ପୁରୀଠାରୁ ୪୫୦ କିଲୋମିଟର ଦୂରରେ ‘ଫନି’, ପୁରୀ ଏବଂ ଚିଲିକା ମଧ୍ୟରେ ସ୍ଥଳଭାଗ ଛୁଇଁବା ଆଶଙ୍କା

Published By : Prameya-News7 Bureau | May 02, 2019 IST

ଭୁବନେଶ୍ବର ୨|୫: ଓଡିଶା ମୁହାଁ ସାମୁଦ୍ରିକ ଝଡ ‘ଫନି’ । ଅତି ଭୀଷଣ ଚକ୍ରବାତର ରୂପ ନେଇଛି ଫନି । ଏହା ପୁରୀଠାରୁ ୪୫୦ କିଲୋମିଟର ଦୂରରେ ରହିଛି । ବିଶାଖାପାଟଣାରୁ ୨୩୦ କିଲୋମିଟର ଦୂରରେ ରହିଛି । ଘଣ୍ଟାକୁ ୭ କିଲୋମିଟର ବେଗରେ ‘ଫନି’ ଓଡିଶା ମୁହାଁ ରହିଛି।

ପୁରୀ ଏବଂ ଚିଲିକା ମଧ୍ୟରେ ଏହା ସ୍ଥଳଭାଗ ଛୁଇଁବ। ବିଶେଷ କରି ପୁରୀ କିମ୍ବା ଜଗତସିଂହପୁର ଉପକୂଳରେ ଏହା ହିଟ୍‌ କରିବାର ସମ୍ଭାବନା ରହିଛି। ଲ୍ୟାଣ୍ଡଫଳ୍ ବେଳେ ପବନର ବେଗ ଘଣ୍ଟାପ୍ରତି ୧୮୦ କିଲୋମିଟର ରହିବ । ପବନର ବେଗ ଘଣ୍ଟାପ୍ରତି ୨୦୦ କିଲୋମିଟର ବଢିପାରେ ।

ପ୍ରଭାବରେ ଆଜି ଦକ୍ଷିଣ ଓଡିଶାର ଅନେକ ସ୍ଥାନରେ ପ୍ରବଳ ବର୍ଷା ଆଶଙ୍କା ରହିଛି । କାଲି ଉପକୂଳ ଏବଂ ଆଭ୍ୟନ୍ତରୀଣ ଓଡିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ୪ ତାରିଖରେ ଉତ୍ତର ଓଡିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଲ୍ୟାଣ୍ଡଫଲ୍ ବେଳେ ୧.୫ ମିଟର ଉଚ୍ଚ ସମୁଦ୍ର ଜୁଆର ଉଠିବା ଆଶଙ୍କା ରହିଛି । ରାଜ୍ୟର ସମସ୍ତ ବନ୍ଦରରେ ସତର୍କ ସୂଚନା ଜାରି କରାଯାଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.