Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକ : ମୁଣ୍ଡଳୀ ବ୍ୟାରେଜରୁ ଡେଇଁ ଜଣେ ନିଖୋଜ, ବ୍ରିଜ୍ ଉପରେ ଅଛି ଗାଡି ଓ ମୋବାଇଲ୍
  • ||
  • ଖୋର୍ଦ୍ଧା : ଯୁବକକୁ ଖୋଜି ଆଣିବା ଦାବିରେ ଏସ୍‌ପି ଅଫିସ୍ ଘେରାଉ, ରବିବାରଠୁ ଗାଈ ଚରେଇବାକୁ ଯାଇ ଅଛନ୍ତି ନିଖୋଜ
  • ||
  • ଚାନ୍ଦବାଲି : ଖେଳୁଥିବା ବେଳେ ପୋଖରୀରେ ବୁଡିଗଲେ ଦେଢ ବର୍ଷର ଶିଶୁ କନ୍ୟା, ଡାକ୍ତରଖାନାରେ ମୃତ୍ୟୁ
  • ||
  • ଭୁବନେଶ୍ବର : ମମିତା ଘଟଣାରେ ରାଜଧାନୀ ହୁଲସ୍ତୁଲ, ଡିସିପି ଅଫିସ୍ ଘେରାଉ ବେଳେ ବିଜେପି କର୍ମୀ ଓ ପୋଲିସ ଧସ୍ତାଧସ୍ତି
  • ||
  • ନୟାଗଡ : ଗୁଣିଗାରେଡି ସନ୍ଦେହରେ ୫ ଜଣଙ୍କୁ ନିର୍ଯାତନା ଘଟଣା : ୫ ଜଣଙ୍କୁ ଗିରଫ କଲା ପୋଲିସ
  • ||
  • ମର୍ମନ୍ତୁଦ ଦୁର୍ଘଟଣା: ଡୋଡା ଘାଟିରେ ଖସିପଡିଲା ମାଟାଡୋର, ୮ ମୃତ ଓ ଅନେକ ଆହତ
  • ||
  • ଜଗତସିଂହପୁର : ଷ୍ଟାଡିୟମ୍ ନିକଟରୁ ମିଳିଲା ଯୁବକଙ୍କ ମୃତଦେହ, ବୁଧବାର ସନ୍ଧ୍ୟାରୁ ଥିଲେ ନିଖୋଜ
  • ||
  • କଳାହାଣ୍ଡି : ମମିତା ମେହେର ହତ୍ୟା ମାମଲାରେ କଂଗ୍ରେସର ଧାରଣା ୩ୟ ଦିନରେ, ମନ୍ତ୍ରୀ ଇସ୍ତଫା ନଦେଲେ ତୀବ୍ର ହେବ ଆନ୍ଦୋଳନ
  • ||
  • କଳାହାଣ୍ଡି : ଇନ୍ଦ୍ରାବତୀ ଦକ୍ଷିଣ ମୁଖ୍ୟ କେନାଲରେ ଘାଇ, ଶହ ଶହ ହେକ୍ଟର ଧାନ ଚାଷ ନଷ୍ଟ ଆଶଙ୍କା
  • ||
  • ଢେଙ୍କାନାଳ : ଶୌଚ ହୋଇ ଫେରିବା ବେଳେ ବୃଦ୍ଧଙ୍କୁ କଚାଡିଦେଲା ଦନ୍ତା, ଡାକ୍ତରଖାନାରେ ଚାଲିଗଲା ଜୀବନ
  • ||

ବୁଧବାର ପୂର୍ବାହ୍ନ ୧୧ଟାରୁ ଗୋଟାଏ ଭିତରେ ଲ୍ୟାଣ୍ଡଫଲ୍‌ କରିବ ବାତ୍ୟା ‘ୟାସ୍‌’, ୧୬୫ କି.ମି. ବେଗରେ ବହିବ ପବନ !

24/05/2021 at 8:20 PM

ଭୁବନେଶ୍ବର ୨୪/୫: ଅତି ଭୀଷଣ ରୂପ ଧାରଣ କରି ସ୍ଥଳଭାଗ ଆଡ଼କୁ ମାଡ଼ିଆସୁଛି ବାତ୍ୟା ‘ୟାସ୍‌’। ଏବେ ବାତ୍ୟା ‘ୟାସ୍‌’ ପାରାଦୀପଠାରୁ ୪୯୦ କି.ମି ଦୂରରେ ଥିବା ବେଳେ ୭ କି.ମି ପ୍ରତି ଘଣ୍ଟା ବେଗରେ ଗତି କରୁଛି। ମଙ୍ଗଳବାର ସକାଳ ସୁଦ୍ଧା ଭୀଷଣ ବାତ୍ୟାର ରୂପ ନେବ ୟାସ୍‌। ଏନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳୁଥିବା ବେଳେ ବାତ୍ୟାର ଗତିପଥ, ବେଗ ଏବଂ ଲ୍ୟାଣ୍ଡଫଲ ସମୟ ନେଇ ପ୍ରତି ଥର ନୂଆ ନୂଆ ତଥ୍ୟ ମିଳୁଛି।

ଯଦିଓ ବାଲେଶ୍ବର ପାଖାପଖି ବାତ୍ୟା ଲ୍ୟାଣ୍ଡଫଲ କରିବ ବୋଲି ସୂଚନା ମିଳୁଛି କିନ୍ତୁ ଏନେଇ କୌଣସି ସ୍ପଷ୍ଟ ଚିତ୍ର ଆସିନାହିଁ। ପୂର୍ବରୁ ବାତ୍ୟା ମଧ୍ୟାହ୍ନରେ ମାଡ଼ ହେବା ନେଇ ଆକଳନ କରାଯାଇଥିଲା। ଏବେ ଏବେ ମିଳିଥିବା ସୂଚନା ଅନୁସାରେ ବାତ୍ୟା ୟାସ୍‌ ପୂର୍ବହ୍ନ ୧୧ଟାରୁ ଦ୍ବିପ୍ରହର ଗୋଟାଏ ମଧ୍ୟରେ ଲ୍ୟାଣ୍ଡଫଲ୍‌ କରିବ ବୋଲି କୁହାଯାଉଛି। ବାତ୍ୟା ପ୍ରଭାବରେ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ହେବ।

ପୁରୀ, ଖୋର୍ଦ୍ଧା, କଟକରେ ୧୦୦ କି.ମି ବେଗରେ ପବନ ବହିବ। ଏହାକୁ ନଜରରେ ରଖି ପାରାଦୀପ, ଧାମରା ପୋର୍ଟକୁ ବିପଦ ସଙ୍କେତ ଜାରି କରାଯାଇଛି। ବାତ୍ୟା ୟାସ୍‌ ବାଲେଶ୍ବର ନିକଟରେ ଲ୍ୟାଣ୍ଡଫଲ କରିବା ନେଇ ସୂଚନା ରହିଛି। ତେବେ ୨୬ ମେ’ରେ ବାତ୍ୟା ୧୧ଟାରୁ ଦିନ ଗୋଟାଏ ମଧ୍ୟରେ ଲ୍ୟାଣ୍ଡଫଲ କରିବ। ଲ୍ୟାଣ୍ଡଫଲ୍‌ ବେଳେ ପବନର ବେଗ ଘଣ୍ଟା ପ୍ରତି ୧୫୫ କି.ମିରୁ ୧୬୫ କି.ମି ରହିବ। ଏନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି।  

   Related Posts