Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେନାଲରୁ ବୃଦ୍ଧାଙ୍କ ମୃତଦେହ ଉଦ୍ଧାର, ଗାଧୋଇବା ବେଳେ ନିଖୋଜ ହୋଇଯାଇଥିଲେ
  • ||
  • ହାତ ଛାଡିଲେ ପ୍ରଦୀପ ମାଝି, କଂଗ୍ରେସର ପ୍ରାଥମିକ ସଦସ୍ୟ ପଦରୁ ଦେଲେ ଇସ୍ତଫା
  • ||
  • ଟ୍ରକ୍‌କୁ ଧକ୍କା ଦେଲା ଯାତ୍ରୀବାହୀ ବସ୍, ୨ ମୃତ ଓ ୫ ଆହତ
  • ||
  • ବାଇକକୁ ଧକ୍କା ଦେଲା ଟ୍ରକ୍, ଜଣେ ମୃତ : କ୍ଷତିପୂରଣ ଦାବିରେ ଜାତୀୟ ରାଜପଥ ଅବରୋଧ
  • ||
  • ଶିଶୁଙ୍କୁ ଟିକା ପାଇଁ ପ୍ରସ୍ତୁତି ଆରମ୍ଭ, ଶୁକ୍ରବାର ସ୍ୱାସ୍ଥ୍ୟ ଅଧିକାରୀଙ୍କୁ ପ୍ରଶିକ୍ଷଣ ଦେବ କେନ୍ଦ୍ର
  • ||
  • ଶୁକ୍ରବାର ମୁଖ୍ୟମନ୍ତ୍ରୀଙ୍କ ମୟୂରଭଞ୍ଜ ଗସ୍ତ, ବିଏସକେଓ୍ୱାଇ ସ୍ମାର୍ଟ କାର୍ଡ ବଣ୍ଟନର କରିବେ ଶୁଭାରମ୍ଭ
  • ||
  • ୨୬ ଯାଏଁ ଶୁଖିଲା ପାଗ : ଧିରେଧିରେ କମିବ ରାତି ତାପମାତ୍ରା, ସକାଳେ କୁହୁଡି
  • ||
  • ମମିତା ମେହେର ହତ୍ୟା ଘଟଣା : ଭୋର୍‌ରେ ଡେମୋ ଦେଖାଇଲା ଅଭିଯୁକ୍ତ ଗୋବିନ୍ଦ ସାହୁ
  • ||

‘ୟାସ୍’ର ଲ୍ୟାଣ୍ଡଫଲ୍ : ବରଜଧଉଳି ଗାଁ ନିକଟରେ ଛୁଇଁଲା ସ୍ଥଳଭାଗ, ଦିନ ୧ଟା ସୁଦ୍ଧା ସରିବ ପ୍ରକ୍ରିୟା

26/05/2021 at 12:53 PM

ଭୁବନେଶ୍ବର ୨୬।୫: ବାତ୍ୟା ‘ୟାସ୍’ର ଲ୍ୟାଣ୍ଡଫଲ୍ । ବାହାନଗା-ରେମୁଣା ମଧ୍ୟରେ ବରଜଧଉଳି ଗାଁ ନିକଟରେ ଲ୍ୟାଣ୍ଡଫଲ୍ କରିଛି ବାତ୍ୟା ‘ୟାସ୍’ । ଦିନ ୧ଟା ସୁଦ୍ଧା ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଶେଷ ହେବ ବୋଲି କୁହାଯାଉଛି । ବରଜଧଉଳି ଗାଁ ନିକଟରେ ପବନର ଝଟକା ରହିଛି । ଧାମରାର ଉତ୍ତର, ବାଲେଶ୍ବର ବାହାନଗା ନିକଟରେ ସକାଳ ୯ଟାରେ ଆରମ୍ଭ ହୋଇଥିଲା ଲ୍ୟାଣ୍ଡଫଲ୍ ପ୍ରକ୍ରିୟା । ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଦିନ ୧ଟା ଯାଏଁ ଚାଲିବ ବୋଲି ଏସଆରସି ପ୍ରଦୀପ ଜେନା ସୂଚନା ଦେଇଛନ୍ତି ।

ବର୍ତ୍ତମାନ ପବନର ବେଗ ଘଣ୍ଟାପ୍ରତି ୧୩୦ରୁ ୧୪୦ କି.ମି. ରହିଛି । ୫ରୁ ୬ ଘଣ୍ଟା ପରେ ମୟୂରଭଞ୍ଜ ଆଡକୁ ଯିବ ବାତ୍ୟା ‘ୟାସ୍’ । ମଧ୍ୟରାତ୍ର ସୁଦ୍ଧା ବାତ୍ୟା ଝାଡଖଣ୍ଡ ଚାଲିଯିବ ବୋଲି ପ୍ରଦୀପ ଜେନା କହିଛନ୍ତି । ବାତ୍ୟା ଲ୍ୟାଣ୍ଡଫଲ୍ ସମୟରେ ଗୋଟିଏ ଦଲକାରେ ସବୁ ପବନ ଯାଏନାହିଁ । ପବନର ବେଗ ଟିକେ ସ୍ଥିର ହୋଇଯାଇପାରେ । ପରେ ବଡ ଧରଣ ଦଲକା ପବନ ଆସିବ । ଏଣୁ ଏହି ସମୟରେ ବାତ୍ୟା ସରଗଲା ଭାବି କେହିଁ ବାହାରକୁ ବାହାରନ୍ତୁ ନାହିଁ ବୋଲି ଏସଆରସି କହିଛନ୍ତି ।

ବାତ୍ୟା ‘ୟାସ୍’ ପ୍ରଭାବରେ ୯ଟି ଜିଲ୍ଲାରେ ଅତି ପ୍ରବଳ ଓ ୫ଟି ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା ରହିଛି । ଜଗତସିଂହପୁର, କେନ୍ଦ୍ରାପଡା, ଯାଜପୁର, ଭଦ୍ରକ, ବାଲେଶ୍ବର, ମୟୂରଭଞ୍ଜ, କଟକ, ଢେଙ୍କାନାଳ, କେନ୍ଦୁଝର ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଓ ଅନୁଗୋଳ, ଦେବଗଡ, ଖୋର୍ଦ୍ଧା, ପୁରୀ, ସୁନ୍ଦରଗଡ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

   Related Posts