Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଟି-୨୦ ବିଶ୍ବକପର ଧମାକାଦାର ଆରମ୍ଭ : PNGକୁ ୧୦ ଓ୍ବିକେଟରେ ହରାଇଲା ଓମାନ, କମାଲକଲେ ଭାରତୀୟ ବଂଶୋଦ୍ଭବ ଜତୀନ୍ଦର ସିଂହ
  • ||
  • ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ସହଯୋଗୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ, ଜବତ ହେଲା ୨୦ ଲକ୍ଷ
  • ||
  • ଜାମ୍ମୁ କାଶ୍ମୀରରେ ଆତଙ୍କବାଦୀଙ୍କ ଉତପାତ୍‌ ଜାରି, ୨ ଅଣ-କାଶ୍ମୀରୀଙ୍କୁ ନିର୍ମମ ହତ୍ୟା
  • ||
  • ବିସିସିଆଇ ନୂତନ କୋଚ୍ ଏବଂ ସପୋର୍ଟିଂ ଷ୍ଟାଫ ପାଇଁ ମଗାଇଲା ଆବେଦନ, ଏମିତି ରହିଛି ସର୍ତ୍ତ
  • ||
  • ରାଜ୍ୟରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ହେବ ବଜ୍ରପାତ, ୧୭ ଜିଲ୍ଲାକୁ ସତର୍କ ସୂଚନା
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୩ କୋଭିଡ୍ ପଜିଟିଭ୍
  • ||
  • ବୋହୂକୁ ପଥରରେ ଛେଚି ଦେଲା ଶାଶୂ, ପାରିବାରିକ କଳହରୁ ଜଘନ୍ୟ ହତ୍ୟାକାଣ୍ଡ…
  • ||
  • ପ୍ରବଳ ବର୍ଷା ପରେ ଭୂସ୍ଖଳନ: ୧୮ ମୃତ ଓ ଅନେକ ନିଖୋଜ, ମୁଖ୍ୟମନ୍ତ୍ରୀ ଲୋଡିଲେ ସେନା ସହାୟତା
  • ||
  • ଆଜିଠୁ ଓଜେଇଇ କାଉନସେଲିଂ, ପଞ୍ଜୀକରଣ ଓ ଚଏସ ଲକିଂ କରିପାରିବେ ଛାତ୍ରଛାତ୍ରୀ
  • ||

ଗଭୀର ଅବପାତରେ ପରିଣତ ହେଲା ‘ୟସ୍’, କିଛି ସମୟ ପରେ ନେବ ବାତ୍ୟାର ରୂପ

24/05/2021 at 7:48 AM

ଭୁବନେଶ୍ୱର,୨୪/୦୫:  ବଙ୍ଗୋପସାଗରରେ ସୃଷ୍ଟ ଅବପାତ ଗଭୀର ଅବପାତର ରୂପ ନେଇଛି । ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଅବପାତ ଗଭୀର ଅବପାତରେ ପରିଣତ ହୋଇଛି । ଏହା ଆଉ କିଛି ସମୟ ପରେ ବାତ୍ୟାରେ ପରିଣତ ହେବ  ।

ବଙ୍ଗୋପସାଗରରୁ ମାଡ଼ି ଆସୁଛି ‘ୟସ୍‌’ । ୨୬ରେ ମାଡ଼ ହେବ ଉତ୍ତର ଓଡ଼ିଶା ଉପକୂଳରେ । ବୁଧବାର ପ୍ରାୟ ଅପରାହ୍ନରେ ଚାନ୍ଦିପୁର ପାଖାପାଖି ଅତି ଭୀଷଣ ବାତ୍ୟା ଭାବେ ସ୍ଥଳଭାଗକୁ ମାଡ଼ିଯିବ । ସେତେବେଳକୁ ପବନ ବେଗ ଘଣ୍ଟା ପ୍ରତି ୧୫୫ କିମିରୁ ୧୬୫ କିମି ଛୁଇଁପାରେ । ପବନ ଝଟ୍‌କା ୧୮୫ କିମି ହୋଇପାରେ । ସୋମବାର ବଙ୍ଗୋପସାଗରରେ ସୃଷ୍ଟ ଅବପାତ ଗଭୀର ଅବପାତର ରୂପ ନେଇସାରିଛି । ଆଉ କିଛି ସମୟ ପରେ ଏହା ବାତ୍ୟାରେ ପରିଣତ ହେବ ।

ୟସ୍‌ ପ୍ରକୋପରେ ସର୍ବାଧିକ ପ୍ରଭାବିତ ହେବ ଓଡ଼ିଶାର ୫ଟି ଜିଲ୍ଲା । ବାଲେଶ୍ୱର, ମୟୂରଭଞ୍ଜ, ଭଦ୍ରକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର । ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ଭୀଷଣ ପବନ ମାଡ଼ ହେବ । ଭାରତୀୟ ପାଣିପାଗ ବିଭାଗ (ଆଇଏମଡି)ର ପୂର୍ବାନୁମାନ ଓ ବାତ୍ୟାର ସମ୍ଭାବ୍ୟ ଗତିପଥ ଚିତ୍ରରୁ ଏଭଳି ଆଶଙ୍କା କରାଯାଉଛି ।

ଆଇଏମ୍‌ଡି ଜାରି କରିଥିବା ବାତ୍ୟାର ସମ୍ଭାବ୍ୟ ଗତିପଥ ଓ ପ୍ରଭାବ ଆକଳନରୁ ଅନୁମାନ କରାଯାଉଛି, ବୁଧବାର (୨୬ ତାରିଖ) ସକାଳ ପ୍ରାୟ ସାଢ଼େ ୫ଟାବେଳେ ୟସ୍‌ ସମୁଦ୍ର ଭିତରେ ଭିତରକନିକାର ଉତ୍ତରରେ ପାଖାପାଖି ୭୦ କିମି ଦୂରରେ ଥିବ । ଅପରାହ୍ନ ସାଢ଼େ ୫ଟାବେଳେ ୟସ୍‌ ଅତି ଭୀଷଣ ବାତ୍ୟା ଅବସ୍ଥାରେ ମୟୂରଭଞ୍ଜା ରାସଗୋବିନ୍ଦପୁର ପାଖାପାଖି ରହିବା ଅନୁମାନ କରାଯାଉଛି । ସେତେବେଳକୁ ବି ଏହା ଅତି ଭୀଷଣ ବାତ୍ୟା ଅବସ୍ଥାରେ ଥିବ । ଯଦିଓ ପବନ ବେଗ ସାମାନ୍ୟ କମି ଘଣ୍ଟା ପ୍ରତି ୧୨୦ରୁ ୧୩୦ କିମି ବହୁଥିବ । ପବନ ଧକ୍କା ଘଣ୍ଟା ପ୍ରତି ୧୪୫ କିମି ହୋଇପାରେ । ଅନୁମାନ କରାଯାଉଛି, ବୁଧବାର ମଧ୍ୟାହ୍ନ କିମ୍ବା ଅପରାହ୍ନରେ ହିଁ ୟାସ୍‌ ଅତି ଭୀଷଣ ବାତ୍ୟା ଅବସ୍ଥାରେ ବାଲେଶ୍ୱରର ଚାନ୍ଦିପୁର ପାଖାପାଖି ସ୍ଥଳଭାଗରେ ମାଡ଼ ହୋଇପାରେ ।
ବାତ୍ୟା ବାଲେଶ୍ୱରରେ ମାଡ଼ ହେବା ପରେ ମୟୂରଭଞ୍ଜରେ ପଶିବ । ମୟୂରଭଞ୍ଜ ଦେଇ ଏହା ଝାଡ଼ଖଣ୍ଡର ଜାମସେଦପୁର ଏବଂ ରାଞ୍ଚି ଆଡ଼କୁ ଗତି କରିବା ସମ୍ଭାବନା ଅଛି ।

   Related Posts