗ କୋହଲା ରହିବ । ୨୪ରୁ ଶୀତ କମି ୨୯ରେ ପୁଣି ଶୀତ ବଢ଼ିବ । ତେବେ ଡିସେମ୍ବର ୩ ଆଗରୁ ବିଶେଷ ଶୀତ ଅନୁଭୂତ ହେବ ନାହିଁ ବୋଲି ସେ ପୂର୍ବାନୁମାନ କରିଛନ୍ତି ।

ଏତତ୍ ବ୍ୟତୀତ ସୋଆ ଜଳବାୟୁ ଓ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଡ. ଶରତ ଚନ୍ଦ୍ର ସାହୁ ପୂର୍ବାନୁମାନ କରିଛନ୍ତି ଯେ, ମଙ୍ଗଳବାର ରାଜ୍ୟରେ ଶୁଖିଲା ପାଗ ରହିବ । ୨୫ ଓ ୨୬ ତାରିଖରେ ଦକ୍ଷିଣ ଓଡ଼ିଶାର ବର୍ଷା ହେବାର ସମ୍ଭାବନା ରହିଛି । ଗଞ୍ଜାମ, ଗଜପତି ଓ ରାୟଗଡ଼ା ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବ । ନବରଙ୍ଗପୁର, କୋରାପୁଟ, କଳାହାଣ୍ଡି ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ।

   Related Posts