Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୨୫ ବର୍ଷ ପରେ ଦୁର୍ଲଭ ନାଗାର୍ଜୁନ ବେଶରେ ସଜେଇ ହେବେ ଶ୍ରୀଜିଉ, ଆରମ୍ଭ ହେଲା ପ୍ରସ୍ତୁତି
  • ||
  • କୋଇଲା ଖଣି ଆବଣ୍ଟନ ଦୁର୍ନୀତି ମାମଲାରେ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଦିଲ୍ଲୀପ ରାୟଙ୍କୁ ମିଳିଲା ଜାମିନ
  • ||
  • ମାଲକାନଗିରି : ମାଟି ତଳୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ସହ ବିସ୍ଫୋରକ ସାମଗ୍ରୀ ଜବତ
  • ||
  • ରାଜନଗର : ଭୋଗ ଖାଇ ୧୫୦ ଅସୁସ୍ଥ, ୩୦ ଜଣଙ୍କ ଅବସ୍ଥା ଗୁରୁତର
  • ||
  • ପାରାଦୀପ : ସମୁଦ୍ରରେ ବୁଡିଗଲା ମାଛଧରା ଟ୍ରଲର, ୫ ମତ୍ସ୍ୟଜୀବୀ ଉଦ୍ଧାର, ୪ ନିଖୋଜ
  • ||
  • ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ଆଉ ୧୪୮୦କରୋନା ସଂକ୍ରମିତ ଚିହ୍ନଟ
  • ||
  • ଟ୍ରେନ୍‌ରେ କଟି ବାପା-ଝିଅ-ପୁଅର ମୃତ୍ୟୁ, ଆତ୍ମହତ୍ୟା ସନ୍ଦେହ
  • ||
  • ବାଇକ୍‌କୁ ଧକ୍କାଦେଲା ହାଇଓ୍ୱା ଟ୍ରକ, ଆରୋହୀ ମୃତ
  • ||

ଅବପାତର ରୂପ ନେଲା ବାତ୍ୟା ‘ପେଥାଇ’ : ଓଡିଶାର ୬ଟି ଜିଲ୍ଲା ପାଇଁ ଆଶଙ୍କା, ଏସଆରସି ଜାରି କଲେ ଆଲର୍ଟ

15/12/2018 at 12:20 PM

ଭୁବନେଶ୍ବର ୧୫|୧୨: ବାତ୍ୟା ‘ପେଥାଇ’ ନେଲା ଅବପାତର ରୂପ । ବର୍ତ୍ତମାନ ଏହା ଆନ୍ଧ୍ରପ୍ରଦେଶର ମଚ୍ଛିଲପଟନମ୍  ଏହା ୯୩୦ କିଲୋମିଟର ଦୂରରେ ରହିଛି । ଆନ୍ଧ୍ରପ୍ରଦେଶର ଓଙ୍ଗୋଲ ଓ କାକ୍କିନଡା ମଧ୍ୟରେ ୧୭ ତାରିଖ ଅପରାହ୍ନରେ ଏହା ସ୍ଥଳଭାଗ ଛୁଇଁବ ବୋଲି ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ। ଆସନ୍ତା ୧୨ ଘଣ୍ଟା ମଧ୍ୟରେ ଏହା ବାତ୍ୟାରେ ପରିଣତ ହେବ। ସମ୍ଭାବ୍ୟ ବାତ୍ୟା ‘ପେଥାଇ’ ଦ୍ବାରା ଆନ୍ଧ୍ରପ୍ରଦେଶ ଉପକୂଳ ଅଧିକ ପ୍ରଭାବିତ ହେବ। ତେବେ ଓଡିଶାର ୬ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ୬ଟି ଜିଲ୍ଲା ହେଲା ମାଲକାନଗିରି, କୋରାପୁଟ, ରାୟଗଡା, ନବରଙ୍ଗପୁର, କଳାହାଣ୍ଡି ଓକନ୍ଧମାଳ । ଏଥିପାଇଁ ସ୍ବତନ୍ତ୍ର ରିଲିଫ୍ କମିଳନରଙ୍କ କାର୍ଯ୍ୟାଳୟ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । ଏହି ୬ଟି ଜିଲ୍ଲାରେ ମାଇକ୍ ଯୋଗେ ପ୍ରଚାର କରିବା ସହ ସତର୍କ ରହିବା ପାଇଁ ଚାଷୀମାନଙ୍କୁ କୁହାଯାଇଛି । ଶନିବାରଠାରୁ ରାଜ୍ୟରେ କୋହଲା ପାଗ ଆରମ୍ଭ ହୋଇଯାଇଛି । ପାଣିପାଗ ବିଭାଗର ସତର୍କ ସୂଚନା ଉପରେ ତୀକ୍ଷ୍ଣ ନଜର ରଖିବାକୁ ଏସ୍‌ଆରସିଙ୍କ ପକ୍ଷରୁ ସମସ୍ତ ଜିଲ୍ଲାପାଳକୁ କୁହାଯାଇଛି । ଚାଷୀମାନେ ସତର୍କ ରହିବା ଲାଗି ପରାମର୍ଶ ଦିଆଯାଇଛି।

ସ୍ଥଳଭାଗ ଛୁଇଁବା ବେଳକୁ ପବନର ବେଗ ୧୧୦ରୁ ୧୨୦ କିଲୋମିଟର ପାଖାପାଖି ରହିବ ଏବଂ ପ୍ରବଳ ବର୍ଷା ମଧ୍ୟ ହେବ । ଏହାର ପ୍ରଭାବରେ ଆନ୍ଧ୍ରପ୍ରଦେଶ ଓ ତା‌ମିଲନାଡୁରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆନ୍ଧ୍ରପ୍ରଦେଶ, ତା‌ମିଲନାଡୁ ସମେତ ଓଡିଶା, ଆଣ୍ଡାମାନ ନିକୋବର ଦ୍ବୀପପୁଞ୍ଜ, ପଶ୍ଚିମବଙ୍ଗ ଓ ପଣ୍ଡିଚେରିରେ ବି ବାତ୍ୟାର ପ୍ରଭାବ ପଡିପାରେ। ୧୭ ତାରିଖ ପର୍ଯ୍ୟନ୍ତ ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସଜୀବୀମାନଙ୍କୁ ସମୁଦ୍ର ଭିତରକୁ ନ ଯିବାକୁ ପରାମର୍ଶ ଦିଆଯାଇଛି। 

   Related Posts